Posted inଭଦ୍ରକ

ଭଦ୍ରକ ପୌରପାଳିକାରେ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍‌

ଭଦ୍ରକ ଅଫିସ, ୨୭।୧୨: ଭଦ୍ରକ ପୌରପାଳିକାରେ ଫେରିଛି ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍‌ ବ୍ୟବସ୍ଥା। ଗତ ୧୮ ତାରିଖରେ ସାଉଦି ଆରବରୁ ଫେରିଥିବା ଜଣେ ଯୁବକ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ଜିଲା ମୁଖ୍ୟ ଚିକିତ୍ସାଳୟର କୋଭିଡ୍‌ ୱାର୍ଡରେ ଭର୍ତ୍ତି ହୋଇଛନ୍ତି। ଓମିକ୍ରନ ଭାରିଆଣ୍ଟ ଆକ୍ରାନ୍ତ କି ନାହିଁ ପରୀକ୍ଷା ପାଇଁ ନମୁନା ଭୁବନେଶ୍ୱର ପଠାଯାଇଛି। ଏନେଇ ପୌରପାଳିକା ପକ୍ଷରୁ ୧୮ ନଂ ୱାର୍ଡର ମୁଲନାସାହିରେ ନିର୍ଦ୍ଦିଷ୍ଟ ଭାବେ ଦୁଇଟି ଘରକୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯାଇ ରବିବାର ବିଶୋଧନ କରାଯାଇଛି। ଉକ୍ତ ପରିବାର ଓ ପଡ଼ୋଶୀ ପରିବାରର ସମସ୍ତ ସଦସ୍ୟଙ୍କ ନମୁନା ମଧ୍ୟ ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ଭୁବନେଶ୍ୱର ପଠାଯାଇଥିବା ପୌରପାଳିକା କାର୍ଯ୍ୟନିର୍ବାହୀ ଅଧିକାରୀ ଦେବୀପ୍ରସାଦ ରାଉତ ସୂଚନା ଦେଇଛନ୍ତି।
ତାରିଖ ସୁଦ୍ଧା ଜିଲାକୁ ୧୯୩ ଜଣ ବିଦେଶ ଫେରନ୍ତା ଆସିଥିବା ବେଳେ ସେମାନଙ୍କ ମଧ୍ୟରୁ ୨୭ ଜଣ ରେଡ୍‌ ଜୋନ୍‌ରୁ ଫେରିଥିବା ପ୍ରଶାସନ ନିକଟରେ ଖବର ରହିଛି। ସଂକ୍ରମଣ ଆଶଙ୍କାରେ ସେମାନଙ୍କ ଉପରେ ନଜର ରଖାଯାଇ ୧୫ ଦିନ ବ୍ୟବଧାନରେ ଦୁଇଥର ପରୀକ୍ଷା ଓ ସଂଗରୋଧରେ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିବା ସିଡିଏମ୍‌ଓ ଡା. ସନ୍ତୋଷ କୁମାର ପାତ୍ର କହିଛନ୍ତି। ସେମାନଙ୍କ ମଧ୍ୟରୁ ୧୮୬ ଜଣଙ୍କୁ ପ୍ରଶାସନ ଚିହ୍ନଟ କରିଥିବା ବେଳେ ୭ ଜଣଙ୍କ କୌଣସି ତଥ୍ୟ ମିଳିପାରି ନ ଥିବା ଏବଂ ବର୍ତ୍ତମାନ ସୁଦ୍ଧା ୫୯ ଜଣ ସଂଗରୋଧରେ ରହିଥିବା କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

ହାଇୱାକୁ ଧକ୍କା ଦେଲା ବାଇକ୍‌: ଚାଲିଗଲା ଫାର୍ମାସିଷ୍ଟଙ୍କ ଜୀବନ

ତିହିଡି,୨୩।୪(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଫତେପୁର ଛକ ନିକଟରେ ଏକ ହାଇୱାକୁ ବାଇକ ଧକ୍କା ଦେଇଛଇ। ଏଥିରେ ଜଣେ ଫାର୍ମାସିଷ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ...

ପୁନରୁଦ୍ଧାର ଅପେକ୍ଷାରେ କୁଣ୍ଡିନଈ

ତିହିଡ଼ି,୨୧।୪(ସଞ୍ଜିତ ବଳ)ଦିନ ଥିଲା କୁଣ୍ଡିନଈ ପାଇଁ ୯ ପଞ୍ଚାୟତ ଶସ୍ୟଶ୍ୟାମଳା ହେଉଥିଲା। ପାର୍ଶ୍ୱବର୍ତ୍ତୀ ଗଁାର ଲୋକଙ୍କ ଜୀବନ ଜୀବିକା ସହ ଯୋଡ଼ି ହୋଇଥିଲା ଏହି ନଦୀ।...

ଭଣ୍ଡାରିପୋଖରୀରେ ନୂଆ-ପୁରୁଣା

ବନ୍ତ,୧୭।୪ (ହରିନାରାୟଣ ମହାନ୍ତି):ସାଧାରଣ ନିର୍ବାଚନରେ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରରେ ଏଥର ହେବ ନୂଆ-ପୁରୁଣା ଲଢ଼େଇ। ବିଜେଡି ପକ୍ଷରୁ ଭଦ୍ରକ ବିଧାୟକ ସଞ୍ଜୀବ କୁମାର...

ଭଦ୍ରକ ଲୋକ ସଭା କ୍ଷେତ୍ର: ରଣାଙ୍ଗନରେ ଅନନ୍ତ, ଅଭିମନ୍ୟୁ, ମଞ୍ଜୁଲତା

ଭଦ୍ରକ,୧୫ା୪(ସନାତନ ରାଉତ): ଭଦ୍ରକ ଲୋକ ସଭା ଆସନରେ ଭାଜପା ଓ ବିଜେଡି ପୁରୁଣା ପ୍ରାର୍ଥୀଙ୍କୁ ଦୋହରାଇଥିବା ବେଳେ କଂଗ୍ରେସ ଶନିବାର ପୂର୍ବତନ ଏମ୍‌ପି ଅନନ୍ତ ପ୍ରସାଦ...

ଡିଭାଇଡର୍‌ ଉପରେ ଚଢ଼ିଗଲା କାର୍‌, ଚାଲିଗଲା ବାପ-ଝିଅଙ୍କ ଜୀବନ, ୩ ଗୁରୁତର

ଭଦ୍ରକ,୧୪ା୪(ସନାତନ ରାଉତ): ପୁରୀରୁ ଖଡ଼ଗପୁର ଆସୁଥିବା ଏକ କାର୍‌ ରବିବାର ଭାରସାମ୍ୟ ହରାଇ ଡିଭାଇଡର ଉପରେ ଚଢ଼ି ଯିବାରୁ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ...

ବ୍ରିଜ୍‌ରୁ ଖସିଲା କଦଳୀ ବୋଝେଇ ଟ୍ରକ୍‌

ଭଦ୍ରକ,୧୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ଗେଲପୁର ଓଭର ବ୍ରିଜରୁ ତଳକୁ ଶୁକ୍ରବାର ଖସି ପଡ଼ିଛି କଦଳୀ ବୋଝେଇ ଟ୍ରକ୍‌। ଟ୍ରକର ଆଗ...

ସମୂହ ନମାଜ ପାଠ କଲେ ୭ ହଜାରରୁ ଊର୍ଦ୍ଧ୍ୱ ମୁସଲମାନ ଧର୍ମାବଲମ୍ବୀ

ଭଦ୍ରକ,୧୧ା୪(ସନାତନ ରାଉତ): ଶାନ୍ତି, ମୈତ୍ରୀ, ତ୍ୟାଗ ଓ ସମର୍ପଣର ପର୍ବ ଇଦ୍‌ ଅବସରରେ ଗୁରୁବାର ଭଦ୍ରକ ଇଦ୍‌ଗାହାଠାରେ ୭ ହଜାରରୁ ଊର୍ଦ୍ଧ୍ୱ ମୁସଲମାନ ଧର୍ମାବଲମ୍ବୀ ସମୂହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri