Posted inଖେଳ

ଏମ୍‌ଜିଏମ୍‌ ମହିଳା ଟି୨୦ ଲିଗ୍‌: ଓଡ଼ିଶା ରେଡ୍‌ର ପ୍ରଥମ ବିଜୟ

ଭୁବନେଶ୍ୱର, ୨୬।୧(କ୍ରୀଡ଼ା ପ୍ରତିନିଧି)-ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ଆନୁକୂଲ୍ୟରେ କିଟ୍‌ ଷ୍ଟାଡିୟମରେ ଚାଲିଥିବା ଏମ୍‌ଜିଏମ୍‌ ମହିଳା ଟି୨୦ ଲିଗ୍‌ କ୍ରିକେଟ ଟୁର୍ନାମେଣ୍ଟର ରବିବାର ଅନୁଷ୍ଠିତ ପ୍ରଥମ ମ୍ୟାଚରେ ଓଡ଼ିଶା ରେଡ୍‌ ୮ ଉଇକେଟରେ ୟେଲୋକୁ ପରାସ୍ତ କରିଛି। ପୂର୍ବରୁ ୨ଟି ମ୍ୟାଚରେ ହାରିଥିବା ରେଡ୍‌ର ୩ ମ୍ୟାଚରୁ ଏହା ପ୍ରଥମ ବିଜୟ।
ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ୟେଲୋ ୨୦ ଓଭରରେ ୭ ଉଇକେଟ ହରାଇ ୯୭ ରନ କରି ପାରିଥିଲା। ଦଳ ପକ୍ଷରୁ ସଙ୍ଗୀତା ଖାଡ଼ିଆ ସର୍ବାଧିକ ୩୧ ଓ କୁସୁମ ତିରିୟା ୨୮ ରନ କରିଥିଲେ। ପ୍ରତିପକ୍ଷ ଦଳର ସୋନାଲି ହେମ୍ବ୍ରମ, ସ୍ବର୍ଣ୍ଣଲତା ନାୟକ, ଏସ୍‌.ବି.ଲରେନ୍ସ, ପ୍ରୀତି ପ୍ରିୟଦର୍ଶିନୀ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ। ୩ ଜଣ ବ୍ୟାଟ୍ସଓମ୍ୟାନ ରନ୍‌ଆଉଟ ହୋଇଥିଲେ। ୯୮ ରନର ବିଜୟ ଲକ୍ଷ୍ୟକୁ ରେଡ୍‌ ୧୭.୪ ଓଭରରେ ମାତ୍ର ୨ ଉଇକେଟ ହରାଇ ହାସଲ କରି ନେଇଥିଲା। ଅଧିନାୟିକା ମାଧୁରୀ ମେହେଟା ୩୮ ବଲ୍‌ରୁ ୪୨(୪ ଚୌକା) ରନ କରି ଦଳର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିଲେ। କାଜଲ ଜେନା ୩୫ ରନ କରିଥିଲେ। ପରାଜିତ ଦଳର ବୋଲରଙ୍କ ମଧ୍ୟରେ ଲକ୍ଷ୍ମୀପ୍ରିୟା ନାଏକ ଓ ସଙ୍ଗୀତା ଗୋଟିଏ ଲେଖାଏ ଉଇକେଟ ପାଇଥିଲେ। ମ୍ୟାଚ ବିଜୟୀ ଇନିଂସ ପାଇଁ ମାଧୁରୀ ଓମ୍ୟାନ ଅଫ୍‌ ଦି ମ୍ୟାଚ ପୁରସ୍କାର ପାଇଥିଲେ। ଓସିଏର ଆପେକ୍ସ କାଉନ୍‌ସିଲ ସଦସ୍ୟ ରଶ୍ମିତା ମହାନ୍ତି ଅତିଥିଭାବେ ଯୋଗଦେଇ ପୁରସ୍କାର ପ୍ରଦାନ କରିଥିଲେ। ରେଡ୍‌ ଏହାର ପ୍ରଥମ ମ୍ୟାଚରେ ପର୍ପଲଠାରୁ ୫୭ ରନରେ ଏବଂ ଦ୍ୱିତୀୟ ମ୍ୟାଚରେ ଭାଓଲେଟଠାରୁ ୩୪ ରନରେ ପରାଜିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଟି-୨୦ ବିଶ୍ୱକପ୍: ପାକିସ୍ତାନ ଆଗରେ ୧୭୬ ରନ୍‌ର ବିଜୟ ଲକ୍ଷ୍ୟ; ଇଶାନ କିଷାନଙ୍କ ଧୂଆଁଧାର ବ୍ୟାଟିଂ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ମ୍ୟାଚରେ ଭାରତ, ପାକିସ୍ତାନ ସମ୍ମୁଖରେ ୧୭୬ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ୍ ରଖିଛି। ଓପନର୍ ଇଶାନ କିଷାନଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ଟି-୨୦ ବିଶ୍ୱକପ୍: ପାକିସ୍ତାନୀ ବୋଲରଙ୍କୁ ଧୂଳି ଚଟାଇଲେ ଇଶାନ କିଷାନ; ୨୭ ବଲ୍‌ରେ ବିସ୍ଫୋରକ ଅର୍ଦ୍ଧଶତକ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ମହାମୁକାବିଲାରେ ଭାରତୀୟ ଓପନର୍ ଇଶାନ କିଷାନଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ରନ୍ ବର୍ଷା। ପାକିସ୍ତାନ ବିପକ୍ଷ ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଇଶାନ ମାତ୍ର…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri