ଇତିହାସ ରଚିଲା ମାଇକ୍ରୋସଫ୍ଟ: ବିଶ୍ୱର କୌଣସି କମ୍ପାନୀ ଏପର୍ଯ୍ୟନ୍ତ ଏହି ଆକଳନକୁ ଛୁଇଁ ପାରିନାହାଁନ୍ତି

ଓ୍ବାଶିଂଟନ୍‌,୧୧।୨: ଆଜିକାଲି ପ୍ରସିଦ୍ଧ ବୈଷୟିକ କମ୍ପାନୀ ମାଇକ୍ରୋସଫ୍ଟର ଶେୟାରଗୁଡିକ ବୃଦ୍ଧି ପାଇବାରେ ଲାଗିଛି। ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ)ରେ ପୂର୍ବରୁ ନିଆଯାଇଥିବା ପଦକ୍ଷେପରୁ କମ୍ପାନୀ ବିପୁଳ ଲାଭ ହାସଲ କରୁଛି। କମ୍ପାନୀର ଶେୟାରରେ ଏହି ବୃଦ୍ଧି ଯୋଗୁ ମାଇକ୍ରୋସଫ୍ଟ ଏପରି ଏକ ଆକଳନକୁ ଛୁଇଁଛି, ଯାହା ଅନ୍ୟ କୌଣସି କମ୍ପାନୀ ପହଞ୍ଚିପାରି ନାହାନ୍ତି। ସପ୍ତାହ ଶେଷରେ ମାଇକ୍ରୋସଫ୍ଟର ବଜାର କ୍ୟାପ ୩.୧୨୫ ଟ୍ରିଲିୟନ ଡଲାରରେ ପହଞ୍ଚିଛି।
ଶେୟାରରେ ଏହି ବୃଦ୍ଧି ହେତୁ ମାଇକ୍ରୋସଫ୍ଟ ଆପଲ ଉପରେ ଅଗ୍ରଣୀ ହାସଲ କରିଛି। ମାଇକ୍ରୋସଫ୍ଟ ପ୍ରଥମ ଆମେରିକୀୟ କମ୍ପାନୀ ହୋଇପାରିଛି ଯାହା ୩.୧ ଟ୍ରିଲିୟନ ଡଲାରର ବଜାର କ୍ୟାପ ମାର୍କ ଛୁଇଁଛି।ସର୍ବୋଚ୍ଚ ବଜାର କ୍ୟାପର ପୂର୍ବ ରେକର୍ଡ ଆଇଫୋନ ନିର୍ମାତା ଆପଲ ନାମରେ ଥିଲା। ଜୁଲାଇରେ ଆପଲ ବଜାର କ୍ୟାପ ୩.୦୯ ଟ୍ରିଲିୟନ ଡଲାର କରିଥିଲା। ମାଇକ୍ରୋସଫ୍ଟ ଶେୟାର ଶୁକ୍ରବାର ୪୨୦.୫୫ ଡଲାରରେ ବନ୍ଦ ହୋଇଛି।
ଏଆଇ ସେକ୍ଟରରେ ଓପନ ଏଆଇ ସହିତ ମାଇକ୍ରୋସଫ୍ଟର ସହଭାଗୀତା ଦ୍ୱାରା ଉଭୟ କମ୍ପାନୀ ବହୁତ ଲାଭବାନ ହେଉଛନ୍ତି। ଓପନ ଏଆଇ ଦ୍ୱାରା ସୃଷ୍ଟି ହୋଇଥିବା ଚାଟ ଜିପିଟି ସମଗ୍ର ବିଶ୍ୱରେ ଲୋକପ୍ରିୟ ହୋଇପାରିଛି। ଏଆଇ ବ୍ୟବହାର ପାଇଁ ଲୋକଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଅର ବର୍ବରକାଣ୍ଡ: ବାପାଙ୍କୁ ବାଡେଇ ବାହାରୁ ତାଲାଦେଇ ଘର ଭାଙ୍ଗିଲେ ପୁଅ

ଖଇରା,୨୪।୩(ଉତ୍କଳ ବନ୍ଧୁ ପଣ୍ଡା ): ବାଲେଶ୍ବର ଜିଲା ଖଇରା ଥାନା ଝିଙ୍କିରିଆ ପଞ୍ଚାୟତ ଅଧୀନ ମୁସ୍ତଫାବାଦ ଗ୍ରାମରେ ପୁଅର ଆକ୍ରମଣରେ ବାପା ଲହୁଲୁହାଣ ହେବା ପରେ ବାପାର…

ଟ୍ରମ୍ପଙ୍କ ଓ୍ବାର ବ୍ରେକ ଘୋଷଣା ପରେ ଆସିଲା ଇରାନର ବୟାନ, ଜାଣନ୍ତୁ ଯୁଦ୍ଧ ବନ୍ଦ ହେଲା କି ନାହିଁ

ତେହରାନ,୨୪।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ଏକ ପ୍ରମୁଖ ବିବୃତ୍ତି ଜାରି କରି ଘୋଷଣା କରିଛନ୍ତି ଯେ ଆମେରିକା ଆଗାମୀ ପାଞ୍ଚ ଦିନ ପାଇଁ…

ଡବଲ ମର୍ଡର : ସ୍ତ୍ରୀ ସହ ପ୍ରେମିକଙ୍କୁ ଗୁଳି କରିଦେଲେ ସ୍ବାମୀ, ସମ୍ପୂର୍ଣ୍ଣ ଘଟଣା ଜାଣିଲେ ଥରିଉଠିବ ଛାତି

ଗାଜିଆବାଦ,୨୪।୩: ଗାଜିଆବାଦର ଟ୍ରୋନିକା ସିଟି ପୋଲିସ ଷ୍ଟେଶନ ଅଞ୍ଚଳରେ ଏକ ଡବଲ ମର୍ଡର ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀ ଏବଂ ପ୍ରେମିକଙ୍କୁ…

ସାଙ୍ଗକୁ ହସ୍ପିଟାଲରେ ଭର୍ତ୍ତି କରି ଫେରୁଥିବା ବେଳେ ସଡ଼କ ଦୁର୍ଘଟଣା, ଅଧାବାଟରେ ଚାଲିଗଲା ଜୀବନ

ଗଜପତି,୨୪।୩(ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଅନ୍ତର୍ଗତ ୩୨୬-ଏ ଜାତୀୟ ରାଜପଥର ଆର୍.ସୀତାପୁର ଗ୍ରାମ ନିକଟସ୍ଥ ଏକ ବୁଲାଣିଆ ରାସ୍ତାରେ ସଡ଼କ ଦୁର୍ଘଟଣା । ସୋମବାର…

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ଖୁବଶୀଘ୍ର ଖୋଲିବ…ଶୁଣିଲେ ସବୁ ଦେଶ ହୋଇଯିବେ ଖୁସି

ଓ୍ବାଶିଂଟନ୍‌,୨୪।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଆଲୋଚନା ସଫଳ ହେଲେ ହର୍ମୁଜ ପ୍ରଣାଳୀ (ଯାହା ଯୁଦ୍ଧ ଏବଂ ସଂଘର୍ଷ ଯୋଗୁ ପ୍ରାୟ…

ଲୁଗା ଶୁଖାଇବା ବେଳେ ଲାଗିଗଲା କରେଣ୍ଟ, ତାପରେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ) : ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନବଗୋଛା ଗ୍ରାମରେ ଅଘଟଣ । ବିଦ୍ୟୁତ ଆଘାତରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ…

ତାରାତାରିଣୀଙ୍କ ତୃତୀୟ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା, ସରସ୍ବତୀ ବେଶରେ ଦୁଇ ଭଉଣୀ

ପୁରୁଷୋତ୍ତମପୁର,୨୪।୩(ସବିତା ମିଶ୍ର ): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ତୃତୀୟ ଚୈତ୍ର ମଙ୍ଗଳବାର ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ଭକ୍ତଙ୍କ ଗହଳିରେ…

ଖାମେନେଇଙ୍କ ମୃତ୍ୟୁର ୪୮ ଘଣ୍ଟା ପୂର୍ବରୁ ଟ୍ରମ୍ପଙ୍କୁ ଫୋନ କରିଥିଲେ ନେତାନ୍ୟାହୁ, କହିଥିଲେ ବଡ଼ ଗୁମର କଥା, ଜାଣନ୍ତୁ…

ଓ୍ବାଶିଂଟନ,୨୪।୩: ଇରାନ ଉପରେ ଆମେରିକା-ଇସ୍ରାଏଲ ଆକ୍ରମଣ ଆରମ୍ଭ ହେବାର ୪୮ ଘଣ୍ଟା ପୂର୍ବରୁ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଫୋନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri