Posted inଭଦ୍ରକ

ଭଦ୍ରକ ପୌରପାଳିକାରେ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍‌

ଭଦ୍ରକ ଅଫିସ, ୨୭।୧୨: ଭଦ୍ରକ ପୌରପାଳିକାରେ ଫେରିଛି ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍‌ ବ୍ୟବସ୍ଥା। ଗତ ୧୮ ତାରିଖରେ ସାଉଦି ଆରବରୁ ଫେରିଥିବା ଜଣେ ଯୁବକ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ଜିଲା ମୁଖ୍ୟ ଚିକିତ୍ସାଳୟର କୋଭିଡ୍‌ ୱାର୍ଡରେ ଭର୍ତ୍ତି ହୋଇଛନ୍ତି। ଓମିକ୍ରନ ଭାରିଆଣ୍ଟ ଆକ୍ରାନ୍ତ କି ନାହିଁ ପରୀକ୍ଷା ପାଇଁ ନମୁନା ଭୁବନେଶ୍ୱର ପଠାଯାଇଛି। ଏନେଇ ପୌରପାଳିକା ପକ୍ଷରୁ ୧୮ ନଂ ୱାର୍ଡର ମୁଲନାସାହିରେ ନିର୍ଦ୍ଦିଷ୍ଟ ଭାବେ ଦୁଇଟି ଘରକୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯାଇ ରବିବାର ବିଶୋଧନ କରାଯାଇଛି। ଉକ୍ତ ପରିବାର ଓ ପଡ଼ୋଶୀ ପରିବାରର ସମସ୍ତ ସଦସ୍ୟଙ୍କ ନମୁନା ମଧ୍ୟ ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ଭୁବନେଶ୍ୱର ପଠାଯାଇଥିବା ପୌରପାଳିକା କାର୍ଯ୍ୟନିର୍ବାହୀ ଅଧିକାରୀ ଦେବୀପ୍ରସାଦ ରାଉତ ସୂଚନା ଦେଇଛନ୍ତି।
ତାରିଖ ସୁଦ୍ଧା ଜିଲାକୁ ୧୯୩ ଜଣ ବିଦେଶ ଫେରନ୍ତା ଆସିଥିବା ବେଳେ ସେମାନଙ୍କ ମଧ୍ୟରୁ ୨୭ ଜଣ ରେଡ୍‌ ଜୋନ୍‌ରୁ ଫେରିଥିବା ପ୍ରଶାସନ ନିକଟରେ ଖବର ରହିଛି। ସଂକ୍ରମଣ ଆଶଙ୍କାରେ ସେମାନଙ୍କ ଉପରେ ନଜର ରଖାଯାଇ ୧୫ ଦିନ ବ୍ୟବଧାନରେ ଦୁଇଥର ପରୀକ୍ଷା ଓ ସଂଗରୋଧରେ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିବା ସିଡିଏମ୍‌ଓ ଡା. ସନ୍ତୋଷ କୁମାର ପାତ୍ର କହିଛନ୍ତି। ସେମାନଙ୍କ ମଧ୍ୟରୁ ୧୮୬ ଜଣଙ୍କୁ ପ୍ରଶାସନ ଚିହ୍ନଟ କରିଥିବା ବେଳେ ୭ ଜଣଙ୍କ କୌଣସି ତଥ୍ୟ ମିଳିପାରି ନ ଥିବା ଏବଂ ବର୍ତ୍ତମାନ ସୁଦ୍ଧା ୫୯ ଜଣ ସଂଗରୋଧରେ ରହିଥିବା କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା, ଅଭିଯୁକ୍ତ ଗିରଫ

ଚାନ୍ଦବାଲି, ୩୦ା୩(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଞ୍ଚଳର ଜଣେ ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା ହେବା ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ…

ଜିଲାସ୍ତରୀୟ ଓଡ଼ିଶା ଦିବସ ପାଳନ: ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ସୂର୍ଯ୍ୟବଂଶୀ ସୁରଜ

ଭଦ୍ରକ, ୧।୪(ସନାତନ ରାଉତ): ଭଦ୍ରକ ନେହେରୁ ଷ୍ଟାଡିଅମରେ ବୁଧବାର ଜିଲାସ୍ତରୀୟ ଉତ୍କଳ ଦିବସ ପାଳିତ ହୋଇଯାଇଛି l ସକାଳ ୮ଟାରେ ବିଭିନ୍ନ ସ୍କୁଲରୁ ଆସିଥିବା ୫ ହଜାରରୁ…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

ଯାତ୍ରୀବାହୀ ବସରେ ଅଧିକ ଭଡ଼ାକୁ ନେଇ ପ୍ରତିବାଦ, ତିହିଡି଼ ଜନସାଧାରଣ ଅଧିକାର ମଞ୍ଚ ପକ୍ଷରୁ ବସରୋକୋ

ତିହିଡି଼,୩୧।୩(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥରେ ଚଳାଚଳ କରୁଥିବା ଯାତ୍ରୀବାହୀ ବସରେ ଧାର୍ଯ୍ୟ ଭଡ଼ା ଠାରୁ ୨ଗୁଣ ଅଧିକ ନିଆଯାଉଥିବା ନେଇ ଅଭିଯୋଗ ହୋଇଛି । ଏହାର…

ଧାନ ସଂଗ୍ରହ କଣ୍ଟକୁ ଦିନେ, ଜିଦିରେ ଅଟଳ ଚାଷୀ

ବାହାନଗା/ତିହିଡ଼ି/ ଭଣ୍ଡାରିପୋଖରୀ, ୩୦ା୩ (ଅରୂପ କୁମାର ଦାସ/ସଞ୍ଜିତ ବଳ/ ରାଜେନ୍ଦ୍ର ଶତପଥୀ ): ବାଲେଶ୍ୱର ଜିଲା ବାହାନଗା ବ୍ଲକ୍‌ ଖନ୍ତାପଡ଼ାଠାରେ ଚାଷୀ ଅସନ୍ତୋଷ ଦେଖିବାକୁ ମିଳିଛି। ଟୋକନ…

ମଣ୍ଡିରେ ପଡିରହି ଗଜା ମାରିଲାଣି ଧାନ: ବସ୍ତା ରଖି ଚାଷୀଙ୍କ ରାଜ୍ୟ ରାଜପଥ ଅବରୋଧ

ତିହିଡି଼,୨୯।୩(ସଞ୍ଜିତ ବଳ):ମଣ୍ଡିରେ ପଡ଼ି ବର୍ଷା ଖାଇ ଧାନ ଗଜା ମାରିଲାଣି । ହେଲେ ଯୋଗାଣ ବିଭାଗ ଅଥବା ମିଲରଙ୍କ ଏଥିପ୍ରତି ଭ୍ରୁକ୍ଷେପ ନାହିଁ । ଯାହାଫଳରେ ଚାଷୀମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri