ରାଜଧାନୀକୁ ଫେରିଲା କଣ୍ଟେନମେଣ୍ଟ ଜୋନ୍‌; ରହିଛି ବମିଖାଲ-ଭିଏସ୍‌ଏସ୍‌ ନଗରର ଏସବୁ ଅଞ୍ଚଳ

ଭୁବନେଶ୍ବର, ୨୧।୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରକୁ ପୁଣି ଥରେ ଫେରିଛି କଣ୍ଟେନମେଣ୍ଟ ଜୋନ୍‌। ଏକାଧିକ କୋଭିଡ୍‌ ସଂକ୍ରମିତ ଚିହ୍ନଟ ପରେ ସତର୍କତାମୂଳକ ପଦକ୍ଷେପ ନେଇ ବିଏମସି ମଙ୍ଗଳବାର କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରିଛି । ବମିଖାଲର ଜୟଦୁର୍ଗା ନଗର ଓ ଭିଏସ୍‌ଏସ୍‌ ନଗରର ୧୧ ନଂ ୱାର୍ଡକୁ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କରାଯାଇଛି ।

ବମିଖାଲ ଜୟଦୁର୍ଗା ନଗରର ପ୍ଲଟ ନମ୍ବର ୧୩୦୩/୧୩୦୪କୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। ବିଏମ୍‌ସି ନିର୍ଦ୍ଦେଶ ଅନୁଯାୟୀ କଣ୍ଟେନମେଣ୍ଟ ଜୋନରୁ କେହି ବାହାରକୁ ଯାଇପାରିବେ ନାହିଁ କି ପ୍ରବେଶ କରିବେ ନାହିଁ । ଏହି ଜୋନରେ ବିଏମ୍‌ସି ସମସ୍ତ ଅତ୍ୟାବଶ୍ୟକୀୟ ସେବା ଯୋଗାଇଦେବ । କଣ୍ଟେନମେଣ୍ଟ ଜୋନରେ ଥିବା ଲୋକ ୯୩୩୮୭୩୩୬୪୧ ନମ୍ବରରେ କଲ କରି ଔଷଧ ଏବଂ ଅନ୍ୟାନ୍ୟ ଜିନିଷ ମଗାଇ ପାରିବେ ।

ସେହିଭଳି ଭିଏସ୍‌ଏସ୍‌ ନଗର ୧୧ ନଂ ୱାର୍ଡର ପ୍ଲଟ ନମ୍ବର ଏଇ-୨୧୦କୁ କଣ୍ଟେନମେଣ୍ଟ ଜୋନ୍‌ କରାଯାଇଛି। କଣ୍ଟେନମେଣ୍ଟ ଜୋନକୁ ଲାଗି ରହିଥିବା ସରକାରୀ ଓ ଘରୋଇ ଶିକ୍ଷାନୁଷ୍ଠାନକୁ ବନ୍ଦ କରାଯାଇଛି। ବିଏମ୍‌ସି ପକ୍ଷରୁ କଣ୍ଟେନମେଣ୍ଟ ଅଞ୍ଚଳରେ ସମସ୍ତ ଅତ୍ୟାବଶ୍ୟକୀୟ ସାମଗ୍ରୀ ଉପଲବ୍ଧ କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ଚାଲିଗଲା ଜୀବନ

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମା’ନାରାୟଣୀ ଠାକୁରାଣୀ ମନ୍ଦିର ନିକଟ ପୋଖରୀକୁ ଶୌଚ ପାଇଁ ଯାଇଥିବା ଜଣେ ମହିଳା ଗୁରୁବାର…

ରାଣୀ ସାହି ଦୁର୍ଗାପୂଜା କମିଟି ଗଠିତ, ଆଶ୍ୱିନ ମହାସପ୍ତମୀରୁ ହେବ ମହୋତ୍ସବ

ଦିଗପହଣ୍ଡି,୧୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ. ୱାର୍ଡ ରାଣୀ ସାହି ଦୁର୍ଗାପୂଜା କମିଟିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରତିବର୍ଷ ଭଳି…

‘ମୁକ୍ତା’ଯୋଜନାରେ ହୋଇଥିବା କାର୍ଯ୍ୟର ଭିଜିଲାନ୍ସ ତଦନ୍ତ ହେବ: ବିଧାୟକ

ଗୁଡାରି,୧୭।୯(ପ୍ରମୋଦ କୁମାର ପତି): ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ ଗୁଡାରି ଏନ୍‌ଏସି କାର୍ଯ୍ୟାଳୟରେ ଗୁରୁବାର ବିଭିନ୍ନ ଯୋଜନାର ସମୀକ୍ଷା କରିଥିଲେ। ନଥିପତ୍ର ଯାଞ୍ଚ ପରେ ଭେଣ୍ଡି ଜୋନ…

ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୯(ସୁଚିସ୍ମିତା ସାହୁ): ଭୁବନେଶ୍ୱର ସମେତ ସାରା ରାଜ୍ୟରେ ଜଳିଲା କୋଟିଏରୁ ଅଧିକ ‘ଆଶୀର୍ବାଦ ଦୀପ’। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ଗୁରୁବାର ରାଜ୍ୟ ସରକାରଙ୍କ…

‘ସ୍ନେହଭରା ପ୍ରତ୍ୟେକ ଶବ୍ଦ ପାଇଁ…’ ଜନ୍ମଦିନର ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଜନ୍ମଦିନ ଅବସରରେ ମିଳିଥିବା ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ (X) ରେ ପୋଷ୍ଟ କରି…

ଜମିକୁ ଯାଇ ଗଛରେ ଝୁଲି ପଡ଼ିଲେ ଚାଷୀ

ଭେଡେନ,୧୭।୯(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଅଧୀନ ରେଶମ ପ୍ରଧାନପାଲି ଗ୍ରାମରୁ ଗୁରୁବାର ଜଣେ ଚାଷୀଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ ଉକ୍ତ ଗ୍ରାମର…

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଝଲସିଲା ମନ୍ଦିର ପ୍ରାଙ୍ଗଣ

ପାଟଣା,୧୭।୯(ବୀର କିଶୋର ଦାଶ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ବିଭିନ୍ନ ମନ୍ଦିର ଏବଂ ଧାର୍ମିକ ଅନୁଷ୍ଠାନରେରେ ଗୁରୁବାର ସନ୍ଧ୍ୟାରେ ପ୍ରଦୀପ…

ଉଜ୍ଜୈନରୁ ଅହମଦାବାଦ, ବଙ୍ଗଳାରୁ ଓଡ଼ିଶା ପର୍ଯ୍ୟନ୍ତ ଝଲସିଲା ସାରା ଦେଶ; ମୋଦିଙ୍କ ଜନ୍ମଦିନରେ ଜଳିଲା କୋଟି କୋଟି ଦୀପ

ନୂଆଦିଲ୍ଲୀ,୧୭।୯: ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୭୬ ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ଏହି ସ୍ବତନ୍ତ୍ର ଅବସରକୁ ପାଳନ କରିବା ପାଇଁ ସାରା ଦେଶରେ ‘ସେବା-ସଂକଳ୍ପ ଅଭିଯାନ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?