Posted inଖେଳ

ସିରିଜ ଆରମ୍ଭ ପୂର୍ବରୁ ଭାରତ ୩-୧ରେ ଜିତିବ କହିଲେ ଇଂଲଣ୍ଡର ଏହି ପୂର୍ବତନ ଅଧିନାୟକ; କଷ୍ଟକର ହେବ…

ନୂଆଦିଲ୍ଲୀ,୩।୮: ଇଂଲଣ୍ଡର ପୂର୍ବତନ ଅଧିନାୟକ ମାଇକେଲ ଭାଓନ ଭାରତୀୟ ଦଳକୁ ଅନେକ ଥର ସମାଲୋଚନା କରିଛନ୍ତି। ଏପରିକି ସେ ଏକାଧିକ ଥର ଭାରତର ପରାଜୟର ପୂର୍ବାନୁମାନ କରିଛନ୍ତି। ହେଲେ ଭାରତ-ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ ଆରମ୍ଭ ହେବା ପୂର୍ବରୁ ସେ ଚମକାଇବା ଭଳି ଭବିଷ୍ୟବାଣୀ କରି ଚର୍ଚ୍ଚାରେ ଅଛନ୍ତି। ଏଥର ସେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଟିମ୍‌ ଇଣ୍ଡିଆ ସିରିଜରେ ବିଜୟୀ ହେବାର ସମ୍ଭାବନା ଅଧିକ ବୋଲି କହିଛନ୍ତି। ଅଲରାଉଣ୍ଡର ବେନ୍‌ ଷ୍ଟୋକ୍ସଙ୍କ ଅନୁପସ୍ଥିତି ଦଳକୁ ଭୋଗିବାକୁ ହେବ। କାରଣ ସେ ନ ଥିବା ଯୋଗୁ ନିକଟରେ ନ୍ୟୁଜିଲାଣ୍ଡ ଇଂଲଣ୍ଡକୁ ପରାସ୍ତ କରିଥିଲା। ସେହିଭଳି ଭାରତ ଏହି ଟେଷ୍ଟ ସିରିଜ ଜିତିବ। ଦଳ ପାଖରେ ଇଂଲଣ୍ଡରେ ଜିତିବାର ଏକ ବଡ଼ ସୁଯୋଗ ରହିଛି ବୋଲି ଭାଓନ କହିଛନ୍ତି।

ଏହାଛଡ଼ା ଷ୍ଟୋକ୍ସ ନ ଥିବାରୁ ଇଂଲଣ୍ଡ ପାଇଁ ଦଳକୁ ସନ୍ତୁଳନକୁ ଆଣିବା କଷ୍ଟକର ହେବ। ସେ କମ୍‌ ବ୍ୟାଟ୍ସମ୍ୟାନ ନଚେତ କମ୍‌ ବୋଲରଙ୍କ ସହ ପଡ଼ିଆକୁ ଓହ୍ଲାଇବେ। ଏଭଳି ସ୍ଥିତିରେ ଇଂଲଣ୍ଡ ଅଧିନାୟକ ଜୋ ରୁଟ୍‌ଙ୍କ ପାଇଁ ପରିଚାଳନା କରିବା ମଧ୍ୟ କଷ୍ଟକର ହୋଇଯିବ। ଅଗଷ୍ଟ ଓ ସେପ୍ଟେମ୍ବରରେ ମ୍ୟାଚ୍‌ ଥିବାରୁ ସ୍ପିନ୍‌ ମଧ୍ୟ ସେତେବେଳେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିବ। ମୁଁ ପୁର୍ବାନୁମାନ କରୁଛି, ଭାରତ ଏହି ସିରିଜ୍‌କୁ ୩-୧ରେ ଜିତିବାକୁ ଯାଉଛି। ହେଲେ ଏହା କହିବା ବେଳେ ମୋତେ ଖରାପ ଲାଗୁଛି।

ପ୍ରକାଶ ଯେ, ଉଭୟ ଦଳ ମଧ୍ୟରେ ଖେଳାଯିବାକୁ ଥିବା ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ୍‌ ୪ ଅଗଷ୍ଟ ବୁଧବାରଠାରୁ ଆରମ୍ଭ ହେବ। ହେଲେ ଏହାପୂର୍ବରୁ ଇଂଲଣ୍ଡର ଷ୍ଟାର ଅଲରାଉଣ୍ଡର ଷ୍ଟୋକ୍ସ ହଠାତ କ୍ରିକେଟରୁ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ବିରତି ନେଉଥିବା ଘୋଷଣା କରିଥିଲେ। ତାଙ୍କ ମାନସିକ ସ୍ବାସ୍ଥ୍ୟ ଉପରେ ଧ୍ୟାନ ଦେବା ଏବଂ ପରିବାର ସହ ସମୟ ବିତାଇବା ପାଇଁ ସେ ଏଭଳି ପଦକ୍ଷେପ ନେଇଥିବା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଜରାଟ ୟୁସିସି ବିଲ୍‌କୁ ରାଷ୍ଟ୍ରପତିଙ୍କ ମିଳିଲା ମଞ୍ଜୁରୀ

ଅହମଦାବାଦ,୨ା୧୦: ଗୁଜରାଟ ସମାନ ନାଗରିକ ସଂହିତା (ୟୁସିସି) ବିଲ୍‌କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଫଳରେ ଏହା କାର୍ଯ୍ୟକାରୀ ହେବା ଲାଗି ପଥ ପରିଷ୍କାର…

ହାଇ ଆଲର୍ଟ: ଜିଲାରେ ଝାଡ଼ଖଣ୍ଡ ଓ ବାହାର ରାଜ୍ୟର ଅପରାଧୀ, ସତର୍କ ରହିବାକୁ ପୋଲିସର ଅପିଲ୍

ହାଟଡିହୀ/ଛେନାପଦୀ, ୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲାରେ ଝାଡ଼ଖଣ୍ଡ ସମେତ ବାହାର ରାଜ୍ୟର ଅପରାଧୀ ଗ୍ୟାଙ୍ଗର ଗତିବିଧି ନଜରକୁ ଆସିବା ପରେ ଜିଲା ପୋଲିସ ପକ୍ଷରୁ…

ଭାରତୀୟ ହକି ଅମ୍ପାୟରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ, ୨ା୧୦: ଯୌନ ନିର୍ଯାତନା ଅଭିଯୋଗରେ ଜାପାନରେ ଚାଲିଥିବା ଏସିଆନ ଗେମ୍ସରୁ ହକି ଅମ୍ପାୟର ତଥା ଟେକ୍‌ନିକାଲ ଅଫିସିଆଲ ଗୁରିନ୍ଦର ସିଂ ସାଙ୍ଘାଙ୍କୁ ସ୍ବଦେଶ ଫେରାଇ ଅଣାଯାଇଛି।…

ହାତୀଙ୍କ ଉପଦ୍ରବରେ ଫସଲ ନଷ୍ଟ, ଚିନ୍ତାରେ ଚାଷୀ: କ୍ଷତିପୂରଣ ଦାବି କଲେ…

ତୁମୁଡିବନ୍ଧ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବନାଞ୍ଚଳରେ ହାତୀଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଗତ କିଛି ଦିନ ହେବ ପଡ଼ୋଶୀ କଳାହାଣ୍ଡି ଜିଲାରୁ ୫ଟି…

ସାଇକେଲରେ ସହର ବୁଲିଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ପୋଖରୀ ସଫାକରି, ବାଣ୍ଟିଲେ ସ୍ବଚ୍ଛତାର ବାର୍ତ୍ତା   

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର) ଅହିଂସା ଓ ସତ୍ୟର ମାର୍ଗ ଦେଇ ଦେଶକୁ ସ୍ବାଧିନତା ଆଣିବାରେ ପ୍ରମୁଖ ଗ୍ରହଣ କରିଥିବା ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଅବସରରେ…

ବୁଲିବାକୁ ଯାଇଥିଲେ, ଫେରିଲେନି: ବାଇକ୍ ଦୁର୍ଘଟଣାରେ ବି-ଟେକ୍ ଛାତ୍ରଙ୍କ ଜୀବନ ଗଲା

ମୋହନା, ୨।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଚନ୍ଦ୍ରଗିରି ଫାଣ୍ଡି ଅଧୀନ ଏକଲବ୍ୟ ଆବାସିକ ବିଦ୍ୟାଳୟ ସମ୍ମୁଖରେ ଶୁକ୍ରବାର ବାଇକ୍ ଓ କାର୍ ମଧ୍ୟରେ…

ଗଠନ ହେଲା ୩ ବଡ଼ ରାଜଯୋଗ: କେବଳ ଏହି ୩ ରାଶିଙ୍କର ଫାଇଦା ହିଁ ଫାଇଦା, ଭାଗ୍ୟରେ ଲାଗିଲା ଲଟେରୀ

ଅକ୍ଟୋବର ମାସ ଆରମ୍ଭ ହେବା ସହିତ ଗ୍ରହ-ନକ୍ଷତ୍ରଙ୍କ ଚଳନରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିବ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସମସ୍ତ ଗ୍ରହ ନିର୍ଦ୍ଦିଷ୍ଟ ସମୟ ବ୍ୟବଧାନରେ ରାଶି…

ଏସିଆନ ଗେମ୍ସ ଉଦ୍‌ଯାପନୀ ଉତ୍ସବରେ ନୀରୁ ଧଣ୍ଡା ହେବେ ପତାକା ବାହକ, ଜାଣନ୍ତୁ ନୀରୁ କିଏ…

ନାଗୋୟା,୨ା୧୦: ରବିବାର ହେବାକୁ ଥିବା ଏସିଆନ ଗେମ୍ସ ଉଦ୍‌ଯାପନୀ ଉତ୍ସବରେ ଭାରତର ଅଗ୍ରଣୀ ଟ୍ରାପ୍‌ ଶୁଟର ନୀରୁ ଧଣ୍ଡା ଭାରତୀୟ ଦଳର ମହିଳା ପତାକା ବାହକ ହେବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?