ଏମ୍‌ଆଇ ବିଜୟୀ…

ମୁମ୍ବାଇ, ୨୧।୫ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୬୯ ତମ ମ୍ୟାଚରେ ଶନିବାର ଦିଲ୍ଲୀ କ୍ୟାପିଟାଲ୍ସ୍‌‌ (ଡିସି) ବିପକ୍ଷରେ ମୁମ୍ବାଇ ଇଣ୍ଡିଆନ୍ସ୍‌(ଏମ୍‌ଆଇ) ବିଜୟ ହାସଲ କରିଛି ।  ଧାର୍ଯ୍ୟ ୧୬୦ ରନ୍ ଲକ୍ଷ୍ୟର ପିଛା କରି  ଏମଆଇ ୧୯.୧ ଓଭରରେ  ୫ ୱିକେଟ ହରାଇ  ଏହା ସଂଗ୍ରହ କରିଥିଲା ।

ଏମ୍‌ଆଇ  ପକ୍ଷରୁ ରୋହିତ ଶର୍ମା  ୧୩ ବଲରେ  ୨ ରନ୍ , ଇଶାନ୍ କିଶନ ୩୫ ବଲରେ ୪୮ ରନ୍‌, ଡେୱାଲଡ ୍  ବ୍ରେଭିସ୍ ୩୩ ବଲରେ  ୩୭ ରନ କରିଥିଲେ । ସେହିପରି ତିଲକ ବର୍ମା ୧୭ ବଲରେ ୨୧ ରନ୍ କରିଥିଲେ । ଟିମ୍ ଡେଭିଡ୍ ୧୧ବଲରେ  ୩୪ ରନ୍‌, ରମଣଦୀପ ସିଂ ୬ ବଲରେ ୧୩ ରନ୍ କରିଥିଲେ ।

ମହାରାଷ୍ଟ୍ର ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଏମ୍‌ଆଇର ଅଧିନାୟକ ରୋହିତ ଶର୍ମା ଟସ ଜିଣିବା ପରେ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଡିସିର ଅଧିନାୟକ ରିଶଭ ପନ୍ତଙ୍କ ନେତୃତ୍ୱରେ ଟିମ୍‌ ବ୍ୟାଟିଂ ଆରମ୍ଭ କରିଥିଲା।

ନିର୍ଦ୍ଧାରିତ ୨୦ ଓଭରରେ ଡିସି ୭ ଓ୍ବିକେଟ ହରାଇ ୧୫୯ରନ୍‌ କରିଥିଲା। ଫଳରେ ଏମ୍‌ଆଇ ପାଇଁ ବିଜୟ ଲକ୍ଷ୍ୟ ୧୬୦ ରନ୍‌ ରହିଥିଲା।

ଡିସି ପକ୍ଷରୁ ପୃଥ୍ବୀରାଜ ଶ ୨୩ ବଲ୍‌ରେ ୨୪ ରନ୍‌ କରିଥିଲେ। ସେହିପରି ଡାଭିଡ୍‌ ଓ୍ବାର୍ନର ୬ ବଲ୍‌ରେ ୫ ରନ୍‌ , ରିଷଭ ପନ୍ତ ୩୩ ବଲ୍‌ରେ ୩୯ ରନ୍‌, ସରଫରାଜ ଖାନ୍‌ ୭ ବଲ୍‌ରେ ୧୦ ରନ୍‌, ରୋଭମାନ ପୋଓ୍ବଲ ୩୪ ବଲ୍‌ରେ ୪୩ ରନ୍‌ କରିଥିଲେ। ସେହିପରି ଅକ୍ଷର ପଟେଲ ୧୦ ବଲ୍‌ରେ ୧୯ ରନ୍‌, ଶାର୍ଦ୍ଦୁଳ ଠାକୁର ୫ ବଲ୍‌ରେ ୪ ରନ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri