ଡକରବାଡ଼ି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ବନ୍ଦ ଘଟଣା: ସମସ୍ତ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ, ଦରମା ବନ୍ଦ… 

ଦାରିଙ୍ଗବାଡ଼ି, ୨୭।୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡ଼ି ପଞ୍ଚାୟତ ଡକରବାଡ଼ି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ବିନା ନୋଟିସରେ ତାଲା ପକାଇ ବନ୍ଦ ରଖିବା ଓ ଛାତ୍ରୀଛାତ୍ର ବହୁ ସମୟ ବିଦ୍ୟାଳୟ ବାହାରେ ଅପେକ୍ଷା କରି ଭୋକ ଉପାସରେ ଘରକୁ ଫେରିବା ଘଟଣା ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରସାରଣ ହୋଇଥିଲା। ଏହା ପରେ ଗୋଷ୍ଠୀ ଶିକ୍ଷାଧିକାରୀ ମହେଶ୍ୱର ମାଝୀ ପଦକ୍ଷେପ ନେବା ଜଣାପଡିଛି। ବିଦ୍ୟାଳୟର ପ୍ରଧାନଶିକ୍ଷକଙ୍କ ସମେତ ୫ ଜଣ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିବା ସହ ଦରମା ବନ୍ଦ କରିଥିବା ସେ ସୂଚନା ଦେଇଛନ୍ତି।
ସୂଚନା ପ୍ରକାରେ, ଡକରବାଡ଼ି ସ୍କୁଲରେ ପ୍ରଥମରୁ ଷଷ୍ଠ ଶ୍ରେଣୀ ମଧ୍ୟରେ ୬୫ ଜଣ ଛାତ୍ରଛାତ୍ରୀ ରହିଥିବା ବେଳେ ୫ ଜଣ ଶିକ୍ଷକ ଶିକ୍ଷାଦାନ ପାଇଁ ନିଯୁକ୍ତି ହୋଇଛନ୍ତି। ଗତ ଶନିବାର କୌଣସି ଶିକ୍ଷକ ସ୍କୁଲ ଆସି ନ ଥିବା ବେଳେ ପିଲାମାନେ ମଧ୍ୟାହ୍ନ ଭୋଜନରୁ ବଞ୍ଚିତ ହୋଇ ରହିଥିଲେ। ୫ ଜଣ ଶିକ୍ଷକ ନିଯୁକ୍ତି ହୋଇଥିଲେ ସୁଦ୍ଧା କୌଣସି ଗୋଟିଏ ଶିକ୍ଷକଙ୍କ ମଧ୍ୟ ଦେଖା ମିଳି ନ ଥିଲା। ଏମିତିକି ୫ ଜଣ ଶିକ୍ଷକ ସଠିକ ଭାବେ ସ୍କୁଲ ନ ଯାଇ ବିଦ୍ୟାଳୟକୁ ପାଳି କରି ଯାଉଥିବା ଅଭିଯୋଗ ହେଉଥିଲା। ଖବର ପାଇ ସିଆର୍‌ସିସି ଶିବ ଶଙ୍କର ସାହୁ ଉକ୍ତ ଦିନ ବିଦ୍ୟାଳୟ ଯିବା ସମୟରେ କୌଣସି ଜଣେ ମଧ୍ୟ ଶିକ୍ଷକ ଉପସ୍ଥିତ ନ ଥିବା ଜାଣି ସେ ବିଇଓଙ୍କ କାର୍ଯ୍ୟାଳୟକୁ ଜଣାଇଥିଲେ । ପୁଣି ମଙ୍ଗଳବାର ଉକ୍ତ ସ୍କୁଲର କିଛି ଶିକ୍ଷକ ୩ ଟା ବେଳେ ସ୍କୁଲରୁ ଆସୁଥିବା ଦେଖିବାକୁ ମିଳିଛି। କାରଣ ଦର୍ଶାଅ ନୋଟିସ ପରେ ବି କୌଣସି ପରିବର୍ତ୍ତନ ଦେଖିବାକୁ ମିଳିନାହିଁ। ସତେ ଯେମିତି ବିଭାଗୀୟ ଅଧିକାରୀଙ୍କୁ କାହାରି ଭୟ ନାହିଁ। ଏଭଳି ଭାବରେ ଦାରିଙ୍ଗବାଡିିରେ ଶିକ୍ଷା ବ୍ୟବସ୍ଥା ଚାଲିଥିବା ଅଭିଯୋଗ ହୋଇଛି। ସେହିପରି ଦାରିଙ୍ଗବାଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମଧ୍ୟ ସରସ୍ବତୀ ପୂଜା ଦିନ ମଧ୍ୟାହ୍ନ ଭୋଜନ ରୋଷେଇ ହୋଇ ନ ଥିବାରୁ ଶତାଧିକ ଛାତ୍ରୀଛାତ୍ର ଭୋକ ଉପାସରେ ଫେରିଥିବା ବେଳେ ପୁଷ୍ଟିକର ଖାଦ୍ୟ ଅଣ୍ଡା ଖାଇବାରୁ ବଞ୍ଚିତ ହୋଇଥିଲେ। ଏନେଇ କନ୍ଧମାଳ ଜିଲା ଶିକ୍ଷା ଅଧିକାରୀ ରାଜେଶ ସ୍ବାଇଁ ପ୍ରତିକ୍ରିୟା ନେବାରେ କହିଛନ୍ତି ଯେ, ଡକରବାଡି ଘଟଣାର  ତଦନ୍ତ ପାଇଁ ସେ ବିଇଓଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ତେବେ ଦତିଙ୍ଗବାଡି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟକୁ ଆମେ ମଧ୍ୟାହ୍ନ ଭୋଜନ ପାଇଁ ଅନୁଦାନ ଦେଉଛୁ। ଯଦି ସେଠାରେ ରୋଷେଇ ହୋଇନାହିଁ ତେବେ ତାଙ୍କ ବିଭାଗ ତଥା ଅନୁସୂଚିତ ଜାତି, ଜନଜାତି ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ପକ୍ଷରୁ ତଦନ୍ତ ହେବ ବୋଲି ସେ କହିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ଅଳିଦାଗଦାରେ ପୂରିଛି ସିମନବାଡ଼ି, ଯାତାୟାତବେଳେ ନାକ ଟେକୁଛନ୍ତି ପର୍ଯ୍ୟଟକ, ମାସିକ ବୈଠକରେ…

ଦାରିଙ୍ଗବାଡ଼ି,୧୬ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ଅନ୍ୟତମ ପର୍ଯ୍ୟଟକଙ୍କ ଯାତାୟାତ ସ୍ଥାନ ସିମନବାଡ଼ି ପଞ୍ଚାୟତ ଅଞ୍ଚଳ ଏବେ କୁଢ଼କୁଢ଼ ଅଳିଆ ଗଦାରେ ପୁତ୍ତିମୟ ଗନ୍ଧରେ ନାକ…

ପାରିବାରିକ କଳହର କରୁଣ ପରିଣତି, ସ୍ବାମୀଙ୍କ ମାଡ଼ରେ ସ୍ତ୍ରୀଙ୍କ ଜୀବନ ଗଲା, ଘରେ ପଡ଼ିଛି…

ଚାନ୍ଦବାଲି,୧୬ା୯(କିଷାନ ପାତ୍ର): ଏମିତି ଏକ ଦୁଃଖଦ ଘଟଣାକୁ ନେଇ ଚାନ୍ଦବାଲି ଅଞ୍ଚଳରେ ଚାଞ୍ଚଲ୍ୟ ଦେଖାଦେଇଛି। ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଧୀନ ପାଇକିରାପୁର ଗ୍ରାମରେ ପାରିବାରିକ କଳହକୁ…

U-15ରେ ଓଡ଼ିଶା ପାଇଁ ଖେଳିବେ ଗୁଡ଼ାରି ଝିଅ ଆୟୁଷା

ଗୁଡ଼ାରି,୧୬ା୯(ପ୍ରମୋଦ କୁମାର ପତି): ୧୫ ବର୍ଷରୁ କମ୍‌ କ୍ରିକେଟ୍‌ରେ ଓଡ଼ିଶା ପାଇଁ ଖେଳିବାର ସୁଯୋଗ ପାଇଛନ୍ତି ରାୟଗଡ଼ା ଜିଲା ଗୁଡ଼ାରି ଝିଅ ଆୟୁଷା ମିଶ୍ର। ଏ ନେଇ…

ଶଙ୍ଖ ନଦୀରେ ଅଘଟଣ: ଗାଧୋଇବାବେଳେ ବୁଡ଼ିଗଲେ ୩ ନାବାଳିକା

କୁଆଁରମୁଣ୍ଡା, ୧୬।୯ (ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଅଞ୍ଚଳରେ ବୁଧବାର ସକାଳେ ଏକ ହୃଦୟବିଦାରକ ଘଟଣା ଘଟିଛି। ଶଙ୍ଖ ନଦୀରେ ଗାଧୋଉଥିବାବେଳେ ବୁଡ଼ିଯାଇ…

ବିଜୁ ପଟ୍ଟନାୟକ ମାର୍ଗରେ ନିଆରା ଗଣେଶ ପୂଜା: ରାଧାକୃଷ୍ଣ ବେଶରେ ପୂଜା ପାଉଛନ୍ତି ଗଜାନନ

ଗଞ୍ଜାମ, ୧୬/୯ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସ୍ଥାନରେ ଅଗ୍ରପୂଜ୍ୟ ଗଣେଶଙ୍କ ପୂଜା ମହାଆଡ଼ମ୍ବରରେ ପାଳିତ ହେଉଥିବାବେଳେ ବିଜୁ ପଟ୍ଟନାୟକ ମାର୍ଗରେ ଆୟୋଜିତ ଗଣେଶ ପୂଜା…

ଶ୍ରୀମନ୍ଦିରରେ ଛୁଆଁ ମହାସ୍ନାନ ନୀତି: ରତ୍ନସିଂହାସନ ଉପରେ ଛୁଇଁ ଦେଲେ…

ପୁରୀ,୧୬।୯(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିରରେ ବୁଧବାର ଶ୍ରୀବିଗ୍ରହଙ୍କ ‘ଛୁଆଁ ମହାସ୍ନାନ’ ନୀତି ଅନୁଷ୍ଠିତ ହୋଇଛି। ଏହି କାରଣରୁ ଶ୍ରୀଜିଉଙ୍କ ନୀତିକାନ୍ତିରେ ବିଳମ୍ବ ଦେଖିବାକୁ ମିଳିଛି। ମହାସ୍ନାନ ନୀତି…

ନନ୍ଦନକାନନରେ ୫ ଓରାଙ୍ଗଉଟାନଙ୍କ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ: ମହୀଶୂର ଚିଡ଼ିଆଖାନାର ୨ ବିଶେଷଜ୍ଞ…

ଭୁବନେଶ୍ୱର, ୧୬।୯: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ରଖାଯାଇଥିବା ୫ ଓରାଙ୍ଗଉଟାନଙ୍କ ଯତ୍ନ ଓ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ କରାଯାଉଛି। ଏଥିପାଇଁ ମହୀଶୂର ଚିଡ଼ିଆଖାନାର ୨ ଜଣ ବିଶେଷଜ୍ଞ ନନ୍ଦନକାନନରେ…

ଦକ୍ଷିଣୀ ଷୌଣ୍ଡିକ ସମାଜ ସାହୁ ପରିବାରର ସାମୂହିକ ନୂଆଁଖାଇ: ସମାଜକୁ ଦେଲେ ଏକତାର ବାର୍ତ୍ତା

କେସିଙ୍ଗା,୧୬।୯(ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ମହାନ ଗଣପର୍ବ ‘ନୂଆଁଖାଇ’ ଅବସରରେ କେସିଙ୍ଗା ବ୍ଲକ ଅନ୍ତର୍ଗତ ବାଲସି ଗ୍ରାମର ଦକ୍ଷିଣୀ ଷୌଣ୍ଡିକ ସମାଜର ସାହୁ ପରିବାର ପକ୍ଷରୁ ଭବ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?