Posted inଖେଳ

୬ ୱିକେଟରେ ଜିତିଲା ଏମଆଇ…

ନୂଆଦିଲ୍ଲୀ,୧୧।୪ : ଆଇପିଏଲ ସିରିଜ ୧୬ର ୧୬ ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ବିପକ୍ଷରେ ମୁମ୍ବାଇ ଇଣ୍ଡିଆନ୍ସ(ଏମଆଇ) ୬ ୱିକେଟରେ ବିଜୟ ହାସଲ କରିଛି ।

ଧାର୍ଯ୍ୟ ୧୭୩ ରନ ଲକ୍ଷ୍ୟର ପିଛା କରି ଏମଆଇ  ୨୦ ଓଭରରେ  ୪ ୱିକେଟ ହରାଇ ୧୭୩ ରନ  ସଂଗ୍ରହ କରିଥିଲା ।  ଏମଆଇ ପକ୍ଷରୁ  ରୋହିତ ଶର୍ମା ୬୫ ରନ କରିଥିବାବେଳେ ଇଶାନ କିଶନ ୩୧, ତିଲକ ବର୍ମା ୪୧,  ଟିମ ଡେଭିଡ ୧୩ , କ୍ୟାମେରୋନ ଗ୍ରୀନ ୧୭ ରନ କରିଥିଲେ ।

ମଙ୍ଗଳବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚରେ ଏମଆଇ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ୱରେ ଦଳ ବୋଲିଂ କରିବାକୁ ପଡ଼ିଆକୁ ଓହ୍ଲାଇଥିବାବେଳେ ଡିସି ଟିମ ଅଧିନାୟକ ଡେଭିଡ ଓ୍ବାର୍ନରଙ୍କ ନେତୃତ୍ୱରେ ବ୍ୟାଟିଂ ଆରମ୍ଭ କରିଥିଲା।

୧୯.୪ ଓଭରରେ ଡିସି ୧୦ ଓ୍ବିକେଟ ହରାଇ ୧୭୨ ରନ କରିଥିଲା। ଫଳରେ ଏମଆଇ ପାଇଁ ବିଜୟ ଲକ୍ଷ୍ୟ ୧୭୩ ରନ ରହି ଥିଲା।

ଡିସି ପକ୍ଷରୁ ପୃଥ୍ବୀ ଶ ୧୫ ରନ କରିଥିବାବେଳେ ଡେଭିଡ ଓ୍ବାର୍ନର ୫୧ , ମନିଶ ପାଣ୍ଡେ ୨୬, ଅକ୍ଷର ପଟେଲ ୫୪ ରନ କରିଥିଲେ। ଅନ୍ୟ କୌଣସି ବ୍ୟାଟ୍ସମ୍ୟାନ ଦୁଇଅଙ୍କରେ ପହଞ୍ଚି ପାରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭିମସାର କର୍ମଚାରୀଙ୍କ ଅଚଳାଚଳ ସମ୍ପତ୍ତି ଠାବ:୧୦ ମୂଲ୍ୟବାନ ପ୍ଲଟ ସହ ବିପୁଳ ଟଙ୍କା

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ଷ୍ଟେୱାର୍ଡ ଅଶ୍ୱିନୀ ମେହେରଙ୍କ ନାମରେ ଆୟବର୍ହିଭୂତ ସମ୍ପତ୍ତି ଠାବ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ…

ସଂସଦର ସବୁଠାରୁ ଧନୀ ଏମ୍ପି କିଏ? ଜାଣନ୍ତୁ କେଉଁ ଦଳ ସବୁଠାରୁ ଅଧିକ ମାଲାମାଲ୍!

ନୂଆଦିଲ୍ଲୀ,୩୦।୬: ଦେଶର ସଂସଦରେ ରାଜନୀତି ସହିତ ସମ୍ପତ୍ତିର ପରିମାଣ ମଧ୍ୟ ନୂଆ ରେକର୍ଡ ସୃଷ୍ଟି କରୁଛି। ଗୋଟିଏ ପଟେ ଲୋକ ସଭାରେ କୋଟିପତି ଏମ୍ପିଙ୍କ ସଂଖ୍ୟା କ୍ରମାଗତ…

ଇପିଏଫ କି ପେନସନ ନାହିଁ: ୪୧ ବର୍ଷ ସରକାରୀ ସେବାପରେ ବିନା ସୁବିଧାରେ ଅବସର ନେଲେ ତ୍ରିନାଥ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ କାର୍ଯ୍ୟରତ ଥିବା ପିଅନ ତ୍ରିନାଥ ପ୍ରଧାନ ମଙ୍ଗଳବାର କର୍ମମୟ ଜୀବନରୁ ଅବସର ନେଇଛନ୍ତି। ଏନେଇ…

ବିଶ୍ୱକପରୁ ବାଦ ପଡ଼ିଲା ଜର୍ମାନୀ

ବୋଷ୍ଟନ,୩୦।୬: ଫିଫା ବିଶ୍ୱକପ୍‌ ୨୦୨୬ରେ ଏକ ବଡ଼ ବିପର୍ଯ୍ୟୟ ଘଟିଛି। ୪ ଥରର ଚାମ୍ପିୟନ ଜର୍ମାନୀ ବିଶ୍ୱକପର ରାଉଣ୍ଡ ଅଫ୍‌ ’32’ରୁ ପାରାଗୁଏ ବିପକ୍ଷରେ ପରାଜୟ ବରଣ…

ଛାତ୍ରୀକୁ ପେଟ୍ରୋଲ ଢାଳି ପୋଡିବାକୁ ଉଦ୍ୟମ କରୁଥିଲେ ଯୁବକ, ହଠାତ୍…

ଧୂଷୁରୀ/ଅସୁରାଳି,୩୦।୬( ଦୀପ୍ତି ରଞ୍ଜନ ନାୟକ/ସନ୍ତୋଷ ସାହୁ ) : ଧୂଷୁରୀ ଥାନା ଅଧୀନ ଫତେପୁର ପଞ୍ଚାୟତର ଫତେପୁର ଗ୍ରାମର ଜଣେ ୩୩ ବର୍ଷୀୟ ଯୁବକ ନିକଟସ୍ଥ ଗାଁର…

ଅମାଠ ବେହେରା ରାଇସ ମିଲ ସିଲ୍‌: ଜିଲାପାଳଙ୍କ ଆଦେଶ ଅବମାନନା ଅଭିଯୋଗ

କେସିଙ୍ଗା,୩୦।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଅମାଠ ଛକସ୍ଥିତ ବେହେରା ରାଇସ ମିଲ ଏବଂ ଗୋଟିଏ ଗୋଦାମକୁ ମଙ୍ଗଳବାର ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଏସିଏସଓ…

ବାବୁଙ୍କ ଘରେ ବିଡ଼ା ବିଡ଼ା ଟଙ୍କା ଦେଖି ଭିଜିଲାନ୍ସ ଚକିତ: ୨୦ରୁ ଅଧିକରୁ ପ୍ଲଟ୍‌ ସହ ଘରୁ ମିଳିଲା…

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ପ୍ରତିଷ୍ଠାନ(ଏଷ୍ଟାବ୍ଲିଶମେଣ୍ଟ) ଅଧିକାରୀ ତଥା କାର୍ଯ୍ୟାଳୟ ଅଧିକ୍ଷକ ଧନୁର୍ଦ୍ଧର ବିଶ୍ୱାଳଙ୍କ ନାମରେ ଆୟ ବର୍ହିଭୂତ…

ବଢିଲା ରବି ଧାନ ସଂଗ୍ରହ ଅବଧି: ଯୋଗାଣ ମନ୍ତ୍ରୀ ଦେଲେ ବଡ଼ ସୂଚନା

ଭୁବନେଶ୍ୱର,୩୦।୬: ରବି ଧାନ ସଂଗ୍ରହ ଅବଧି ଜୁଲାଇ ୩ ତାରିଖ ଯାଏ ବୃଦ୍ଧି କରିଛନ୍ତି ସରକାର। ଅବଧି ବୃଦ୍ଧି ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri