ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଅର୍ଥ ଆତ୍ମସାତ୍‌ ମସୁଧା

ବ୍ରହ୍ମଗିରି,୧୫।୬(ଡି.ଏନ୍‌.ଏ.): ପୁରୀ ଜିଲା ବ୍ରହ୍ମଗିରି ବ୍ଲକରେ ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ର ଅର୍ଥ ଆତ୍ମସାତ୍‌ ପାଇଁ ମସୁଧା ଚାଲିଥିବା ଅଭିଯୋଗ ହୋଇଛି। ଶ୍ରମିକମାନଙ୍କୁ ଗୋଟିଏ ବର୍ଷରେ ୧୦୦ ଦିନର କାମ ଯୋଗାଇଦେବାକୁ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାର୍ଯ୍ୟକାରୀ ହେଉଛି। ତେବେ ଏହି ଯୋଜନାରେ ବ୍ରହ୍ମଗିରି ବ୍ଲକ ଅଧୀନ ଆମ୍ବପଡ଼ା ପଞ୍ଚାୟତ କାକୁଡ଼ିଗାଡ଼ିଆ ଗ୍ରାମର ଶ୍ରମିକମାନଙ୍କୁ କାର୍ଯ୍ୟରେ ନିୟୋଜିତ କରାଯିବା ପରିବର୍ତ୍ତେ ମେଶିନ ସାହାଯ୍ୟରେ କାମ କରାଯାଉଛି। ଗ୍ରାମ ଘେରିବନ୍ଧ ଉନ୍ନତୀକରଣ ପାଇଁ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ୨୪୧୩୦୦୨୦୦୩/ ଆର୍‌ସି/ ୧୦୪୭୫୯୮୯ ରେ ଅନ୍ତର୍ଭୁକ୍ତ ହୋଇ କାର୍ଯ୍ୟାଦେଶ ମିଳିଛି। ଏପରି କି, ଏହି ଗ୍ରାମରେ ବହୁ ଶ୍ରମିକ ରହିଛନ୍ତି। ମାତ୍ର ସେମାନଙ୍କୁ କାର୍ଯ୍ୟରେ ନିୟୋଜିତ କରାଯିବା ବଦଳରେ ଜେସିବି ଓ ଟ୍ରାକ୍ଟର ବ୍ୟବହାର କରି ମାଟି ଖୋଲା ପ୍ରଭୃତି କାର୍ଯ୍ୟ କରାଯାଉଛି। ପୁରୁଣା ବନ୍ଧରେ ନାମକୁ ମାତ୍ର କାମ କରି ବିଲ୍‌ ପ୍ରସ୍ତୁତ ସହ ଅର୍ଥ ଆତ୍ମସାତ ପାଇଁ ମସୁଧା ଚାଲିଥିବା ଗ୍ରାମର ପ୍ରଫୁଲ୍ଲ ସେଠୀ, ରବି ବେହେରା, ପଦ୍ମଚରଣ ସେଠୀ ପ୍ରମୁଖ ବିଡିଓଙ୍କ ନିକଟରେ ଅଭିଯୋଗ କରିଛନ୍ତି। ତୁରନ୍ତ ଏହି କାର୍ଯ୍ୟର ତଦନ୍ତ ସହ କାର୍ଯ୍ୟାନୁଷ୍ଠାନ ପାଇଁ ସେମାନେ ଦାବି କରିଛନ୍ତି। ବିଡିଓ ଜ୍ୟୋତି ପ୍ରକାଶ ସେଠୀ କହିଛନ୍ତି, ଏ ସମ୍ପର୍କରେ ଅଭିଯୋଗ ହୋଇଛି। ଖୁବଶୀଘ୍ର ଏହାର ତଦନ୍ତ କରାଯାଇ ରିପୋର୍ଟକୁ ଦେଖି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

