ଜେସିବିରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାମ

କେନ୍ଦ୍ରାପଡ଼ା ଅଫିସ,୮ା୫: କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲକ ନଡ଼ିଆବରେଇ ପଞ୍ଚାୟତ ଡାହାଳପୁର ଗ୍ରାମର ଗୋଚର ଜମିରେ ଜେସିବି ଲଗାଇ ପୋଖରୀ ଖୋଳା ଯାଉଛି। ଏହି କାର୍ଯ୍ୟ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ ବୋଲି ଗ୍ରାମବାସୀ ବିରୋଧ କରିଛନ୍ତି। ଏ ନେଇ ବ୍ଲକ, ତହସିଲଠାରୁ ଆରମ୍ଭ କରି ଜିଲା ପ୍ରଶାସନ ନିକଟରେ ଅଭିଯୋଗ ପତ୍ର ଦିଆଯାଇଛି।
ଏ ସମ୍ପର୍କରେ ମାନଭଞ୍ଜନ ମାହାଳି, ପ୍ରଭୁବନ ସ୍ବାଇଁ, ଜୁଗଳ ମାହାଳି, ଅଚ୍ୟୁତାନନ୍ଦ ସ୍ବାଇଁ ପ୍ରମୁଖ କହିଛନ୍ତି, ଗ୍ରାମର ଅର୍ଥନୀତି ଚାଷ ସହ ଗୋସମ୍ପଦ ସମ୍ପୃକ୍ତ। ଗୋପାଳନ ଦ୍ୱାରା ପରିବାରର ବହୁ ସମସ୍ୟା ଦୂର ହୁଏ। ତେବେ କେତେଜଣ ଲୋକ ଜୋର ଜବରଦସ୍ତ ଭାବେ ଗୋଚର ଜମିକୁ ଖୋଳି ପୋଖରୀ କରୁଛନ୍ତି। ଏଠାରୁ ମାଟି ବିକା ଯାଉଛି। ଏହି ମାଟିକୁ ନିକଟରେ ଥିବା ଏକ ଜଳାଶୟକୁ ପୋତା ଯାଉଥିବା ଲକ୍ଷ୍ୟ କରାଯାଉଛି। ଜେସିବି ଦ୍ୱାରା ଜମି ଖୋଳା ଯାଉଥିବା ବେଳେ ସମ୍ପୃକ୍ତ ବ୍ୟକ୍ତି ଗ୍ରାମର କେତେଜଣ ବ୍ୟକ୍ତିଙ୍କ ଜବ୍‌କାର୍ଡରେ ଶ୍ରମିକ ନିଯୁକ୍ତି ହୋଇ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ କାର୍ଯ୍ୟ ହେଉଥିବା ଦର୍ଶାଉଛନ୍ତି। ପ୍ରଥମରେ ଗୋଚର ଜମିକୁ ଖୋଳା ଯାଉଥିବା ବେଳେ ଦ୍ୱିତୀୟରେ ଯୋଜନା ଅନ୍ତର୍ଗତ ଶ୍ରମିକ ବଦଳରେ ମେଶିନ କାର୍ଯ୍ୟ କରୁଛି। ଏ ନେଇ ଅଭିଯୋଗ ପତ୍ର ବିଭିନ୍ନ ପଦାଧିକାରୀଙ୍କୁ ଦିଆଯାଇଥିଲେ ମଧ୍ୟ ସୁଫଳ ମିଳିନାହିଁ। ଗ୍ରାମବାସୀ ଏବେ ଜିଲା ପ୍ରଶାସନ କାର୍ଯ୍ୟାଳୟ ସମ୍ମୁଖରେ ଆନ୍ଦୋଳନ କରିବେ ବୋଲି ପ୍ରସ୍ତୁତି ଚଳାଇଥିବା ସେମାନେ ପ୍ରକାଶ କରିଛନ୍ତି। ଏ ସମ୍ପର୍କରେ ଜିଲା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ରାଜେନ୍ଦ୍ର ପଣ୍ଡାଙ୍କୁ ପଚାରିବାରେ ଗୋଚର ଜମି ଉପରେ କୌଣସି ପ୍ରକଳ୍ପ ହୋଇପାରିବ ନାହିଁ। ଘଟଣା ସମ୍ପର୍କରେ ତଦନ୍ତ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ମେ ୪ରୁ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଶେଷ ସପ୍ତାହରେ ଜମିବ ‘ଛତ୍ରପୁର ମହୋତ୍ସବ’

ଛତ୍ରପୁର, ୨।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଅନ୍ୟତମ ପ୍ରସିଦ୍ଧ ଉତ୍ସବ, ଛତ୍ରପୁର ସହରର ଆରାଧ୍ୟା ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଚଳିତ ବର୍ଷ ଅନୁଷ୍ଠିତ ହେବାକୁ…

ଦିଗପହଣ୍ଡିରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ: ସେନସସ ୱେବସାଇଟ୍‌ରେ ତଥ୍ୟ ପ୍ରଦାନ କଲେ ନଗରପାଳ

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରାଞ୍ଚଳରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। ଗୁରୁବାରଠାରୁ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ସମୀକ୍ଷା କଲେ ଜିଲାପାଳ: ନିର୍ବାହୀ ଅଧିକାରୀ ବିନୋଦ ବେହେରା ସମ୍ବର୍ଦ୍ଧିତ

ପୁରୁଷୋତ୍ତମପୁର, ୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଚଳିତ ବର୍ଷ ଅତ୍ୟନ୍ତ ଶାନ୍ତିଶୃଙ୍ଖଳାର ସହ ସମାପ୍ତ ହୋଇଛି।…

ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ଓ ଜଙ୍ଗଲ ନିଆଁ ସୁରକ୍ଷା ଚିନ୍ତା: କର୍ମଚାରୀ ଅଭାବ, ଅଧିକ…

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ସମେତ ବିଭିନ୍ନ ପ୍ରାଣୀ ନିର୍ଦ୍ଧିଷ୍ଟ ଅଞ୍ଚଳ ମଧ୍ୟରେ ଅଧିକାଂଶ ସମୟ ବସବାସ କରନ୍ତି। ତେଣୁ ସେମାନଙ୍କ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri