କେନାଲ କାମ ବନ୍ଦ କଲା ଏମ୍‌ଆଇ ବିଭାଗ

ସମ୍ବଲପୁର, ୧୫।୬(ଶୁଭାଶିଷ ପାଢୀ) ଯୁଯୁମୁରା ବ୍ଲକରେ କ୍ଷୁଦ୍ରଜଳସେଚନ ବିଭାଗ ପକ୍ଷରୁ ପ୍ରାୟ ୮୦ ଲକ୍ଷ ଟଙ୍କାରେ କେନାଲ ନିର୍ମାଣ ଚାଲିଥିଲା। ଚାଷୀଙ୍କ ଅଭିଯୋଗ ଆଧାରରେ ଧରିତ୍ରୀରେ ଜୁନ ୭ ତାରିଖରେ ଖବର ପ୍ରକାଶ ପାଇଥିଲା। ଏହା ପରେ ବିଭାଗୀୟ ତପ୍ତରତା ଦେଖାଦେଇଥିଲା। ଘଟଣାସ୍ଥଳ ପରିଦର୍ଶନ କରି ଅସ୍ଥାୟୀ ଭାବେ କାମ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଚାଷୀମାନେ ମଧ୍ୟ ଉପସ୍ଥିତ ରହି ଆରମ୍ଭରୁ ହୋଇଥିବା ନିମ୍ନମାନର କାମ ଭାଙ୍ଗି ଆଉଥରେ କରିବାକୁ ଦାବି କରିଥିଲେ। ନଚେତ୍‌ ଭିଜିଲାନ୍ସ ତଦନ୍ତ କରିବାକୁ ଦାବି କରିବେ ବୋଲି ଚେତବାନୀ ଦେଇଥିଲେ। ଚାଷୀଙ୍କ ଅଭିଯୋଗକ୍ରମେ ଏତେ ଟଙ୍କାର କାମ ହେଉଥିଲେ ବି ବିଭାଗୀୟ ଅଧିକାରୀ ଘଟଣା ସ୍ଥଳକୁ ଆସୁନାହାନ୍ତି। ତେଣୁ ନିମ୍ନମାନର କାମ କରିବାକୁ ଠିକାଦାରଙ୍କୁ ସୁବିଧା ହେଉଛି। ଏହି କେନାଲ ନିର୍ମାଣ ହେଲେ ଶହ ଶହ ଚାଷୀ ଉପକୃତ ହୋଇପାରିବେ। ଯେଭଳି କାମ ହୋଇଛି ଗୋଟିଏ ବର୍ଷ ପାଣି ଚାଲିଲେ କଂକ୍ରିଟ ଉଠିଯିବ। ଗତବର୍ଷ କାମରେ ତାହା ଦେଖିବାକୁ ମିଳିଛି। ଯଦି କାମ ଚାଲିଥିବା ସମୟରେ ବିଭାଗ ଗୁରୁତ୍ୱ ଦେଇ ପଦକ୍ଷେପ ଗ୍ରହଣ ନ କରେ ତା’ହେଲେ କେନାଲ ସ୍ଥାୟିତ୍ୱ ରହିବ ନାହିଁ ବୋଲି ଚାଷୀମାନେ କହିଥିଲେ। ଶେଷରେ କାମ ବନ୍ଦ ହୋଇ ରହିଛି। ଏ ସମ୍ପର୍କରେ କ୍ଷୁଦ୍ର ଜଳସେଚନ ବିଭାଗ କନିଷ୍ଠଯନ୍ତ୍ରୀ ଲକ୍ଷ୍ମଣ ମାଝି କହିଛନ୍ତି, ଚାଷୀମାନେ ଅଭିଯୋଗ କରିବା ପରେ କାମ ବନ୍ଦ କରାଯାଇଛି। ଚାଷୀଙ୍କ ସହ ଆଲୋଚନା କରାଯାଇ ସେମାନଙ୍କ ପରାମର୍ଶ ସହିତ ଯାହା ବ୍ୟୟ ଅଟକଳ ରହିିଛି ସେ ଅନୁସାରେ କାମ ହେବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

ବାଣଫୁଟାଇ ମିଠାଖୁଆଇ ବିଜୟ ଉତ୍ସବ ପାଳିଲେ ପ୍ରକାଶ-ରବୀନ୍ଦ୍ର

ପୁରୁଷୋତ୍ତମପୁର,୨୮ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ଭାବେ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ…

ମଧ୍ୟପ୍ରାଚ୍ୟରେ ଅଶାନ୍ତି ମଧ୍ୟରେ, ଆମେରିକାକୁ କଡ଼ା ଚେତାବନୀ ଦେଲେ ଇରାନ ରାଷ୍ଟ୍ରପତି, କହିଲେ ଏଥର…

ତେହରନ୍‌,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ନିରନ୍ତର କ୍ଷେପଣାସ୍ତ୍ର ଆକ୍ରମଣ ବିନିମୟ ହୋଇଛି। ଇରାନ ରାଷ୍ଟ୍ରପତି…

ସରିଲା ଓକିଲ ସଂଘ ନିର୍ବାଚନ: ବାଜି ମାରିଲେ ହୃଦୟରଞ୍ଜନ-ସନ୍ତୋଷ

ଦିଗପହଣ୍ଡି,୨୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦଗିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସରିଛି। ଓକିଲ ସଂଘର ସଭାପତି ଭାବେ ହୃଦୟରଞ୍ଜନ ମେକାପ…

ପେଟ୍ରୋଲ ପମ୍ପର ମାଟିତଳେ କେତେ ତେଲ ଥାଏ? କେବଳ ଏତିକି ଦିନ ପାଇଁ ରୁହେ ଷ୍ଟକ୍‌…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଯୋଗୁଁ, ଏକ ବିଶ୍ୱ ଶକ୍ତି ସଙ୍କଟ ଦେଖାଦେଉଛି। ଏହି ଅସ୍ଥିରତାର ପ୍ରଭାବ ଘରୋଇ ସ୍ତରରେ ମଧ୍ୟ ଅନୁଭୂତ ହେଉଛି, ବିଶେଷକରି ଗ୍ୟାସ ଯୋଗାଣ…

ହର୍ମୁଜ ଷ୍ଟ୍ରେଟରେ ଇରାନର ମାୟାବି ଜାଲ, ଏନର୍ଜି କରିଡର ଏବେ ‘ମୃତ୍ୟୁର କୂଅ’! ସୁପରପାଓ୍ବାରକୁ ଦେଖାଇଦେଲା ଅସଲ ସ୍ଥିତି

ତେହରାନ୍‌,୨୮।୩: ପଶ୍ଚିମ ଏସିଆରେ ଉତ୍ତେଜନା ବୃଦ୍ଧି ପାଇବା ପରେ, ପରିସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣ ବାହାରକୁ ଚାଲିଯାଉଛି। ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ବନ୍ଦ ହେବା…

ସରକାରଙ୍କ ବଡ଼ ଘୋଷଣା, ପହିଲାରୁ ସ୍କୁଲରେ ଖରାଛୁଟି, ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୨୮।୩: ଏପ୍ରିଲ ଆରମ୍ଭ ନ ହେଉଣୁ ତାତି ତାର କରାଳ ରୂପ ଦେଖାଇଲାଣି । ସ୍ଥିତି ଏମିତି ହେଲାଣି ଯେ, ଘରୁ ବାହାରିବା ମଧ୍ୟ ମୁସ୍କିଲ ହୋଇପଡ଼ିଲାଣି…

‘ଇରାନର ନୂଆ ସର୍ବୋଚ୍ଚ ନେତା ଆଉ ନାହାନ୍ତି’: ମୋଜତାବା ଖାମେନେଇଙ୍କୁ ନେଇ କିଏ ଏମିତି ଦାବି କଲେ ଜାଣନ୍ତୁ…

ଓ୍ବାଶିଂଟନ,୨୮।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଦାବି କରିଛନ୍ତି ଯେ ଇରାନର ନୂତନ ସର୍ବୋଚ୍ଚ ନେତା ମୋଜତାବା ଖାମେନେଇଙ୍କ ମୃତ୍ୟୁ ଘଟିଛି। ମିଆମିରେ ‘ଭବିଷ୍ୟତ ନିବେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri