Posted inଖେଳ

ମହାମୁକାବିଲାରୁ ଆରମ୍ଭ ହେବ ଆଇପିଏଲ୍‌

ନୂଆଦିଲ୍ଲୀ,୨୫।୭: ସେପ୍ଟେମ୍ବର ୧୯ରୁ ଖେଳାଯିବାକୁ ଥିବା ଆଇପିଏଲ୍‌-୧୪’ର ବଳକା ମ୍ୟାଚ୍‌ର କାର୍ଯ୍ୟସୂଚୀ ରବିବାର ପ୍ରକାଶ ପାଇଛି। ବଳକା ଥିବା ୩୧ ମ୍ୟାଚ୍‌ର ପ୍ରଥମ ମୁକାବିଲାରେ ପରସ୍ପରକୁ ଭେଟିବେ ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଓ ୩ ଥର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)। ଗତ ମେ’ରେ ବିଭିନ୍ନ ଦଳର ବାୟୋ ବବଲରେ ଖେଳାଳି କରୋନା ସଂକ୍ରମିତ ହେବା ପରେ ଆଇପିଏଲକୁ ସ୍ଥଗିତ କରି ଦିଆଯାଇଥିଲା।

କାର୍ଯ୍ୟସୂଚୀ ଅନୁଯାୟୀ, ଦୁବାଇ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ପ୍ରଥମ କ୍ୱାଲିଫାୟର ଓ ଫାଇନାଲ ସହ ୧୩ଟି ମ୍ୟାଚ୍‌ ଖେଳାଯିବ। ସେହିଭଳି ଶାରାଜାରେ ଏଲିମିନେଟର ଓ ଦ୍ୱିତୀୟ କ୍ୱାଲିଫାୟର ସମେତ ୧୦ ମ୍ୟାଚ୍‌ ଅନୁଷ୍ଠିତ ହେବ। ବଳକା ୮ଟି ମୁକାବିଲା ଖେଳାଯିବ ଆବୁଧାବିରେ। ୭ଟି ଡବଲ ହେଡର ମ୍ୟାଚ୍‌ ମଧ୍ୟରୁ ପ୍ରଥମଟି ସେପ୍ଟେମ୍ବର ୨୫ ତାରିଖରେ ଖେଳାଯିବ ବୋଲି କାର୍ଯ୍ୟସୂଚୀରେ ଦର୍ଶାଯାଇଛି। ଗତ ବର୍ଷ ଭଳି ଅପରାହ୍ନ ମ୍ୟାଚ୍‌ ସାଢ଼େ ୩ଟା ଓ ସନ୍ଧ୍ୟା ମ୍ୟାଚ୍‌ ୭ଟା ୩୦ରୁ ଆରମ୍ଭ ହେବ। ପ୍ରତ୍ୟେକ ଦଳ ଅତିକମ୍‌ରେ ଗୋଟିଏ ଲେଖାଏ ଅପରାହ୍ନ ମ୍ୟାଚ୍‌ ଖେଳିବେ। ବର୍ତ୍ତମାନ ପଏଣ୍ଟ ଟେବୁଲ ଶୀର୍ଷରେ ଥିବା ଦିଲ୍ଲୀ କ୍ୟାପିଟାଲ୍ସ ସର୍ବାଧିକ ୩ଟି ଅପରାହ୍ନ ମ୍ୟାଚ୍‌ ଖେଳିବାକୁ ଥିବାବେଳେ ସିଏସ୍‌କେ, କେକେଆର, ଏମ୍‌ଆଇ ଓ ପିବିକେଏସ୍‌ ଅପରାହ୍ନରେ ୨ ଲେଖାଏ ମ୍ୟାଚ୍‌ ଖେଳିବେ।

ଲିଗ୍‌ ପର୍ଯ୍ୟାୟ ଅକ୍ଟୋବର ୮ରେ ଡବଲ ହେଡର ସହ ଶେଷ ହେବ। ଏହାର ଦୁଇ ଦିନ ପରେ ଆରମ୍ଭ ହେବ ପ୍ଲେଅଫ୍ସ। ପୂର୍ବ ଘୋଷଣା ଅନୁଯାୟୀ ଫାଇନାଲ ମ୍ୟାଚ୍‌ ଖେଳାଯିବ ୧୫ରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାକିସ୍ତାନକୁ ହରାଅ, ତୁମକୁ ଭୂରି ଭୋଜନ ମୁଁ ଦେବି- ବିଶ୍ୱକପ୍‌ରେ ଟିମ୍‌ ଇଣ୍ଡିଆ ଖେଳାଳିଙ୍କୁ କିଛି ଏଭଳି କହିଥିଲେ ସଚିନ…

ନୂଆଦିଲ୍ଲୀ,୨୬।୪: କୌଣସି ଫର୍ମାଟ ହେଉ ନା କାହିଁକି ଭାରତ ପାକିସ୍ତାନ ମ୍ୟାଚ୍‌ କଥା ପଡ଼ିଲେ ପ୍ରଶଂସକଙ୍କ ଉତ୍କଣ୍ଠା ବଢ଼ିଯାଇଥାଏ। ହେଲେ ଦୁଇ ଦେଶ ଏବେ କେବଳ...

