Posted inଖେଳ

୫ ଓ୍ବିକେଟରେ ଜିତିଲା ଏମଆଇ…

ମୁମ୍ବାଇ,୧୬।୪ : ଆଇପିଏଲ ସିରିଜ ୧୬ର ୨୨ତମ ମ୍ୟାଚରେ ରବିବାର ପାଞ୍ଚ ଥର ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ(ଏମଆଇ) ଦୁଇଥର ଚାମ୍ପିୟନ କୋଲକାତା ନାଇଟ ରାଇଡର୍ସ(କେକେଆର୍‌) ବିପକ୍ଷରେ ସହଜ ବିଜୟ ହାସଲ କରିଛି।

ଧାର୍ଯ୍ୟ ଲକ୍ଷ୍ୟର ପିଛା କରି ଏମଆଇ ୧୭.୪ ଓଭରରେ ୫ ଓ୍ବିକେଟ ହରାଇ ୧୮୬ ରନ କରିଥିଲା।
ଏମଆଇ ପକ୍ଷରୁ ରୋହିତ ଶର୍ମା ୨୦ ରନ କରିଥିବାବେଳେ ଇଶାନ କିଶନ ୫୮, ସୂର୍ଯ୍ୟକୁମାର ଯାଦବ ୪୩ , ତିଲକ ବର୍ମା ୩୦ , ଟିମ୍‌ ଡେଭିଡ ୨୪ ରନ କରିଥିଲେ।
ମୁମ୍ବାଇର ଓ୍ବାଙ୍ଖେଡେ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚରେ ଏମଆଇ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଟିମ ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ୱରେ ଦଳ ବୋଲିଂ କରିବାକୁ ପଡ଼ିଆକୁ ଓହ୍ଲାଇଥିବାବେଳେ କେକେଆର୍‌ ଟିମ ଅଧିନାୟକ ନୀତୀଶ ରାଣାଙ୍କ ନେତୃତ୍ୱରେ ବ୍ୟାଟିଂ ଆରମ୍ଭ କରିଥିଲା। ଧାର୍ଯ୍ୟ ୨୦ ଓଭରରେ କେକେଆର ୬ ଓ୍ବିକେଟ ହରାଇ ୧୮୫ ରନ କରିଥିଲା। ଫଳରେ ଏମଆଇ ପାଇଁ ବିଜୟ ଲକ୍ଷ୍ୟ ୧୮୬ ରନ ରହିଥିଲା।
କେକେଆର ପକ୍ଷରୁ ରହମନୁଲ୍ଲା ଗୁରବାଜ ୮ ରନ କରିଥିବାବେଳେ ଭେଙ୍କେଟେଶ ଆୟାର ୧୦୪, ଶାର୍ଦ୍ଦୁଳ ଠାକୁର ୧୩, ରିଙ୍କୁ ସିଂ ୧୮ , ଆଣ୍ଡ୍ରେ ରସେଲ ୨୧ ରନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହତ୍ୟାକୁ ନେଇ ଟ୍ରମ୍ପଙ୍କ ବଡ଼ ଘୋଷଣା: କହିଦେଲେ ଏମିତି…ସାରା ବିଶ୍ୱ ସ୍ତବ୍ଧ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଚରମ ସୀମାରେ ପହଞ୍ଚିଛି। ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲ୍ଲୀ ଖାମେନେଇଙ୍କ ଶେଷକୃତ୍ୟ ସମୟରେ ଟ୍ରମ୍ପଙ୍କୁ…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

ଇରାନକୁ ଟ୍ରମ୍ପଙ୍କ ୨୪ ଘଣ୍ଟାର ଅଲ୍ଟିମେଟମ ଦେଲେ ଟ୍ରମ୍ପ: ନ ମାନିଲେ ଭୟଙ୍କର ହେବ ପରିଣାମ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଏକ ଅତି ବିପଜ୍ଜନକ ମୋଡ଼ରେ ପହଞ୍ଚିଛି । ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଆମେରିକାର ଟ୍ରମ୍ପ ପ୍ରଶାସନ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

ଜନଗଣନା ପରେ ପଞ୍ଚାୟତ ଭୋଟ

ଭୁବନେଶ୍ୱର,୧୧।୭(ରବିନାରାୟଣ ଜେନା): ରାଜ୍ୟରେ ଚାଲିଥିବା ଭୋଟରତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ(ଏସ୍‌ଆଇଆର୍‌) ଏବଂ ଜନଗଣନା ପରେ ପଞ୍ଚାୟତ ଓ ପୌର ନିର୍ବାଚନ ହେବ ବୋଲି ରାଜ୍ୟ ନିର୍ବାଚନ ଆୟୁକ୍ତ(କମିଶନର)…

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri