ଜେସିବିରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାମ

କେନ୍ଦ୍ରାପଡ଼ା ଅଫିସ,୮ା୫: କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲକ ନଡ଼ିଆବରେଇ ପଞ୍ଚାୟତ ଡାହାଳପୁର ଗ୍ରାମର ଗୋଚର ଜମିରେ ଜେସିବି ଲଗାଇ ପୋଖରୀ ଖୋଳା ଯାଉଛି। ଏହି କାର୍ଯ୍ୟ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ ବୋଲି ଗ୍ରାମବାସୀ ବିରୋଧ କରିଛନ୍ତି। ଏ ନେଇ ବ୍ଲକ, ତହସିଲଠାରୁ ଆରମ୍ଭ କରି ଜିଲା ପ୍ରଶାସନ ନିକଟରେ ଅଭିଯୋଗ ପତ୍ର ଦିଆଯାଇଛି।
ଏ ସମ୍ପର୍କରେ ମାନଭଞ୍ଜନ ମାହାଳି, ପ୍ରଭୁବନ ସ୍ବାଇଁ, ଜୁଗଳ ମାହାଳି, ଅଚ୍ୟୁତାନନ୍ଦ ସ୍ବାଇଁ ପ୍ରମୁଖ କହିଛନ୍ତି, ଗ୍ରାମର ଅର୍ଥନୀତି ଚାଷ ସହ ଗୋସମ୍ପଦ ସମ୍ପୃକ୍ତ। ଗୋପାଳନ ଦ୍ୱାରା ପରିବାରର ବହୁ ସମସ୍ୟା ଦୂର ହୁଏ। ତେବେ କେତେଜଣ ଲୋକ ଜୋର ଜବରଦସ୍ତ ଭାବେ ଗୋଚର ଜମିକୁ ଖୋଳି ପୋଖରୀ କରୁଛନ୍ତି। ଏଠାରୁ ମାଟି ବିକା ଯାଉଛି। ଏହି ମାଟିକୁ ନିକଟରେ ଥିବା ଏକ ଜଳାଶୟକୁ ପୋତା ଯାଉଥିବା ଲକ୍ଷ୍ୟ କରାଯାଉଛି। ଜେସିବି ଦ୍ୱାରା ଜମି ଖୋଳା ଯାଉଥିବା ବେଳେ ସମ୍ପୃକ୍ତ ବ୍ୟକ୍ତି ଗ୍ରାମର କେତେଜଣ ବ୍ୟକ୍ତିଙ୍କ ଜବ୍‌କାର୍ଡରେ ଶ୍ରମିକ ନିଯୁକ୍ତି ହୋଇ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ କାର୍ଯ୍ୟ ହେଉଥିବା ଦର୍ଶାଉଛନ୍ତି। ପ୍ରଥମରେ ଗୋଚର ଜମିକୁ ଖୋଳା ଯାଉଥିବା ବେଳେ ଦ୍ୱିତୀୟରେ ଯୋଜନା ଅନ୍ତର୍ଗତ ଶ୍ରମିକ ବଦଳରେ ମେଶିନ କାର୍ଯ୍ୟ କରୁଛି। ଏ ନେଇ ଅଭିଯୋଗ ପତ୍ର ବିଭିନ୍ନ ପଦାଧିକାରୀଙ୍କୁ ଦିଆଯାଇଥିଲେ ମଧ୍ୟ ସୁଫଳ ମିଳିନାହିଁ। ଗ୍ରାମବାସୀ ଏବେ ଜିଲା ପ୍ରଶାସନ କାର୍ଯ୍ୟାଳୟ ସମ୍ମୁଖରେ ଆନ୍ଦୋଳନ କରିବେ ବୋଲି ପ୍ରସ୍ତୁତି ଚଳାଇଥିବା ସେମାନେ ପ୍ରକାଶ କରିଛନ୍ତି। ଏ ସମ୍ପର୍କରେ ଜିଲା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ରାଜେନ୍ଦ୍ର ପଣ୍ଡାଙ୍କୁ ପଚାରିବାରେ ଗୋଚର ଜମି ଉପରେ କୌଣସି ପ୍ରକଳ୍ପ ହୋଇପାରିବ ନାହିଁ। ଘଟଣା ସମ୍ପର୍କରେ ତଦନ୍ତ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟାଟା ପାୱାରର ଶୋଷଣ ବିରୋଧରେ କଂଗ୍ରେସ ତାତିଲା କଂଗ୍ରେସ

ଧର୍ମଶାଳା,୨୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରଦେଶ କଂଗ୍ରେସ କମିଟିର ନିଷ୍ପତ୍ତି କ୍ରମେ ଯାଜପୁର ଧର୍ମଶାଳା ବିଧାୟକ ପ୍ରାର୍ଥୀ କିଷାନ ପଣ୍ଡାଙ୍କ ନେତୃତ୍ୱରେ ଟାଟା ପାୱାର ଶୋଷଣ ବିରୋଧରେ...

ଜାନୁଆରୀ ୧୧ ସୁଦ୍ଧା ଏହି ୩ ରାଶିର ହେବାକୁ ଯାଉଛି ବଡ଼ ପରିବର୍ତ୍ତନ, ଗ୍ରହଙ୍କ ରାଜା ‘ସୂର୍ଯ୍ୟ’ କଲେ ନକ୍ଷତ୍ର ଗୋଚର

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ, ଯାହାକୁ ସୂର୍ଯ୍ୟ ଦେବତା ଏବଂ ଗ୍ରହମାନଙ୍କର ରାଜା ଉଭୟ ଭାବରେ ବିବେଚନା କରାଯାଏ, ୨୦୨୫ରେ ତାଙ୍କର ଶେଷ ଗୋଚର ସମାପ୍ତ କରିଛି।...

କାହା ପାଇଁ ପ୍ରଭାତ ପିନ୍ଧୁଛନ୍ତି ଲାଲ ପୋଷାକ, କିଏ ସଜାଇ ଛନ୍ତି ତାଙ୍କୁ ନାଲି ବାବା, ସବୁ ଗୁମର ଖୋଲିଦେଲେ…

ଭୁବନେଶ୍ୱର,୨୯।୧୨: ଦେବାଶିଷ ସାମନ୍ତରାୟଙ୍କ ଆକ୍ଷେପ ଉପରେ କଡ଼ା ଜବାବ ରଖିଲେ ପ୍ରଭାତ ବିଶ୍ୱାଳ। ପ୍ରଭାତ କହିଛନ୍ତି, ମୁଁ କେଉଁଭଳିଆ ନେତା କଟକବାସୀ ଜାଣନ୍ତି। ଦେବାଶିଷଙ୍କ ନାଲି...

ତପ୍ତପାଣି ଘାଟିରେ ଦୁର୍ଘଟଣା: କାର ଉପରେ ଓଲଟି ପଡ଼ିଲା କାଜୁ ବୋଝେଇ ଟ୍ରକ୍, ତାପରେ…

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିର ଖେମୁଣ୍ଡିଖୋଲ ଗାଁ ନିକଟ ମୁଖ୍ୟରାସ୍ତାରେ ସଡ଼କ ଦୁର୍ଘଟଣା ହୋଇଛି । ସୋମବାର ମଧ୍ୟାହ୍ନ ପ୍ରାୟ ୧...

ବରୁଣେଶ୍ୱର ମକର ମେଳା: ୫ରୁ ମିଳିବ ବ୍ୟବସାୟୀଙ୍କୁ ଷ୍ଟଲ ରସିଦ

ବିଞ୍ଝାରପୁର,୨୮ା୧୨(ରାମକୃଷ୍ଣ ଦାସ): ଆସନ୍ତା ଜାନୁଆରୀ ୧୪ ମକର ସଂକ୍ରାନ୍ତିଠାରୁ ବିଞ୍ଝାରପୁର ବ୍ଲକ୍‌ ଅଧୀନ ଅରେଇ ପଞ୍ଚାୟତର ବରୁଣେଶ୍ୱର ମକର ମେଳା ପଡ଼ିଆରେ ରାଜ୍ୟସ୍ତରୀୟ ମେଳା ଅନୁଷ୍ଠିତ...

୨୦୨୬ରେ ଆସୁଛି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପାଇଁ ଖୁସିଖବର: ଟିମ ଇଣ୍ଡିଆରେ…

ନୂଆଦିଲ୍ଲୀ,୨୯।୧୨: ଟି-୨୦ କ୍ରିକେଟରେ ଟିମ ଇଣ୍ଡିଆର ପ୍ରଭାବଶାଳୀ ପ୍ରଦର୍ଶନ ଜାରି ରହିଛି। ସୂର୍ଯ୍ୟକୁମାର ଯାଦବ ଅଧିନାୟକତ୍ୱ ଗ୍ରହଣ କରିବା ପରଠାରୁ, ଭାରତୀୟ ଦଳ ଏହି ଫର୍ମାଟରେ...

ନକଲି ବିଦେଶୀ ମଦ କାରାଖାନା ଠାବ, ନାମୀଦାମୀ କମ୍ପାନୀର ନକଲି ମଦ ଜବତ

କୋଟପାଡ଼ (ରାଜଶେଖର ),୨୯ା୧୨: କୋରାପୁଟ ଜିଲା କୋଟପାଡ଼ ଅଞ୍ଚଳରୁ ବିପୁଳ ପରିମାଣରେ ନକଲି ମଦ ଜବତ ହୋଇଛି । ରବିବାର ରାତିରେ ଅବକାରୀ ବିଭାଗ କର୍ମଚାରୀ...

ସରକାରୀ ଜମିକୁ ଜବରଦଖଲ କଲା ଘରୋଇ ଶିକ୍ଷାନୁଷ୍ଠାନ: ତାତିଲେ ଗାଁ ଲୋକେ, ଦେଲେ ଏଭଳି ଚେତାବନୀ

ପାଟଣା,୨୯।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ମୂଷା ଖୋରି ଆରଆଇ ସର୍କଲ ଅନ୍ତର୍ଗତ ଭାଲୁଘର ମୌଜାର ହୁଡ଼ି ଓ ସରକାରୀ ଜମିକୁ ବିବେକାନନ୍ଦ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri