ଏମ୍‌ଆଇ ବିଜୟୀ…

ମୁମ୍ବାଇ, ୩୦।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୪୪ ତମ ମ୍ୟାଚ୍‌ରେ ଶନିବାର ରାଜସ୍ଥାନ ରୟାଲର୍‌ସ (ଆର୍‌ଆର୍‌) ବିପକ୍ଷରେ ମୁମ୍ବାଇ ଇଣ୍ଡିଆନ୍ସ୍‌ (ଏମ୍‌ଆଇ) ବିଜୟ ହାସଲ କରିଛି ।  ଧାର୍ଯ୍ୟ ୧୫୯ ରନ୍ ଲକ୍ଷ୍ୟର ପିଛା କରି  ଏମ୍ ଆଇ ୧୯.୨  ଓଭରରେ  ୫  ୱିକେଟ ହରାଇ  ୧୬୧ ରନ୍ କରି ଆର୍‌ଆର୍‌କୁ ପରାଜିତ କରିଛି ।

ଏମ୍‌ଆଇ ପକ୍ଷରୁ ରୋହିତ ଶର୍ମା ୫ ବଲରେ  ୨ ରନ୍ କରିଥିଲେ । ସେହିପରି ଇଶାନ୍ କିଷନ ୧୮ ବଲରେ ୨୬ ରନ୍‌, ସୂର୍ଯ୍ୟକୁମାର ଯାଦବ ୩୯ ବଲରେ ୫୧ରନ୍ କରିଥିଲେ । ତିଲକ ବର୍ମା  ୩୦ ବଲରେ ୩୫ ରନ୍ ଥିବାବେଳେ ଟିମ୍ ଡେଭିସ୍ ୯ ବଲରେ ୨୦ ରନ୍ କରି ଅପରାଜିତ ରହିଥିଲେ ।

ମହାରାଷ୍ଟ୍ର ମୁମ୍ବାଇର ଡ. ଡିଓ୍ବାଇ ପାଟିଲ ସ୍ପୋଟର୍ସ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଏମ୍‌ଆଇର ଅଧିନାୟକ ରୋହିତ ଶର୍ମା ଟସ ଜିଣିବା ପରେ ପ୍ରଥମେ ବୋଲିଂ କରିଥିବାବେଳେ ଆର୍‌ଆର୍‌ ଅଧିନାୟକ ସଞ୍ଜୁ ସାମସନ ନେତୃତ୍ୱରେ ଟିମ୍‌ ବ୍ୟାଟିଂ ଆରମ୍ଭ କରିଥିଲା। ଆର୍‌ଆର୍‌ ନିର୍ଦ୍ଧାରିତ ୨୦ ଓଭରରେ ୬ ଓ୍ବିକେଟ ହରାଇ ୧୫୮ ରନ୍‌ କରିଛି। ଫଳରେ ଏମ୍‌ଆଇ ପାଇଁ ୧୫୯ ରନ୍‌ର ବିଜୟ ଲକ୍ଷ୍ୟ ରହିଥିଲା।

ଆର୍‌ଆର୍‌ ପକ୍ଷରୁ ଜୋସ୍‌ ବଟଲର ୫୨ ବଲ୍‌ରେ ୬୭ ରନ୍‌ କରିଥିବାବେଳେ ଦେବଦୁତ୍‌ ପାଦିକଲ୍‌ ୧୫ ବଲ୍‌ରେ ୧୫ ରନ୍‌ କରିଥିଲେ। ସଞ୍ଜୁ ସାମସନ ୭ ବଲ୍‌ରେ ୧୭ ରନ୍‌ କରିଥିଲେ। ଡାରିଏଲ୍‌ ମିଚେଲ ବଲ୍‌ରେ ରନ୍‌ କରିଥିଲେ। ସେହିପରି ରବିଚନ୍ଦ୍ରନ ଅଶ୍ୱିନୀ ୯ ବଲ୍‌ରେ ୨୧ ରନ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ସ୍ଥାନ, ଯେଉଁଠି ବିବାହ ପରେ କନ୍ୟା ନୁହନ୍ତି, ବର ଯାଆନ୍ତି ଶାଶୁଘର

ଭାରତରେ ଜାତି, ଧର୍ମ, ବର୍ଣ୍ଣ ସମେତ ବିଭିନ୍ନ ସ୍ଥାନରେ ଭିନ୍ନଭିନ୍ନ ପରମ୍ପରା ରହିଛି। ଏହି ଅନନ୍ୟ ପରମ୍ପରା ଭାରତକୁ ଅନ୍ୟ ଦେଶଠାରୁ ସ୍ବତନ୍ତ୍ର କରେ। ଭାରତରେ...

ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ, କହିଲେ ନୂଆ ସରକାରରେ…

ଭୁବନେଶ୍ବର,୩୧ା୧୨: ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ । ସେ ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ।...

ଚାଇନାକୁ ପଛରେ ପକାଇ ବିଶ୍ୱର ଶୀର୍ଷ ଧାନ ଉତ୍ପାଦନକାରୀ ଦେଶ ହେଲା ଭାରତ, ରହିଛି ଓଡ଼ିଶାର ଗୁରୁତ୍ୱପୂର୍ଣ୍ଣ ଭୂମିକା

ନୂଆଦିଲ୍ଲୀ, ୩୧ା୧୨: କୃଷି କ୍ଷେତ୍ରରେ ଭାରତ ଏକ ଐତିହାସିକ ସଫଳତା ହାସଲ କରିଛି। ବର୍ଷ ବର୍ଷ ଧରି ଧାନ ଉତ୍ପାଦନରେ ଚାଇନାର ରହିଥିବା ଆଧିପତ୍ୟକୁ ଶେଷ...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ କଲବଲ କରିବ କୁହୁଡ଼ି, ୯ ଜିଲ୍ଲାକୁ ଅରେଞ୍ଜ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨: ଗତ କିଛି ଦିନ ହେବ ରାଜ୍ୟରେ ଘନ କୁହୁଡ଼ି ଦେଖାଯାଉଥିବା ବେଳେ ଏପରି ସ୍ଥିତି ଆହୁରି କିଛିଦିନ ଲାଗି ରହିବ । ଏନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri