ଶବ ସଂରକ୍ଷଣ ଗୃହରେ ଥିଲା ମୃତଦେହ: ଓଠ, କାନ ଖାଇଗଲେ ମୂଷା, ପରେ ଘଟିଲା ଏମିତି…

ଅମୃତସର,୨ା୮: ପଞ୍ଜାବର ମୋହାଲିରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଡେରାବସିସ୍ଥିତ ଇଣ୍ଡସ୍‌ ଇଣ୍ଟରନ୍ୟାଶନାଲ ହସ୍ପିଟାଲରେ ଜଣେ ମହିଳାଙ୍କ ମୃତଦେହରୁ ଓଠ ଏବଂ କାନକୁ ମୂଷା ଖାଇଯାଇଛନ୍ତି। ଏହି ଘଟଣା ସାମ୍ନାକୁ ଆସିବା ପରେ ଡାକ୍ତରଖାନା ପରିସରରେ ଉତ୍ତେଜନା ପ୍ରକାଶ ପାଇଥିଲା।
ଜସ୍‌ଜୋତ୍‌ କୌର ନାମକ ଜଣେ ମହିଳା ଦୁଇଦିନ ତଳେ ହୃଦରୋଗ ପାଇଁ ଇଣ୍ଡସ୍‌ ଇଣ୍ଟରନ୍ୟାଶନାଲ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ତେବେ ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା। ପରେ ଜସ୍‌ଜୋତଙ୍କ ମୃତଦେହ ବ୍ୟବଚ୍ଛେଦ ପାଇଁ ସଂରକ୍ଷଣ ଗୃହରେ ରଖାଯାଇଥିଲା। ମୃତଦେହ ନେବା ପାଇଁ ସମ୍ପର୍କୀୟମାନେ ପହଞ୍ଚିବା ପରେ ମୃତଦେହ ଘୋଡ଼ା ଯାଇଥିବା ଚାଦରରେ ରକ୍ତ ଲାଗିଥିଲା। ଏହା ଦେଖି ସମସ୍ତେ ଆଶ୍ଚର୍ଯ୍ୟ ହୋଇଗଲେ। ମୃତଦେହରୁ ନାକ ଏବଂ ଓଠକୁ ମୂଷାମାନେ କାମୁଡ଼ି ଖାଇଯାଇଥିଲେ। ତେବେ ମହିଳାଙ୍କ ସ୍ବାମୀ ଅବସରପ୍ରାପ୍ତ କର୍ଣ୍ଣେଲ ଅମରଜିତ୍‌ ସିଂ ଚାନ୍ଦୋକ କହିଛନ୍ତି, ଡାକ୍ତରଖାନା କର୍ତ୍ତୃପକ୍ଷଙ୍କୁ ପଚାରିଥିଲେ ହେଁ କୌଣସି ଉତ୍ତର ମିଳିପାରିନାହିଁ। ଚିକିତ୍ସାରେ ଅବହେଳା କରାଯାଇଥିବା ପରିବାର ଲୋକେ ଅଭିଯୋଗ କରି ହୋ ହଲ୍ଲା କରିଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚିବାରୁ ଉତ୍ତେଜନା ଥମିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶିଶୁୁତ୍ରକୁ ଜନ୍ମ ଦେଇ ଆଖିବୁଜିଦେଲେ ମା’: ହସ୍ପିଟାଲରେ ତାଲାମାରି ଚମ୍ପଟ ମାରିଲେ…

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁରର ମେଡିକାଲ ଛକ ନିକଟରେ ଏକ ଘରୋଇ ମେଡିକାଲ ସାମ୍ନାରେ ପ୍ରସବ ପାଇଁ ଆସିଥିବା ପ୍ରସୂତିଙ୍କ ମୃତ୍ୟୁ ଘଟିଛି। ଚିକିତ୍ସାରେ ଅବହେଳା...

କେମିତି ରହିବ ୨୦୨୬ରେ ଶନିଙ୍କ ଚାଲି? ଏସବୁ ରାଶି ରହିବେ ସତର୍କ, ଖରାପ ଟାଇମ୍‌ ଆରମ୍ଭ…

ହିନ୍ଦୁ ଧର୍ମ ଏବଂ ଜ୍ୟୋତିଷ ଶାସ୍ତ୍ରରେ, ଶନି ଦେବଙ୍କୁ କର୍ମର ଦାତା ଏବଂ ନ୍ୟାୟର ଦେବତା ଭାବରେ ବିବେଚନା କରାଯାଏ। ତାଙ୍କୁ ନଅଟି ଗ୍ରହ ମଧ୍ୟରେ...

ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା: ବନ୍ଧା ହେଲେ ୱେବ ଚ୍ୟାନେଲ ସାମ୍ବାଦିକ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): ସାମ୍ବାଦିକ ଆଳରେ ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା। ଖୋର୍ଦ୍ଧା ଅବକାରୀ ବିଭାଗର ଜିଲା ମୋବାଇଲ ୟୁନିଟ ହାତରେ ଧରାପଡ଼ିଲେ ୱେବ ଚ୍ୟାନେଲ ସାମ୍ବାଦିକ...

ତହସିଲଦାରଙ୍କ ଘରୁ ମିଳିଲା ବିଡ଼ାବିଡ଼ା ଟଙ୍କା ସାଙ୍ଗକୁ ପୁଳାପୁଳା ସୁନା: ଭିଜିଲାନ୍ସର ବଡ଼ଧରଣର ରେଡ୍‌

ଭୁବନେଶ୍ୱର,୩୦।୧୨: କଟକ ବାରଙ୍ଗ ତହସିଲର ଅତିରିକ୍ତ ତହସିଲଦାର ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ହାବୁଡରେ ପଡ଼ିଛନ୍ତି। ତହସିଲଦାର ଜିତେନ୍ଦ୍ର କୁମାର ପଣ୍ଡାଙ୍କ ଘରେ ଭିଜିଲାନ୍ସ...

ପାହାଡ଼ ଉପରେ ପୂଜା ପାଉଛନ୍ତି ମା’ ବାଳକୁମାରୀ, ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଏହି ସ୍ଥାନ

ଗଞ୍ଜାମ ,୩୦।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ବ୍ରହ୍ମପୁର ଠାରୁ ୨୫ କି.ମି. ଚିକିଟିରୁ ୮ କିଲୋମିଟର ଗଲାପରେ ଧାନ ଘର ଛକ ଏବଂ ସେଠାରୁ...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ବଣଭୋଜି ନାରେ ପ୍ରଦୂଷଣ କଲେ ହେବ…

ଭୁବନେଶ୍ୱର,୩୦।୧୨: ବର୍ତ୍ତମାନ ସମୟରେ ପର୍ଯ୍ୟଟନ ଋତୁ ଚାଲୁଥିବା ବେଳେ ଅନେକ ସ୍ଥାନରେ ପର୍ଯ୍ୟଟକଙ୍କ ଗହଳି ଦେଖାଯାଉଛି । ବଣଭୋଜି କରି ମଜା ନେଉଛନ୍ତି ଲୋକେ ।...

ଖଣି ପାଇଁ ଜମି ଯିବାରୁ ଜୀବନ ହାରିଲେ ଯୁବକ, ୧୭ ଘଣ୍ଟାରୁ ଅଧିକ ସମୟ ମୃତଦେହକୁ ରଖି ବିକ୍ଷୋଭ କଲେ…

ଝାରସୁଗୁଡା, ୩୦।୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଉବୁଡା ଗ୍ରାମର ଜଣେ ୨୫ ବର୍ଷୀୟ ଯୁବକଙ୍କ ସୋମବାର ଆତ୍ମହତ୍ୟା ପରେ ସ୍ଥାନୀୟ ଅଞ୍ଚଳରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri