Posted inଖେଳ

ଆଇପିଏଲର ୧୦୦୦ ତମ ମ୍ୟାଚରେ ଏମଆଇ-ଆରଆର ଭେଟ…

ମୁମ୍ବାଇ,୩୦।୪ : ଆଇପିଏଲର ୧୦୦୦ ତମ ମ୍ୟାଚ ତଥା ଚଳିତ ସିଜିନର ୪୨ ତମ ମ୍ୟାଚରେ ରବିବାର ମୁମ୍ବାଇର ୱାଙ୍ଖଡେ ଷ୍ଟାଡିୟମରେ ମୁମ୍ବାଇ ଇଣ୍ଡିଆନ୍ସ(ଏମଆଇ) ଏବଂ ରାଜସ୍ଥାନ ରୟାଲ୍ସ (ଆରଆର)ମଧ୍ୟରେ ସନ୍ଧ୍ୟା ସାଢ଼େ ୭ଟାରେ ଖେଳାଯିବ। କ୍ୟାପଟେନ ରୋହିତ ଶର୍ମାଙ୍କ ଦଳ ମୁମ୍ବାଇ କ୍ରମାଗତ ତୃତୀୟ ପରାଜୟକୁ ଏଡାଇବା ପାଇଁ ଏକ ଆହ୍ବାନର ସମ୍ମୁଖୀନ ହେବ। ଗତ ଦୁଇଟି ମ୍ୟାଚରେ ମୁମ୍ବାଇକୁ ଗୁଜରାଟ ଟାଇଟାନ୍ସ ଏବଂ ପଞ୍ଜାବ କିଙ୍ଗସ ବିପକ୍ଷରେ ପରାଜୟର ସମ୍ମୁଖୀନ ହେବାକୁ ପଡିଥିଲା। ଅନ୍ୟପକ୍ଷରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିବା ପରେ ରାଜସ୍ଥାନ ଦଳର ମନୋବଳ ବୃଦ୍ଧି ହୋଇଛି।

ଆଇପିଏଲ ୧୮ ଏପ୍ରିଲ ୨୦୦୮ ରେ ଆରମ୍ଭ ହୋଇଥିଲା। ପ୍ରଥମ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ମୁହାଁମିହିଁ ହୋଇଥିଲେ। ୨୦୦୮ରେ, ରାଜସ୍ଥାନ ରୟାଲ୍ସର ଦଳ ଚାମ୍ପିୟନ ହୋଇଥିଲା। ସେବେଠାରୁ ଦଳ ଆଉ ଟାଇଟଲ ଜିତି ନାହିଁ। ମୁମ୍ବାଇ ଇଣ୍ଡିଆନ୍ସ ଦଳ ସର୍ବାଧିକ ପାଞ୍ଚ ଥର ଚାମ୍ପିୟନ ହୋଇଛି। ୧୦୦୦ ତମ ମ୍ୟାଚରେ ପ୍ରଥମ ଥର ଚାମ୍ପିୟନ ଏବଂ ସର୍ବାଧିକ ଥର ଜିତିଥିବା ଦଳ ମୁହାଁମୁହିଁ ହେବେ ।

ମୁମ୍ବାଇ ଇଣ୍ଡିଆନ୍ସ ପ୍ଲେଇଙ୍ଗ ୧୧ରେ ରୋହିତ ଶର୍ମା(ଅଧିନାୟକ) ଇଶାନ କିଶନ(ଓ୍ବିକେଟ କିପର), ସୂର୍ଯ୍ୟକୁମାର ଯାଦବ, କ୍ୟାମେରନ ଗ୍ରୀନ, ଟିମ ଡେଭିଡ, ତିଲକ ଭର୍ମା, ନିହାଲ ୱାଡେରା, ଅର୍ଜୁନ ତେନ୍ଦୁଲକର, ପୀୟୁଷ ଚାୱଲା, ଜେସନ ବେହେରେଣ୍ଡର୍ଫ, ଜୋଫ୍ରା ଆର୍ଚର ରହିଛନ୍ତି।

ରାଜସ୍ଥାନ ରୟାଲ୍ସ ପ୍ଲେଇଙ୍ଗ ୧୧ରେ ଯଶସ୍ବୀ ଜୈସୱାଲ, ଜୋସ ବଟଲର, ଦେବଦତ୍ତ ପାଦିକଲ, ସଞ୍ଜୁ ସାମସନ(ଅଧିନାୟକ/ଓ୍ବିକେଟ କିପର), ଶିମ୍ରନ ହେଟମିୟର, ଜେସନ ହୋଲ୍ଡର, ଧ୍ରୁଭ ଜୁରେଲ, ରବିଚନ୍ଦ୍ରନ ଅଶ୍ୱିନ, ୟୁଜବେନ୍ଦ୍ର ଚହଲ, ସନ୍ଦୀପ ଶର୍ମା, ଟ୍ରେଣ୍ଟ ବୋଲ୍ଟ ଅଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର

ଷ୍ଟକହୋମ,୬।୧୦: ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି; ମଙ୍ଗଳବାର ଏହି ଘୋଷଣା କରାଯାଇଥିଲା। ରୟାଲ ସ୍ବିଡିସ ଏକାଡେମୀ ଅଫ ସାଇନ୍ସେସ ଫ୍ରାନ୍ସିସ ହାଲଜେନ୍‌…

Gyanesh Kumar Net Worth: ମୁଖ୍ୟ ନିର୍ବାଚନ କମିଶନରଙ୍କ ମାସକୁ ଦରମା କେତେ? ଜାଣନ୍ତୁ ବଙ୍ଗଳା, ଗାଡ଼ିଠାରୁ ପେନସନ ଯାଏ ମିଳୁଥିବା ସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦେଶରେ ଯେତେବେଳେ ବି ନିର୍ୱାଚନ ମାହୋଲ ସୃଷ୍ଟି ହୁଏ କିମ୍ୱା ଭୋଟର ତାଲିକାକୁ ନେଇ ବିବାଦ ଉପୁଜେ, ସେତେବେଳେ ଭାରତୀୟ ନିର୍ୱାଚନ ଆୟୋଗ (ECI) ଏବଂ…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?