ଡକରବାଡ଼ି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ବନ୍ଦ ଘଟଣା: ସମସ୍ତ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ, ଦରମା ବନ୍ଦ… 

ଦାରିଙ୍ଗବାଡ଼ି, ୨୭।୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡ଼ି ପଞ୍ଚାୟତ ଡକରବାଡ଼ି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ବିନା ନୋଟିସରେ ତାଲା ପକାଇ ବନ୍ଦ ରଖିବା ଓ ଛାତ୍ରୀଛାତ୍ର ବହୁ ସମୟ ବିଦ୍ୟାଳୟ ବାହାରେ ଅପେକ୍ଷା କରି ଭୋକ ଉପାସରେ ଘରକୁ ଫେରିବା ଘଟଣା ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରସାରଣ ହୋଇଥିଲା। ଏହା ପରେ ଗୋଷ୍ଠୀ ଶିକ୍ଷାଧିକାରୀ ମହେଶ୍ୱର ମାଝୀ ପଦକ୍ଷେପ ନେବା ଜଣାପଡିଛି। ବିଦ୍ୟାଳୟର ପ୍ରଧାନଶିକ୍ଷକଙ୍କ ସମେତ ୫ ଜଣ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିବା ସହ ଦରମା ବନ୍ଦ କରିଥିବା ସେ ସୂଚନା ଦେଇଛନ୍ତି।
ସୂଚନା ପ୍ରକାରେ, ଡକରବାଡ଼ି ସ୍କୁଲରେ ପ୍ରଥମରୁ ଷଷ୍ଠ ଶ୍ରେଣୀ ମଧ୍ୟରେ ୬୫ ଜଣ ଛାତ୍ରଛାତ୍ରୀ ରହିଥିବା ବେଳେ ୫ ଜଣ ଶିକ୍ଷକ ଶିକ୍ଷାଦାନ ପାଇଁ ନିଯୁକ୍ତି ହୋଇଛନ୍ତି। ଗତ ଶନିବାର କୌଣସି ଶିକ୍ଷକ ସ୍କୁଲ ଆସି ନ ଥିବା ବେଳେ ପିଲାମାନେ ମଧ୍ୟାହ୍ନ ଭୋଜନରୁ ବଞ୍ଚିତ ହୋଇ ରହିଥିଲେ। ୫ ଜଣ ଶିକ୍ଷକ ନିଯୁକ୍ତି ହୋଇଥିଲେ ସୁଦ୍ଧା କୌଣସି ଗୋଟିଏ ଶିକ୍ଷକଙ୍କ ମଧ୍ୟ ଦେଖା ମିଳି ନ ଥିଲା। ଏମିତିକି ୫ ଜଣ ଶିକ୍ଷକ ସଠିକ ଭାବେ ସ୍କୁଲ ନ ଯାଇ ବିଦ୍ୟାଳୟକୁ ପାଳି କରି ଯାଉଥିବା ଅଭିଯୋଗ ହେଉଥିଲା। ଖବର ପାଇ ସିଆର୍‌ସିସି ଶିବ ଶଙ୍କର ସାହୁ ଉକ୍ତ ଦିନ ବିଦ୍ୟାଳୟ ଯିବା ସମୟରେ କୌଣସି ଜଣେ ମଧ୍ୟ ଶିକ୍ଷକ ଉପସ୍ଥିତ ନ ଥିବା ଜାଣି ସେ ବିଇଓଙ୍କ କାର୍ଯ୍ୟାଳୟକୁ ଜଣାଇଥିଲେ । ପୁଣି ମଙ୍ଗଳବାର ଉକ୍ତ ସ୍କୁଲର କିଛି ଶିକ୍ଷକ ୩ ଟା ବେଳେ ସ୍କୁଲରୁ ଆସୁଥିବା ଦେଖିବାକୁ ମିଳିଛି। କାରଣ ଦର୍ଶାଅ ନୋଟିସ ପରେ ବି କୌଣସି ପରିବର୍ତ୍ତନ ଦେଖିବାକୁ ମିଳିନାହିଁ। ସତେ ଯେମିତି ବିଭାଗୀୟ ଅଧିକାରୀଙ୍କୁ କାହାରି ଭୟ ନାହିଁ। ଏଭଳି ଭାବରେ ଦାରିଙ୍ଗବାଡିିରେ ଶିକ୍ଷା ବ୍ୟବସ୍ଥା ଚାଲିଥିବା ଅଭିଯୋଗ ହୋଇଛି। ସେହିପରି ଦାରିଙ୍ଗବାଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମଧ୍ୟ ସରସ୍ବତୀ ପୂଜା ଦିନ ମଧ୍ୟାହ୍ନ ଭୋଜନ ରୋଷେଇ ହୋଇ ନ ଥିବାରୁ ଶତାଧିକ ଛାତ୍ରୀଛାତ୍ର ଭୋକ ଉପାସରେ ଫେରିଥିବା ବେଳେ ପୁଷ୍ଟିକର ଖାଦ୍ୟ ଅଣ୍ଡା ଖାଇବାରୁ ବଞ୍ଚିତ ହୋଇଥିଲେ। ଏନେଇ କନ୍ଧମାଳ ଜିଲା ଶିକ୍ଷା ଅଧିକାରୀ ରାଜେଶ ସ୍ବାଇଁ ପ୍ରତିକ୍ରିୟା ନେବାରେ କହିଛନ୍ତି ଯେ, ଡକରବାଡି ଘଟଣାର  ତଦନ୍ତ ପାଇଁ ସେ ବିଇଓଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ତେବେ ଦତିଙ୍ଗବାଡି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟକୁ ଆମେ ମଧ୍ୟାହ୍ନ ଭୋଜନ ପାଇଁ ଅନୁଦାନ ଦେଉଛୁ। ଯଦି ସେଠାରେ ରୋଷେଇ ହୋଇନାହିଁ ତେବେ ତାଙ୍କ ବିଭାଗ ତଥା ଅନୁସୂଚିତ ଜାତି, ଜନଜାତି ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ପକ୍ଷରୁ ତଦନ୍ତ ହେବ ବୋଲି ସେ କହିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ଦାଦନ ଖଟିବାକୁ ଯାଇ ଯୁବକ ନିଖୋଜ: ଖୋଜି ଆଣିବା ପାଇଁ ସ୍ତ୍ରୀଙ୍କ ନିବେଦନ

ରାୟଗଡା,୨୭।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ଜିଲାରେ ଦିନକୁ ଦିନ ଦାଦନଙ୍କ ଦୁଃଖ ବଢ଼ୁଥିବା ଦେଖିବାକୁ ମିଳିଛି। ଗୋଟିଏ ପଟେ ଦାଦନ ଖଟିବାକୁ ଯାଇ କିଛି ମୃତ୍ୟୁବରଣ କରିଥିବା…

ଚର୍ଚ୍ଚାରେ ରାୟଗଡ଼ା ରାଜନୀତି: ୪ ଦିନ ତଳେ ଭାଜପାରେ ମିଶିଥିଲେ, ପୁଣି ବିଜେଡିକୁ ଫେରିଲେ; ଦିଲୀପଙ୍କ ନାଁରେ ଅଭିଯୋଗ…

ରାୟଗଡ଼ା,୨୭।୧(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ଜିଲା ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି । ଭାଜପାରେ ମିଶିବାର ଚାରି ଦିନ ପରେ ପୁଣି ବିଜେଡିକୁ ଫେରିଛନ୍ତି…

ବାଇକ୍‌କୁ ଧକ୍କା ଦେଇ ଚାଲିଗଲା ଟ୍ରାକ୍ଟର; ଘଟଣାସ୍ଥଳରେ ଚାଲିଗଲା ବାଇକ୍‌ରେ…

ବଞ୍ଚୋ,୨୭।୧(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଅନ୍ତର୍ଗତ ବାଙ୍ଖିଡ଼ି ନିକଟରେ ମଙ୍ଗଳବାର ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଗୋଟିଏ ଟ୍ରାକ୍ଟର ଏକ…

ପ୍ରତିଶ୍ରୁତି ପାଳନ କରୁନି ଉତ୍କଳ ଆଲୁମିନା: ୦.୦୧% ଶେୟାର ଦାବିରେ ବିସ୍ଥାପିତ, ପ୍ରଭାବିତଙ୍କ ଧାରଣା

ରାୟଗଡ଼ା/ଟିକିରି,୨୭।୧(ଆଶିଷ ରଞ୍ଜନ ପଣ୍ଡା/ପ୍ରଫୁଲ୍ଲ କୁମାର ବେହେରା)- ବକ୍ସାଇଟ ଖଣି ପାଇଁ ରାୟଗଡ଼ା ଜିଲାର କାଶୀପୁର ବ୍ଲକ ବିଶ୍ୱରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି। ବ୍ଲକ୍‌ରେ ରହିଥିବା…

ଗୋକୋଲମା: ଶେଷ ହେଲା ମା’ ମାଣିକେଶ୍ୱରୀ ଓ ବାବା ଅଗ୍ନି ଭୈରବଙ୍କ ମାଘ ଝାମୁ ଯାତ୍ରା…

ଥୁଆମୂଳ ରାମପୁର,୨୭।୧(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୁଣୁପୁର ଗ୍ରାମପଞ୍ଚାୟତ ଅନ୍ତର୍ଗତ ଗୋକୋଲମା ବଙ୍ଗଳା ପଡ଼ାଠାରେ ପାରମ୍ପରିକ ରୀତିନୀତି ଅନୁଯାୟୀ ମାଘ ଝାମୁ ଯାତ୍ରା…

ଆଜିଠୁ ଗୋପାଳପୁର ବେଳାଭୂମୀ ମହୋତ୍ସବ: କୁଲାଡ଼ରୁ ଗଲା ମଶାଲ ଶୋଭାଯାତ୍ରା…

ଭଞ୍ଜନଗର,୨୭।୧(ବାବୁଲା ପ୍ରଧାନ)- ମଙ୍ଗଳବାରଠାରୁ ଗୋପାଳପୁର ବେଳାଭୂମି ମହୋତ୍ସବ ଆରମ୍ଭ ହୋଇଛି। ତେଣୁ ଚଳିତ ବର୍ଷ ଏନେଇ ବ୍ୟାପକ ଆୟୋଜନ ହୋଇଥିବା ବେଳେ ମହୋତ୍ସବକୁ ଲୋକାଭିମୁଖୀ କରିବା ସହ…

ଆସନ୍ତା ୩ରେ ଜିଲାପାଳ ଅଫିସ ଘେରାଉ କରିବ ବିଜେଡି: କାର୍ଯ୍ୟକାରିଣୀ ବୈଠକରେ…

ଭବାନୀପାଟଣା, ୨୭।୧ (ଉତ୍ତମ କୁମାର ଦାଶ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ମଙ୍ଗଳବାର ଭବାନୀପାଟଣା ବ୍ଲକ ମେଦିନୀପୁର…

ଦେଓମାଳୀ ବୁଲିବାକୁ ଗଲାବେଳେ ଆଖିବୁଜିଲେ ଦୁଇ ସାଙ୍ଗ: ଜୀବନ ମରଣ ସହ ସଂଗ୍ରାମ କରୁଛନ୍ତି  ଅନ୍ୟଜଣେ

ପଟ୍ଟାଙ୍ଗି,୨୭।୦୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ କୁନ୍ଦୁଲି ହାଇସ୍କୁଲ ସମୁଖରେ ଏକ ପିକ୍‌ଅପ ଭ୍ୟାନ ସହ ମୋଟର ସାଇକେଲ ଧକ୍କା ହୋଇଛି। ଏଥିରେ …

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri