ବିପର୍ଯ୍ୟୟ ମୁକାବିଲା ପାଇଁ ମାଇକ୍ରୋ ପ୍ଲାନ୍‌ ପ୍ରସ୍ତୁତ ହେବ

କଟକ ଅଫିସ,୮ା୬: ପ୍ରାକୃତିକ ବିପର୍ଯ୍ୟୟ ଓ ସହରରେ ବର୍ଷାଜନିତ ଜଳବନ୍ଦୀର ମୁକାବିଲା ପାଇଁ ବୁଧବାର ଚୌଧୁରୀବଜାରସ୍ଥିତ ବିଜୁ ଭବନରେ କଟକ ମହାନଗର ନିଗମ (ସିଏମ୍‌ସି) ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ମେୟର ସୁବାସ ସିଂ ଏଥିରେ ପୌରୋହିତ୍ୟ କରିଥିବାବେଳେ ସିଏମ୍‌ସି କମିଶନର ନିଖିଲ ପଓ୍ବନ କଲ୍ୟାଣ ଆଗାମୀ ଦିନରେ ଦେଖାଦେବାକୁ ଥିବା ସମସ୍ୟା ଓ ତା’ର ସମାଧାନ ଉପରେ ବିସ୍ତୃତ ଭାବେ ଆଲୋଚନା କରିଥିଲେ। ବିଶେଷକରି ବର୍ଷା ଯୋଗୁ ଯେପରି କଟକ ସହରରେ ଜଳବନ୍ଦୀ ସମସ୍ୟା ନ ଉପୁଜିବ ସେଥିପ୍ରତି ମେୟର ଗୁରୁତ୍ୱ ଦେବା ସହ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ପଙ୍କୋଦ୍ଧାର କାମ ଶେଷ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏତଦ୍‌ବ୍ୟତୀତ ଜାଇକା କର୍ତ୍ତୃପକ୍ଷଙ୍କୁ ସଜାଗ ରହିବା ପାଇଁ ସତର୍କ କରାଇଥିଲେ। କୌଣସି ସ୍ଥାନରେ ଯେପରି ନର୍ଦ୍ଦମା ଜଳ ନିଷ୍କାସନରେ ବାଧା ସୃଷ୍ଟି ନ ହେବ ତାହାର ତଦାରଖ ଆରମ୍ଭ କରିବାକୁ ବିଭାଗୀୟ ଯନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ସହରର ସମ୍ବେଦନଶୀଳ ସ୍ଥାନଗୁଡିକୁ ତୁରନ୍ତ ଚିହ୍ନଟ କରି ପମ୍ପ୍‌ ବ୍ୟବସ୍ଥା କରିବାକୁ ବୈଠକରେ ନିଷ୍ପତ୍ତି ନିଆଯାଇଥିଲା। ବାତ୍ୟା ମୁକାବିଲା ପାଇଁ ସହରର ୯୯ଟି ସ୍ଥାନ ଚିହ୍ନଟ କରାଯାଇ ଆଶ୍ରୟସ୍ଥଳ ଭାବେ ପ୍ରସ୍ତୁତ କରିବା ନିମନ୍ତେ ପଦକ୍ଷେପ ଗ୍ରହଣ କରାଯାଇଛି। ବିଶେଷକରି ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ପାଇଁ ଏକ ମାଇକ୍ରୋ ପ୍ଲାନ୍‌ ପ୍ରସ୍ତୁତ କରାଯିବ ଏବଂ ତାହାର ଠିକ୍‌ ପରିଚାଳନା ଲାଗି ସିଏମ୍‌ସି ଅଧିକାରୀ ଓ ଯନ୍ତ୍ରୀ ଦାୟିତ୍ୱରେ ରହିବେ ବୋଲି ନିଷ୍ପତ୍ତି ନିଆଯାଇଥିଲା।
ସିଏମ୍‌ସିର ୫୯ଟି ୱାର୍ଡ ପାଇଁ ୧୭ ଜଣଙ୍କୁ ସେକ୍ଟର ଅଫିସର ଭାବେ ପରିଚାଳନା ଦାୟିତ୍ୱ ଦିଆଯାଇଛି। ତଳସ୍ତରରେ ସେମାନେ ମାଇକ୍ରୋ ଟିମ୍‌ ଗଠନ କରି ଦାୟିତ୍ୱ ନିର୍ବାହ କରିବେ। ଆସନ୍ତା ୧୫ରୁ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ଓ ସମାଧାନ ପାଇଁ ସ୍ଥାନୀୟ ବିକାଶ ଭବନରେ ଏକ କଣ୍ଟ୍ରୋଲ ରୁମ୍‌ ଖୋଲାଯିବ ବୋଲି ବୈଠକରେ ଆଲୋଚନା ହୋଇଥିଲା। ବିଶେଷକରି ସମସ୍ୟାର ସମାଧାନ ପାଇଁ ସମସ୍ତ ଅଧିକାରୀଙ୍କୁ ସତର୍କ ରହିବାକୁ କମିଶନର ନିର୍ଦ୍ଦେଶ ଦେଇଛନ୍ତି। ଏହି ବୈଠକରେ ସିଏମ୍‌ସିର ସମସ୍ତ ଅଧିକାରୀଙ୍କ ସମେତ ୱାଟ୍‌କୋ, ବିଦ୍ୟୁତ୍‌, ଡ୍ରେନେଜ୍‌, ଶିକ୍ଷା, ଜାଇକା, ସ୍ବାସ୍ଥ୍ୟ ଓ ଜଳ ଯୋଗାଣ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?