ଆଇପିଏଲ୍‌ ମଝିରେ ପୁଣି ଥରେ ବାପା ହେଲେ ପାଣ୍ଡ୍ୟା !

ନୂଆଦିଲ୍ଲୀ,୨୬।୪: ପୁଣି ଥରେ ବାପା ହୋଇଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଡ଼ ଭାଇ ତଥା ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌ ପାଇଁ ଖେଳୁଥିବା କ୍ରୁଣାଳ ପାଣ୍ଡ୍ୟା। କ୍ରୁଣାଳଙ୍କ...

ଭୋଟ ଦେଲେ କ୍ରିକେଟ୍‌ର ଜେଣ୍ଟଲମ୍ୟାନ୍‌: ମତଦାନ କେନ୍ଦ୍ରରେ ହୃଦୟ ଜିତିଲେ

ବେଙ୍ଗାଲୁରୁ,୨୬।୪: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ବର୍ତ୍ତମାନର କୋଚ ରାହୁଲ ଦ୍ରାବିଡ ଶୁକ୍ରବାର ବେଙ୍ଗାଲୁରୁର ମତଦାନ କେନ୍ଦ୍ରରେ ପହଞ୍ଚି ଭୋଟ ଦେଇଛନ୍ତି। ଭୋଟ...

ମିଚେଲ୍‌ ମାର୍ଶଙ୍କ ରିପ୍ଲେସମେଣ୍ଟ ଘୋଷଣା କଲା ଦିଲ୍ଲୀ କ୍ୟାପିଟାଲ୍ଡ: ଏହି ଖେଳାଳିଙ୍କୁ ଦଳରେ କଲା ସାମିଲ

ନୂଆଦିଲ୍ଲୀ, ୨୬ା୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୪ର ଅବଶିଷ୍ଟାଂଶ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ ମିଚେଲ ମାର୍ଶଙ୍କ ସ୍ଥାନରେ ଆଫଗାନିସ୍ତାନ ଅଲରାଉଣ୍ଡର ଗୁଲ୍‌ବଦିନ ନାଇବଙ୍କୁ ଦଳରେ ସାମିଲ...

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

ସବୁ ମ୍ୟାଚ୍‌ ଜିତିପାରିବୁ ନାହିଁ…କାହିଁକି ଏମିତି କହିଲେ ୨୦.୫ କୋଟି ଟଙ୍କାର ଖେଳାଳି

ହାଇଦ୍ରାବାଦ୍‌,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ପରାଜୟର ସମ୍ମୁଖୀନ ହେବାକୁ ପଡଛି। ବେଙ୍ଗାଲୁରୁ ନିଜ ଘରେ ହାଇଦ୍ରାବାଦକୁ...

୩.୨ ଓଭର-୦ ରନ୍‌-୭ ଉଇକେଟ୍‌: ଡେବ୍ୟୁ ମ୍ୟାଚ୍‌ରେ ଇତିହାସ ରଚିଲେ ଏହି କ୍ରିକେଟର୍‌

ବାଲି,୨୬।୪: ଇଣ୍ଡୋନେସିଆର ବାଲିରେ ଖେଳାଯାଇଥିବା ଅନ୍ତର୍ଜାତୀୟ ମହିଳା ଟି-୨୦ ମ୍ୟାଚରେ ବିଶ୍ୱ ରେକର୍ଡ ହାସଲ କରିଛନ୍ତି ଇଣ୍ଡୋନେସିଆର ବୋଲର ରୋହମାଲିଆ। ଏହି ୧୭ ବର୍ଷୀୟା ଅଫ...

ଆରସିବିର ବିଜୟ ପରେ ବଦଳିଗଲା ପଏଣ୍ଟ୍‌ ଟେବୁଲ୍‌: ଅରେଞ୍ଜ୍‌-ପର୍ପଲ କ୍ୟାପ୍‌ ରେସ୍‌ ବି ହେଲା ରୋଚକ

ହାଇଦ୍ରାବାଦ,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସନରାଇଜର୍ସ ହାଇଦ୍ରାବାଦକୁ ୩୫ ରନରେ ପରାସ୍ତ କରିଛି। ଏହି ସିଜିନ୍‌ରେ ଏହା ଆରସିବିର ଦ୍ୱିତୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri