ପୁଣି ବଢ଼ିଲା ମଧ୍ୟାହ୍ନ ଭୋଜନ ଦର: ଏବେ…

ଭୁବନେଶ୍ୱର,୨୦ା୬(ସୁଚିସ୍ମିତା ସାହୁ): ଗ୍ରୀଷ୍ମ ଛୁଟି ସରିବା ପରେ ଶୁକ୍ରବାରଠାରୁ ସାରା ରାଜ୍ୟରେ ସ୍କୁଲ ଖୋଲିଛି। ପ୍ରଥମ ଦିନରୁ ହିଁ ସ୍କୁଲରେ ମଧ୍ୟାହ୍ନଭୋଜନ ମିଳିଛି। ଏପରିସ୍ଥିତିରେ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନ ସମସ୍ତ ବିଦ୍ୟାଳୟରେ ଦିଆଯାଉଥିବା ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ରାଶିକୁ ପୁଣି ବୃଦ୍ଧି କରାଯାଇଛି। ଉଭୟ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ପାଇଁ ୨ଟଙ୍କା ୯୨ପଇସା ଲେଖାଏ ବୃଦ୍ଧି ହୋଇଛି। ପୂର୍ବରୁ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପାଇଁ କେନ୍ଦ୍ର ସରକାର ଯଥାକ୍ରମେ ୬.୭୮ଟଙ୍କା ଓ ୧୦.୧୭ଟଙ୍କା ଦେଉଥିବାବେଳେ ରାଜ୍ୟ ସରକାର ୧.୪୫ଟଙ୍କା ଓ ୧.୬୫ଟଙ୍କା ପ୍ରଦାନ କରୁଥିଲେ। ଏବେ ପ୍ରାଥମିକ ବିଦ୍ୟାଳୟରେ ମିଲ୍‌ ପିଛା ୧୧.୧୫ଟଙ୍କା ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୧୪.୭୪ ଟଙ୍କାକୁ ବୃଦ୍ଧି ହୋଇଛି। ଏହି ନୂତନ ଦର ପିଛିଲା ଭାବେ ମେ’ ପହିଲାରୁ ଲାଗୁହେବ। ସୂଚନାଯୋଗ୍ୟ ଉଭୟ କେନ୍ଦ୍ର-ରାଜ୍ୟ ଭାଗିଦାରୀରେ ଏହି ପିଏମ୍‌-ପୋଷଣ ଯୋଜନା ରାଜ୍ୟରେ କାର୍ଯ୍ୟକାରୀ ହେଉଛି। ମଧ୍ୟାହ୍ଣ ଭୋଜନରେ ଛାତ୍ରୀଛାତ୍ରଙ୍କୁ ଅତିରିକ୍ତ ଭାବେ ସପ୍ତାହକୁ ୩ଟି ଲଡ଼ୁ ଏବଂ ଗୋଟିଏ ଅଧିକ ଅଣ୍ଡା ଦିଆଯାଉଥିବାରୁ ଦର ବଢ଼ାଯାଇଥିବା ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହାଫିଜ ସୟିଦଙ୍କୁ ସମନ ଜାରି କରିବ NIA

ଜମ୍ମୁ-କଶ୍ମୀର,୨୨।୮: ୨୦୨୫ ପହଲଗାମ ଆକ୍ରମଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା(NIA) ପକ୍ଷରୁ ପାକିସ୍ତାନୀ ଆତଙ୍କବାଦୀ ହାଫିଜ ସୟିଦଙ୍କୁ ସମନ ଜାରି କରାଯିବ। ବୈଦେଶିକ ମନ୍ତ୍ରଣାଳୟ ଜରିଆରେ ପାକିସ୍ତାନକୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ରେଳଧାରଣରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର,୨୧।୮( ସୁବାସ ଚନ୍ଦ୍ର ପାଢ଼ୀ ): ଜିଆର୍‌ପି ପୋଲିସ ଗୋଶାଣିନୂଆଗାଁ ବ୍ରିଜ ତଳ ଦେଇ ଯାଇଥିବା ରେଳଧାରଣ ନିକଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି।…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri