Posted inଖେଳ

ଏମ୍‌ଜିଏମ୍‌ ଓଡ଼ିଶା ମହିଳା ଟି୨୦ ଲିଗ୍‌: ଓଡ଼ିଶା ରେଡ୍‌ର ସହଜ ବିଜୟ

ଭୁବନେଶ୍ୱର,୩୧।୧(ସ୍ପୋର୍ଟ୍ସ ବ୍ୟୁରୋ): ଏଠାରେ ଚାଲିଥିବା ଏମ୍‌ଜିଏମ୍‌ ଓଡ଼ିଶା ମହିଳା ଟି୨୦ ଲିଗ୍‌ରେ ଓଡ଼ିଶା ରେଡ୍‌ ଶନିବାର ୫୯ଟି ବଲ ବାକି ରଖି ୧୦ ଉଇକେଟରେ ଓଡ଼ିଶା ୟେଲୋକୁ ଅତି ସହଜରେ ପରାସ୍ତ କରିଛି। ଟୁର୍ନାମେଣ୍ଟର ୧୭ତମ ମ୍ୟାଚ୍‌ରେ ୟେଲୋ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ୫ ଉଇକେଟ ହରାଇ ୮୯ ରନ ସଂଗ୍ରହ କରିଥିଲା। ଦଳ ତରଫରୁ ସଙ୍ଗୀତା ଖାଡିଆ ୩୨, ପ୍ରିୟଙ୍କା ସାହୁ ୨୫ ରନ ସଂଗ୍ରହ କରିଥିଲେ। ବୋଲିଂରେ ରେଡ୍‌ ତରଫରୁ ସୋନାଲି ହେମ୍ବ୍ରମ ୨, ସ୍ବର୍ଣ୍ଣଲତା ନାୟକ ଓ ପ୍ରୀତି ପ୍ରିୟଦର୍ଶନୀ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ। ଜବାବରେ ବ୍ୟାଟିଂ ଆରମ୍ଭ କରି ରେଡ୍‌ ୧୦.୧ ଓଭରରେ ୯୩ ରନ କରି ବିଜୟୀ ହୋଇଛି। ଦୁଇ ଓପନର ମାଧୁରୀ ମେହେଟା ୪୯(୩୬ ବଲ) ଓ କାଜଲ ଜେନା ୪୨ (୨୫ ବଲ) ରନ କରି ଅପରାଜିତ ରହିବା ସହ ଦଳକୁ ଜିତାଇଥିଲେ। ମାତ୍ର ୮ ରନ ଦେଇ ଗୋଟିଏ ଉଇକେଟ ଅକ୍ତିଆର କରିଥିବା ରେଡ୍‌ର ସ୍ବର୍ଣ୍ଣଲତା ନାୟକଙ୍କୁ ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ସଦସ୍ୟ ଅନୁପ୍‌ କୁମାର ପାତ୍ର ଓମ୍ୟାନ ଅଫ୍‌ ଦି ମ୍ୟାଚ୍‌ ପୁରସ୍କାର ପ୍ରଦାନ କରିଥିଲେ।

ଓଡ଼ିଶା ଭାଓଲେଟ୍‌ ୬ ଉଇକେଟରେ ବିଜୟୀ
କିଟ୍‌ ଗ୍ରାଉଣ୍ଡରେ ଶନିବାର ଅନୁଷ୍ଠିତ ଦ୍ୱିତୀୟ ମ୍ୟାଚ୍‌ରେ ଓଡ଼ିଶା ଭାଓଲେଟ୍‌ ୪୫ଟି ବଲ ବାକି ରଖି ୬ ଉଇକେଟରେ ଓଡ଼ିଶା ପର୍ପଲକୁ ସହଜରେ ହରାଇଛି। ଟୁର୍ନାମେଣ୍ଟର ୧୮ତମ ମ୍ୟାଚ୍‌ରେ ଟସ୍‌ ଜିତି ଭାଓଲେଟ୍‌ ଫିଲ୍ଡିଂ କରିବାକୁ ନିଷ୍ପତ୍ତି ନେଇଥିଲା। ପ୍ରଥମେ ବ୍ୟାଟିଂ କରି ପର୍ପଲ ୨୦ ଓଭରରେ ୯ ଉଇକେଟ ହରାଇ ୯୦ ରନ ସଂଗ୍ରହ କରିଥିଲା। ଦଳ ତରଫରୁ ସରିତା ମେହେର ୩୩ ଓ ଡି. ଜାନକୀ ରେଡ୍ଡୀ ୧୯ ରନ ସଂଗ୍ରହ କରିଥିଲେ। ବୋଲିଂରେ ଭାଓଲେଟ୍‌ ତରଫରୁ କଳ୍ପନା ନାୟକ ଓ ତରାନା ପ୍ରଧାନ ୨ଟି ଲେଖାଏ, ଅଧିନାୟିକା ଅଞ୍ଜଳି ସିଂ ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ।
ଜବାବରେ ଭାଓଲେଟ୍‌ ୧୨.୩ ଓଭରରେ ୪ ଉଇକେଟ ହରାଇ ୯୨ ରନ ସଂଗ୍ରହ କରି ବିଜୟୀ ହୋଇଛି। ଦଳ ତରଫରୁ ସୁଶ୍ରୀ ଦିବ୍ୟଦର୍ଶନୀ ୪୨ (୨୨ବଲ) ଓ ତରାନା ପ୍ରଧାନ ୬ ରନ କରି ଅପରାଜିତ ରହିଥିବା ବେଳେ ଅଞ୍ଜଳି ସିଂ ୨୨ ବଲରୁ ୨୮ ରନ ସଂଗ୍ରହ କରିଥିଲେ। ବୋଲିଂରେ ପର୍ପଲ ପକ୍ଷରୁ ବନଲତା ମଲିକ ୨, ଜାନକୀ ରେଡ୍ଡୀ ଓ ଶୁଭସ୍ମିତା ଆଚାର୍ଯ୍ୟ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ। ଓସିଏ ସଦସ୍ୟ ସଂଗ୍ରାମ କୁମାର ଗୁମାନ ସିଂ ଅଲରାଉଣ୍ଡ ପ୍ରଦର୍ଶନ ପାଇଁ ତରାନା ପ୍ରଧାନଙ୍କୁ ଓମ୍ୟାନ ପ୍ଲେୟାର ଅଫ୍‌ ଦି ମ୍ୟାଚ୍‌ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଢିଲା ଟେନ୍‌ସନ୍‌: ଲାଗିଲା ପୁଣି ଝଟକା

ନୂଆଦିଲ୍ଲୀ,୨୬।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ମଇଦାନକୁ ଫେରିବା ଅପେକ୍ଷା ଆହୁରି ଲମ୍ବା ହୋଇଛି। ୱେଷ୍ଟଇଣ୍ଡିଜ ବିପକ୍ଷ ଘରୋଇ ଦିନିକିଆ ସିରିଜ୍‌ରୁ ବାଦ…

ଅଭ୍ୟାସ ବେଳେ ହଠାତ୍‌ କାହିଁକି ରାଗିଗଲେ କୋହଲି? ଭାଇରାଲ ହେଉଛି ଭିଡିଓ

ନୂଆଦିଲ୍ଲୀ, ୨୬।୯: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ସେପ୍ଟେମ୍ବର ୨୭ ତାରିଖରେ ତିରୁଭାନନ୍ତପୁରମରେ ଖେଳାଯିବ। ଏହି ମ୍ୟାଚ ପାଇଁ ଟିମ ଇଣ୍ଡିଆ ଗୁରୁବାରଠାରୁ…

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

କବାଡ଼ିରେ ଭାରତର ଦବଦବା: ପୁରୁଷ, ମହିଳା ଦଳ ଫାଇନାଲରେ

ନାଗୋୟା, ୨୫ା୯:ଭାରତର ଉଭୟ ପୁରୁଷ ଓ ମହିଳା ଦଳ ଏସିଆନ ଗେମ୍ସ କବାଡ଼ି ପ୍ରତିଯୋଗିତାର ଫାଇନାଲରେ ପ୍ରବେଶ କରିଛନ୍ତି। ଉଭୟ ଦଳ ସେମାନଙ୍କ ସ୍ବର୍ଣ୍ଣ ପଦକ ବଜାୟ…

ବିଶେଷ ଫରକ ପଡ଼ିବ ନାହିଁ, ବିରାଟ-ରୋହିତଙ୍କ ଦିନିକିଆରୁ ଅବସରକୁ ନେଇ ଏ କ’ଣ କହିଦେଲେ ସେହ୍ବାଗ

ନୂଆଦିଲ୍ଲୀ,୨୫।୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ ସେପ୍ଟେମ୍ବର ୨୭ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍‌ରେ ଆଉ ଥରେ…

ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!

ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ତାରକା ବ୍ୟାଟର୍‌ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…

ରୋହିତ ଯୋଗୁ ଏହି ଧୁରନ୍ଧରଙ୍କ କଟିବ ପତ୍ତା! ୨୭ରେ ପ୍ରଥମ ODI ପାଇଁ ଜାଣନ୍ତୁ ସମ୍ଭାବ୍ୟ ପ୍ଲେଇଂ-୧୧

ନୂଆଦିଲ୍ଲୀ,୨୫।୯: ଶ୍ରେୟସ ଅୟର ବର୍ତ୍ତମାନ ଜାପାନରେ ଏସିଆନ ଗେମ୍ସ ଦଳ ସହ ରହିଛନ୍ତି। ତେଣୁ ଭାରତୀୟ ଦଳରେ ନମ୍ବର-୪ ସ୍ଥାନ ଖାଲି ରହିଛି। ଏହି ସ୍ଥାନରେ ମ୍ୟାନେଜମେଣ୍ଟ…

ଏସିଆନ ଗେମ୍ସରେ ଭାରତୀୟ ଖେଳାଳିଙ୍କ ସହ ଧୋକା! ଦେଶକୁ ଫେରି କହିଲେ- ମୋଠାରୁ ଛଡ଼ାଇ ନିଆଗଲା…

ନୂଆଦିଲ୍ଲୀ,୨୫।୯: ୨୦୨୬ ଏସିଆନ ଗେମ୍ସରେ ଭାରତୀୟ ମିକ୍ସଡ ମାର୍ଶାଲ ଆଟର୍‌ସ (MMA) ଖେଳାଳି ସୁଚିକା ତାରିୟାଲ ଇତିହାସ ରଚିଛନ୍ତି। ମହିଳା ଟ୍ରାଡିସନାଲ ୬୦ କେଜି ବର୍ଗରେ ବ୍ରୋଞ୍ଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?