ମଦ୍ୟପଙ୍କୁ ତାରାତାରିଣୀ ମନ୍ଦିର ମନା: ଏଣିକି ମୋବାଇଲ ସହ ଫଟୋ ଉଠାକୁ ବାରଣ; ପ୍ରଶାସନିକ ବୈଠକରେ… 

ପୁରୁଷୋତ୍ତମପୁର,୨୩।୧୨ (ସବିତା ମିଶ୍ର): ବର୍ତ୍ତମାନ ପର୍ଯ୍ୟଟନର ଋତୁ ଚାଲିଥିବାବେଳେ ଆଉ କିଛି ଦିନ ପରେ ଆସୁଛି ନୂଆବର୍ଷ। ଏହି ଅବସରରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ...

ଭାରତକୁ ପାକ୍ ନେତାଙ୍କ କ୍ଷେପଣାସ୍ତ୍ର ମାଡ଼ ଧମକ: ବାଂଲାଦେଶ ସହ ସାମରିକ ମେଣ୍ଟ ପାଇଁ ଆହ୍ୱାନ

ଭୁବନେଶ୍ୱର,୨୩।୧୨: ପଡ଼ୋଶୀ ବାଂଲାଦେଶରେ ଜାରି ରହିଥିବା ଅଶାନ୍ତି ଏବଂ ଭାରତ ସହ ବଢୁଥିବା ତିକ୍ତତା ମଧ୍ୟରେ ପାକିସ୍ତାନର ଜଣେ ପ୍ରଭାବଶାଳୀ ନେତା ଭାରତ ବିରୋଧରେ ବିଷୋଦଗାର...

ଦିଗପହଣ୍ଡିରେ ଖୋଲିଲା ଧାନମଣ୍ଡି: ଜିଲାପାଳ କଲେ ଶୁଭାରମ୍ଭ, ବିଧାୟକ ଯୋଗଦେଇ…

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ ମଙ୍ଗଳବାର ଦିଗପହଣ୍ଡି ବ୍ଳକ ଫାସିଗୁଡା ଗ୍ରାମ ପ୍ରାଥମିକ ସେବା ସମବାୟ ସମିତି କାର୍ଯ୍ୟାଳୟ ପରିସରରେ ପହଞ୍ଚି...

ଦିନକ ପରେ ବଡ଼ଦିନ: ପୋଲିସର ଫ୍ଲାଗ ମାର୍ଚ୍ଚ, ପାଟ୍ରୋଲିଂ ବ୍ୟବସ୍ଥା କଡ଼ାକଡି

ବାଲିଗୁଡ଼ା,୨୩।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): ଆଉ ଦିନକ ପରେ ବଡଦିନ ପର୍ବ। ଏହାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ...

ବାରିପଦାରେ ନିର୍ମାଣ ହେବ ବିମାନବନ୍ଦର ପରି ଅତ୍ୟାଧୁନିକ ‘ଅଟଳ ବସ୍ ଷ୍ଟାଣ୍ଡ’

ବାରିପଦା,୨୩।୧୨: ମୟୂରଭଞ୍ଜ ଜିଲାର ବାରିପଦା ସହରରେ ବିମାନବନ୍ଦର ଭଳି ସୁବିଧା ସମ୍ପନ୍ନ ଏକ ସୁସଜ୍ଜିତ ‘ଅଟଳ ବସ୍ ଷ୍ଟାଣ୍ଡ’ ନିର୍ମାଣ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଥିଲେ ଦିଅନ୍ତୁ ନଥିଲେ ନିଅନ୍ତୁ

ଯାଜପୁର,୨୩।୧୨: ଓଡିଶାର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ “ଜୟ ମହାକାଳ ଫାଉଣ୍ଡେସନ” ପକ୍ଷରୁ “ଥିଲେ ଦିଅନ୍ତୁ ନଥିଲେ ନିଅନ୍ତୁ” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଯାଜପୁର ଜିଲ୍ଲା ଯାଜପୁର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri