Posted inଖେଳ

ଭାରତୀୟ ବ୍ୟାଟ୍ସମ୍ୟାନଙ୍କ ମଜା ଉଡାଇଲେ ଭାଓନ: ଲୋକେ କହିଲେ ପଡ଼ୋଶୀ ଘରର ମାଉସୀ…

ନୂଆଦିଲ୍ଲୀ,୨୬।୮: ଭାରତ ବିପକ୍ଷ ଟେଷ୍ଟ ସିରିଜର ତୃତୀୟ ମ୍ୟାଚ୍‌ରେ ଇଂଲଣ୍ଡ ନିଜର ଦବ୍‌ଦବା ଜାହିର କରିଛି। ଦଳର ବୋଲର୍‌ ଜେମ୍ସ ଆଣ୍ଡରସନ, କ୍ରେଗ୍‌ ଓଭରଟନ, ଓଲି ରବିନସନ, ସାମ କୁରାନ ପ୍ରମୁଖଙ୍କ ଯୋଗୁ ଭାରତ ପ୍ରଥମ ପାଳିରେ ମାତ୍ର ୭୮ ରନ୍‌ରେ ଅଲଆଉଟ୍‌ ହୋଇଥିଲା। ସେହିଭଳି ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ଇଂଲଣ୍ଡ ୪୨ ଓଭରରେ ୧୨୦ ରନ୍‌ କରିନେଇଥିଲା। ତେବେ ଭାରତୀୟ ବ୍ୟାଟ୍ସମ୍ୟାନଙ୍କ ନିରାଶାଜନକ ପ୍ରଦର୍ଶନକୁ ନେଇ ତାଙ୍କୁ ସମାଲୋଚନା କରାଯାଉଛି। ଏହି କ୍ରମରେ ନିଜର ଟୁଇଟ୍‌କୁ ନେଇ ଚର୍ଚ୍ଚାରେ ରହୁଥିବା ମାଇକେଲ ଭାଓନ ମଧ୍ୟ ବ୍ୟାଟ୍ସମ୍ୟାନଙ୍କ ମଜା ଉଡାଇଛନ୍ତି।

ଟିମ୍‌ ଇଣ୍ଡିଆ ଅଲଆଉଟ୍‌ ହୋଇବା ପରେ ଭାଓନ ଟୁଇଟ୍‌ କରି କହିଲେ, ଗୁଡ୍‌ ଇଭିନିଂ ଇଣ୍ଡିଆ। ଏଥିସହ ସେ ଥମ୍ସ ଅପ୍‌ର ଦୁଇଟି ଇମୋଜି ମଧ୍ୟ ପୋଷ୍ଟ କରିଥିଲେ। ଭାରତୀୟ ପ୍ରଶଂସକଙ୍କୁ ଏହା ପସନ୍ଦ ଆସି ନ ଥିଲା। ଲୋକମାନେ ଏଥିରେ ଭଳିକି ଭଳି ପ୍ରତିକ୍ରିୟା ଦେଉଛନ୍ତି। କେହି କେହି ତାଙ୍କୁ ପଡୋଶୀ ଘରର ମାଉସୀ କହୁଥିବା ବେଳେ ଅନ୍ୟମାନେ ତାଙ୍କୁ ମ୍ୟାଚ୍‌ ଏପର୍ଯ୍ୟନ୍ତ ସରିନାହିଁ। ଅପେକ୍ଷା କରନ୍ତୁ ବୋଲି କହୁଛନ୍ତି।

ଉକ୍ତ ମ୍ୟାଚ୍‌ ବିଷୟରେ କଥା ହେଲେ ଲର୍ଡସରେ ବିଜୟ ପରେ ଭାରତ ଗତ ୩୪ ବର୍ଷରେ ଟେଷ୍ଟ କ୍ରିକେଟର ପ୍ରଥମ ଦିନ କରିଥିବା ନ୍ୟୁନତମ ସ୍କୋର ଅଟେ। ୧୯୮୭ରେ ଭାରତୀୟ ଟିମ୍‌ ୧୦୦ ରନ୍‌ରୁ କମ୍‌ ସ୍କୋର କରି ଆଉଟ୍‌ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି୨୦ ବିଶ୍ୱକପ୍‌ ଲାଗି ସିକ୍ସର କିଙ୍ଗ ଯୁବରାଜଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨୬।୪: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ ୨୦୨୪ ଜୁନ୍‌ରେ ଆରମ୍ଭ ହେବ। ଆମେରିକା ଓ ୱେଷ୍ଟଇଣ୍ଡିଜରେ ଜୁନ ପହିଲାରୁ ଜୁନ୍‌ ୨୯ ଯାଏ ଏହା ଖେଳାଯିବ।...

ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ପଣ୍ଟିଂଙ୍କ ଖୁଲାସା: ଯେଉଁ ବ୍ୟାଟ୍‌ରେ ଶତକ ମାରୁଥିଲେ…

ନୂଆଦିଲ୍ଲୀ,୨୬।୪: ଦୁଇ ଥର ବିଶ୍ୱକପ୍‌ ବିଜେତା ଅଷ୍ଟ୍ରେଲିଆ ଅଧିନାୟକ ରିକି ପଣ୍ଟିଂ ଏବେ ଦିଲ୍ଲୀ କ୍ୟାପିଟାଲ୍ସର ମୁଖ୍ୟ କୋଚ୍‌ ଭାବେ ଦାୟିତ୍ୱ ସମ୍ପାଦନ କରୁଛନ୍ତି। ଦିନ...

ପାକିସ୍ତାନକୁ ହରାଅ, ତୁମକୁ ଭୂରି ଭୋଜନ ମୁଁ ଦେବି- ବିଶ୍ୱକପ୍‌ରେ ଟିମ୍‌ ଇଣ୍ଡିଆ ଖେଳାଳିଙ୍କୁ କିଛି ଏଭଳି କହିଥିଲେ ସଚିନ…

ନୂଆଦିଲ୍ଲୀ,୨୬।୪: କୌଣସି ଫର୍ମାଟ ହେଉ ନା କାହିଁକି ଭାରତ ପାକିସ୍ତାନ ମ୍ୟାଚ୍‌ କଥା ପଡ଼ିଲେ ପ୍ରଶଂସକଙ୍କ ଉତ୍କଣ୍ଠା ବଢ଼ିଯାଇଥାଏ। ହେଲେ ଦୁଇ ଦେଶ ଏବେ କେବଳ...

ଆଇପିଏଲ୍‌ ମଝିରେ ପୁଣି ଥରେ ବାପା ହେଲେ ପାଣ୍ଡ୍ୟା !

ନୂଆଦିଲ୍ଲୀ,୨୬।୪: ପୁଣି ଥରେ ବାପା ହୋଇଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଡ଼ ଭାଇ ତଥା ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌ ପାଇଁ ଖେଳୁଥିବା କ୍ରୁଣାଳ ପାଣ୍ଡ୍ୟା। କ୍ରୁଣାଳଙ୍କ...

ଭୋଟ ଦେଲେ କ୍ରିକେଟ୍‌ର ଜେଣ୍ଟଲମ୍ୟାନ୍‌: ମତଦାନ କେନ୍ଦ୍ରରେ ହୃଦୟ ଜିତିଲେ

ବେଙ୍ଗାଲୁରୁ,୨୬।୪: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ବର୍ତ୍ତମାନର କୋଚ ରାହୁଲ ଦ୍ରାବିଡ ଶୁକ୍ରବାର ବେଙ୍ଗାଲୁରୁର ମତଦାନ କେନ୍ଦ୍ରରେ ପହଞ୍ଚି ଭୋଟ ଦେଇଛନ୍ତି। ଭୋଟ...

ମିଚେଲ୍‌ ମାର୍ଶଙ୍କ ରିପ୍ଲେସମେଣ୍ଟ ଘୋଷଣା କଲା ଦିଲ୍ଲୀ କ୍ୟାପିଟାଲ୍ଡ: ଏହି ଖେଳାଳିଙ୍କୁ ଦଳରେ କଲା ସାମିଲ

ନୂଆଦିଲ୍ଲୀ, ୨୬ା୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୪ର ଅବଶିଷ୍ଟାଂଶ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ ମିଚେଲ ମାର୍ଶଙ୍କ ସ୍ଥାନରେ ଆଫଗାନିସ୍ତାନ ଅଲରାଉଣ୍ଡର ଗୁଲ୍‌ବଦିନ ନାଇବଙ୍କୁ ଦଳରେ ସାମିଲ...

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

ସବୁ ମ୍ୟାଚ୍‌ ଜିତିପାରିବୁ ନାହିଁ…କାହିଁକି ଏମିତି କହିଲେ ୨୦.୫ କୋଟି ଟଙ୍କାର ଖେଳାଳି

ହାଇଦ୍ରାବାଦ୍‌,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ପରାଜୟର ସମ୍ମୁଖୀନ ହେବାକୁ ପଡଛି। ବେଙ୍ଗାଲୁରୁ ନିଜ ଘରେ ହାଇଦ୍ରାବାଦକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri