Posted inଖେଳ

ଆଜି ଯାଏ ହୋଇଥିବା ମ୍ୟାଚ୍‌ରେ ମୁମ୍ବାଇ ରହିଛି ଆଗରେ: ଆଇପିଏଲ୍‌ ଇତିହାସରେ ରହିଛି ଏଭଳି ରେକର୍ଡ

ନୂଆଦିଲ୍ଲୀ,୯।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ୧୪ ସିଜିନର ପ୍ରଥମ ମ୍ୟାଚ୍‌ ଶୁକ୍ରବାର ଖେଳାଯିବ। ଏଥିରେ ରୋହିତ ଶର୍ମାଙ୍କ ମୁମ୍ବାଇ ଇଣ୍ଡିଆନ୍ସ ବିରାଟ କୋହଲିଙ୍କ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରଙ୍କୁ ଭେଟିବ। ପାଞ୍ଚଥର ଟାଇଟଲ ବିଜେତା ଏମ୍‌ଆଇ ସିଜିନର ପ୍ରଥମ ମ୍ୟାଚ୍‌ ନିଜ ନାମରେ କରିବାକୁ ଚେଷ୍ଟା କରିବ। ଦଳର ଖେଳାଳିମାନେ ଭଲ ଫର୍ମରେ ଥିବାରୁ ସେମାନେ ଉଲ୍ଲେଖନୀୟ ପ୍ରଦର୍ଶନ କରିବେ ବୋଲି ଆଶା କରାଯାଉଛି। ଅପରପକ୍ଷେ କୋହଲିଙ୍କ ଟିମ୍‌ ମଜଭୂତ ସ୍ଥିତିରେ ଅଛି। ଏଣୁ ଆଜିର ମ୍ୟାଚ୍‌ ବେଶ ରୋମାଞ୍ଚକର ରହିବ।

ଏଯାବତର ରେକର୍ଡ ଦେଖିଲେ ଉଭୟ ଟିମ୍‌ ଆଇପିଏଲ୍‌ ଇତିହାସରେ ୨୯ଥର ପରସ୍ପରକୁ ଭେଟିଛନ୍ତି। ଏଥିରେ ମୁମ୍ବାଇ ଇଣ୍ଡିଆନ୍ସ ସର୍ବାଧିକ ମ୍ୟାଚ୍‌ ଜିତିଛି। ୨୯ ମୁକାବିଲାରୁ ଦଳ ୧୯ ମ୍ୟାଚ୍‌ ଜିତିଥିବା ବେଳେ ବିରାଟଙ୍କ ଟିମ୍‌ କେବଳ ୧୦ ମ୍ୟାଚ୍‌ରେ ବିଜେତା ହୋଇଛି।

ଗତ ସିଜିନରେ ଉଭୟ ଟିମ୍‌ ମଧ୍ୟରେ ଦୁଇଟି ମୁକାବିଲା ଖେଳାଯାଇଥିଲା। ଗୋଟିଏ ମୁମ୍ବାଇ ଇଣ୍ଡିଆନ୍ସ ଜିତିଥିବା ବେଳେ ଆରଟି କୋହଲିଙ୍କ ଦଳ ଜିତିଥିଲା।

ବିଶେଷକରି ଚେନ୍ନାଇ ଷ୍ଟାଡିୟମରେ ତୃତୀୟ ଥର ପାଇଁ ଉଭୟ ଟିମ୍‌ ମୁହାଁମୁହିଁ ହେବାକୁ ଯାଉଛନ୍ତି। ପୂର୍ବରୁ ଉଭୟ ଟିମ୍‌ ଦୁଇଥର ଖେଳିଥିବା ବେଳେ ୧-୧ ସ୍ଥିତି ରହିଛି।

ଟିମ୍‌ଦ୍ୱୟଙ୍କ ମଧ୍ୟରେ ହୋଇଥିବା ମ୍ୟାଚ୍‌ରେ କୋହଲି ସର୍ବାଧିକ ୬୩୭ରନ୍‌ କରିଛନ୍ତି। ସେହିଭଳି ଉଇକେଟ ନେବା ମାମଲାରେ ୟୁଜବେନ୍ଦ୍ର ଚହଲ ସବୁଠାରୁ ଆଗରେ ରହିଛନ୍ତି। ମୁମ୍ବାଇ ବିପକ୍ଷରେ ସେ ୧୯ ଉଇକେଟ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri