ମେଶିନରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାମ: ତଦନ୍ତ ଆରମ୍ଭ କଲେ ଅଧିକାରୀ

ଭଦ୍ରକ ଅଫିସ,୧୭।୪-ଭଦ୍ରକ ଜିଲାରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ ଜେସିବି ଦ୍ୱାରା କାମ କରାଯାଉଥିବା ଅଭିଯୋଗ ହୋଇଥିଲା। ଏ ସମ୍ପର୍କରେ ଟୁଇଟର ମାଧ୍ୟମରେ ଅଭିଯୋଗ ପରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ୱେବସାଇଟ୍‌ରୁ ଉକ୍ତ କାର୍ଯ୍ୟ ସମ୍ପର୍କିତ ତଥ୍ୟ ଡିଲିଟ୍‌ କରି ଦିଆଯାଇଛି। ଏ ନେଇ ଖବର ଶୁକ୍ରବାର ଧରିତ୍ରୀରେ ପ୍ରକାଶ ପାଇବା ପରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଦାୟିତ୍ୱରେ ଥିବା ଅମ୍ବୁଡ଼ସ୍‌ମ୍ୟାନ ଲଳିତା ସାହୁ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।
ସେ ଭଦ୍ରକ ସଦର ବ୍ଲକ ରାନ୍ଦିଆ ପଞ୍ଚାୟତ ବରପଦା ଗ୍ରାମ୍ୟ ପୋଖରୀ ଖନନ ସ୍ଥାନରେ ପହଞ୍ଚି କିଭଳି ଫଳକ ଲେଖାଯାଇଥିଲା ଓ ପରେ ସେଥିରୁ ଲେଖା ଲିଭାଇ ଦିଆଗଲା, ଜେସିବିରେ ପୋଖରୀ ଖୋଳାଗଲା ସେ ସମ୍ପର୍କରେ ସ୍ଥାନୀୟ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ, ଜିଆର୍‌ଏସ୍‌ ଓ ଅଭିଯୋଗକାରୀଙ୍କୁ ଡାକି ପଚାରି ବୁଝିଥିଲେ। ଘଟଣାର ସତ୍ୟତା ଅନୁଭବ କରି ସେ ଏକ ତଦନ୍ତ ରିପୋର୍ଟ ଜିଲାପାଳଙ୍କୁ ପ୍ରଦାନ କରିବେ ବୋଲି କହିଛନ୍ତି। ଭବିଷ୍ୟତରେ ଉକ୍ତ ପୋଖରୀର ବିଲ୍‌ ଯେଭଳି ନ ହେବ ସେଥିପ୍ରତି ଯତ୍ନବାନ ହେବାକୁ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ତାଗିଦ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri