ମଧ୍ୟାହ୍ନଭୋଜନରେ ଅନୟମିତତା: ବିଦ୍ୟାଳୟ ଉପସ୍ଥାନ ଖାତାରେ ଅଧିକ ପିଲା, ବାସ୍ତବରେ କମ୍‌

ଝରିଗାଁ,୭ା୧୦(କିଶୋର ଚନ୍ଦ୍ର ମଣ୍ଡଳ): ସରକାରୀ ସ୍କୁଲରେ ନିମ୍ନମାନର ମଧ୍ୟାହ୍ନଭୋଜନ ପ୍ରଦାନ କରାଯାଉଥିବା ବେଳେ କିଛି ଛାତ୍ରୀଛାତ୍ର ସେହି ଭୋଜନ ଖାଉ ନାହାନ୍ତି। ଏପରିକି ଯେଉଁ ପିଲାମାନେ ଅଣ୍ଡା ଖାଉନାହାନ୍ତି, ସେମାନଙ୍କ ପାଇଁ ଭାତ, ଡାଲି ଛଡ଼ା ଆଉ କିଛି ଦିଆଯାଉନାହିଁ। ସେହିପରି ବିଦ୍ୟାଳୟରେ ପିଲାଙ୍କ ଉପସ୍ଥାନ ଖାତାରେ ଉପସ୍ଥିତ ପିଲା ସଂଖ୍ୟାଠାରୁ ୪୦ ପିଲାଙ୍କ ଉପସ୍ଥାନ ଅଧିକ ପକାଯାଇଥିଲା। ଏପରି ଅନିୟମିତତା ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଫୁପୁଗାଁ ପଞ୍ଚାୟତ ଅନ୍ତର୍ଗତ ତାରାକୋନାଡ଼ି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଦେଖିବାକୁ ମିଳିଛି। ଏହି ବିଦ୍ୟାଳୟରେ ଶିଶୁ ବାଟିକାଠାରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ରହିଥିବା ବେଳେ ୨୪୩ ପିଲାଙ୍କ ପାଇଁ ପାଠ ପଢ଼ାଇବା ପାଇଁ ୮ ଜଣ ଶିକ୍ଷୟିତ୍ରୀ ଶିକ୍ଷକ ରହିଛନ୍ତି। ଗତ ସୋମବାର ଉକ୍ତ ବିଦ୍ୟାଳୟରେ ୧୬୪ ଜଣ ଛାତ୍ରୀଛାତ୍ର ଉପସ୍ଥିତ ରହିଥିବା ନେଇ ପିଏମ୍‌ ପୋଷଣ ପୋର୍ଟାଲ (ମଧ୍ୟାହ୍ନ ଭୋଜନ)ରେ ରହିଥିବା ବେଳେ ପ୍ରକୃତରେ ୧୨୪ ଜଣ ପିଲା ଉପସ୍ଥିତ ରହିଥିଲେ। କିନ୍ତୁ କେବଳ ୮୦ ଜଣ ପିଲାଙ୍କ ପାଇଁ ଅଣ୍ଡା ସିଝା ଦିଆଯାଇଥିଲା। ଅଣ୍ଡା ଖାଉଥିବା ପିଲାଙ୍କ ପାଇଁ କୌଣସି ବିକଳ୍ପ ବ୍ୟବସ୍ଥା କରାଯାଇ ନ ଥିଲା। ସେଥିମଧ୍ୟରୁ ୨୭ ଜଣ ଛାତ୍ରୀଛାତ୍ର ମଧ୍ୟାହ୍ନଭୋଜନ ଖାଉ ନ ଥିବା ଦେଖିବାକୁ ମିଳିଥିଲା।

ଏନେଇ ସମ୍ପୃକ୍ତ ଛାତ୍ରୀମାନଙ୍କୁ ପଚାରିବାରୁ କିଛି ମଧ୍ୟ କହି ନ ଥିଲେ। ପିଲାଙ୍କୁ ମାଗଣାରେ ଗୁଣାତ୍ମକ ଶିକ୍ଷା ସହ ପୁଷ୍ଟିକର ମଧ୍ୟାହ୍ନଭୋଜନ ପ୍ରଦାନ କରିବା ନେଇ ସରକାର ପ୍ରଚେଷ୍ଟା ଚଳାଇଥିବାବେଳେ ଶିକ୍ଷା ବିଭାଗର କ୍ଷେତ୍ର ସ୍ତରୀୟ ତଦାରଖ ଅଭାବ ଯୋଗୁ ଆଦିବାସୀ ଅଞ୍ଚଳର ଛାତ୍ରୀଛାତ୍ର ମୌଳିକ ସରକାରୀ ସୁବିଧାରୁ ବଞ୍ଚିତ ରହୁଛନ୍ତି।

ଏନେଇ ସମ୍ପୃକ୍ତ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନଶିକ୍ଷକ ତରୁଣ କୁମାର ରଣାଙ୍କୁ ପଚାରିବାରୁ ନିରୁତ୍ତର ରହିଥିଲେ। ସେହିପରି ବିଇଓ ଉମରସିଂ ନାୟକଙ୍କୁ ପଚାରିବାରୁ ଯଦି ଏପରି ଅନିୟମିତତା ହୋଇଥିବା ତଦନ୍ତରେ ପ୍ରମାଣ ମିଳେ ତେବେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ସଂସଦ ନିର୍ବାଚନ: ପୁଅଙ୍କୁ ପଛରେ ପକାଇ ମଇଦାନରେ ଝିଅ ଆଗୁଆ

ପୁରୁଷୋତ୍ତମପୁର,୭ା୧୦(ସବିତା ମିଶ୍ର): ଦୀର୍ଘ ୮ ବର୍ଷ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଏହାକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ…

‘ଇତିହାସ ସର୍ବଦା…’: ଅଜିତ ଅଗରକରଙ୍କୁ ବିଦାୟ ଜଣାଇ ଏମିତି କ’ଣ କହିଲେ ଗୌତମ ଗମ୍ଭୀର, ଓଦା ହୋଇଯାଉଛି ଆଖି!

ନୂଆଦୀଲ୍ଲୀ,୭।୧୦: ଗୌତମ ଗମ୍ଭୀର ଅଜିତ ଅଗରକରଙ୍କ ପାଇଁ ଏକ ଭାବପୂର୍ଣ୍ଣ ବିଦାୟକାଳୀନ ବାର୍ତ୍ତା ଲେଖିଛନ୍ତି, ଯିଏ ନିକଟରେ ମୁଖ୍ୟ ଚୟନକର୍ତ୍ତା (Chief Selector) ଭାବରେ ନିଜର କାର୍ଯ୍ୟକାଳ…

ପରସ୍ପର ସହ ଆଖି ମିଳାଇଲେ ନାହିଁ ସ୍ମୃତି ମନ୍ଧାନା-ହରମନପ୍ରୀତ କୌର ; ଡ୍ରେସିଂ ରୁମର ପରିବେଶକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୭।୧୦: ମଙ୍ଗଳବାର ଭାରତୀୟ ମହିଳା କ୍ରିକେଟ ଦଳରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଖିବାକୁ ମିଳିଥିଲା। ହରମନପ୍ରୀତ କୌର ସମସ୍ତ ଫର୍ମାଟରୁ ଅଧିନାୟକ ପଦରୁ ଓହରି ଯାଇଥିଲେ ଏବଂ ଏହା…

ସୌରଭ ଗାଙ୍ଗୁଲି ଦିଲ୍ଲୀ କ୍ୟାପିଟାଲ୍ସର ମୁଖ୍ୟ କୋଚ ହେବା ପରେ ଉଠିଲାଣି ବିବାଦ!

ନୂଆଦିଲ୍ଲୀ,୭।୧୦: ମଙ୍ଗଳବାର ଦିଲ୍ଲୀ କ୍ୟାପିଟାଲ୍ସ ପୂର୍ବତନ ଭାରତୀୟ ଦଳର ଅଧିନାୟକ ସୌରଭ ଗାଙ୍ଗୁଲିଙ୍କୁ ସେମାନଙ୍କର ନୂତନ ମୁଖ୍ୟ ପ୍ରଶିକ୍ଷକ ଭାବରେ ନିଯୁକ୍ତ କରିଛି। ଗାଙ୍ଗୁଲି କ୍ରିକେଟ ଆସୋସିଏସନ…

IAS ସ୍ତରରେ ବଡ଼ଧରଣର ଅଦଳବଦଳ: ବଦଳିଲେ ନବରଙ୍ଗପୁର ଓ ନୂଆପଡ଼ା ଜିଲାପାଳ, ଜାଣନ୍ତୁ କିଏ କେଉଁଠିକୁ ଗଲେ…

ଭୁବନେଶ୍ୱର,୭ା୧୦: ରାଜ୍ୟ ପ୍ରଶାସନିକ ସ୍ତରକୁ ଅଧିକ କ୍ରିୟାଶୀଳ ଓ ବ୍ୟବସ୍ଥିତ କରିବା ପାଇଁ ଓଡ଼ିଶା ସରକାର ରାଜ୍ୟରେ IAS ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରିଛନ୍ତି। ନବରଙ୍ଗପୁର…

ଆଜି ମୁଁ ଯାହା କିଛି… ଜାଣନ୍ତୁ କାହାକୁ ସଫଳତାର ଶ୍ରେୟ ଦେଲେ ମୋଦି

ନୂଆଦିଲ୍ଲୀ,୭।୧୦: ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ମୁଖ୍ୟ ଭାବେ ନିରନ୍ତର ୨୫ ବର୍ଷର ଜନସେବା ପୂରଣ କରିଛନ୍ତି। ଏହି ଅବସରରେ ବୁଧବାର ନୂଆଦିଲ୍ଲୀରେ ଆୟୋଜିତ ଭାରତ…

୫ କୋଟି ଟଙ୍କାର ଖବର, ପ୍ରେମାନନ୍ଦ ମହାରାଜଙ୍କୁ ନେଇ ବଡ଼ କଥା କହିଲେ ବିରାଟ କୋହଲି, ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୭।୧୦: ପ୍ରେମାନନ୍ଦ ମହାରାଜଙ୍କ ଶିଷ୍ୟ ରସିକ ଦୁଲାରୀ ଶରଣ (ଯିଏ ଦୀପକ ଲୋଦି ନାମରେ ମଧ୍ୟ ଜଣାଶୁଣା)ଙ୍କ ମୃତ୍ୟୁ ପରେ ‘କେଳିକୁଞ୍ଜ ଆଶ୍ରମ’ କ୍ରମାଗତ ଭାବେ ଆଲୋଚନାର…

ମା’ ତାରାତାରିଣୀଙ୍କ ଦାନହୁଣ୍ଡିରୁ ମିଳିଲା ଦୁଇ ଶିଶୁଙ୍କ ଭାବବିହ୍ବଳ ଚିଠି: ଏଥିରେ ଲେଖାଅଛି ମୋ’ ବାବାଙ୍କୁ ଭଲ ବାଟକୁ ଆଣ, ମୋ ମା’କୁ…

ପୁରୁଷୋତ୍ତମପୁର,୭ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ହୁଣ୍ଡି ଖୋଲାଯାଇଥିବା ବେଳେ ସେଥିମଧ୍ୟରୁ ମିଳିଛି ଦୁଇଟି ଶିଶୁଙ୍କ ଚିଠି। ଗୋଟିଏ ଓଡ଼ିଆରେ ଲେଖା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?