୨୨ରୁ ‘ମିଡ୍‌ଟର୍ମ ଏଣ୍ଡ୍‌କନ୍‌ ୨୦୨୧’

ଭୁବନେଶ୍ୱର, ୨୦।୧(ବ୍ୟୁରୋ): ଡାକ୍ତରୀ ବିଦ୍ୟାରେ ବିପ୍ଳବ ପାଇଁ ପ୍ରଥମଥର ଭୁବନେଶ୍ୱରରେ ଆୟୋଜିତ ହେବାକୁ ଯାଉଛି ଅନ୍ତର୍ଜାତୀୟ ସମ୍ମିଳନୀ। ଏଣ୍ଡୋସ୍କୋପି, ଗ୍ୟାଷ୍ଟ୍ରୋଏଣ୍ଟେରୋଲୋଜି କ୍ଷେତ୍ରରେ ନୂତନ ଜ୍ଞାନକୌଶଳର ପ୍ରଚାର ପ୍ରସାର ନିମନ୍ତେ ହାଇବ୍ରିଡ୍‌ ଓ ଭର୍ଚୁଆଲ ମାଡ୍‌ରେ ଅନୁଷ୍ଠିତ ହେବ ‘ମିଡ୍‌ଟର୍ମ ଏଣ୍ଡ୍‌କନ୍‌ ୨୦୨୧’ ସମ୍ମିଳନୀ। ଏଥିରେ ଦେଶବିଦେଶରୁ ପ୍ରାୟ ୧୫ ହଜାର ଖ୍ୟାତାନାମା ଚିକିତ୍ସା ବିଜ୍ଞାନୀ, ସ୍ବାସ୍ଥ୍ୟ ବିଶେଷଜ୍ଞ, ଛାତ୍ର ଓ ଗବେଷକ ଯୋଗଦେବେ। ପେଟ ରୋଗ ବିଶେଷଜ୍ଞ ଡା. ମନୋଜ କୁମାର ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଡା. ଅବିନାଶ ବାଲେକୁଡୁରୁଙ୍କ ଦ୍ୱାରା ଆସନ୍ତା ୨୨ରୁ ଆରମ୍ଭ ହେବାକୁ ଥିବା ଏହି ଅନ୍ତର୍ଜାତୀୟ ସମ୍ମିଳନୀ ୩ଦିନ ଧରି ସ୍ଥାନୀୟ ଏକ ହୋଟେଲରେ ଅନୁଷ୍ଠିତ ହେବ। ସୋସାଇଟି ଅଫ୍‌ ଗ୍ୟାଷ୍ଟ୍ରୋଏଣ୍ଟେରୋଲୋଜି ଏଣ୍ଡୋସ୍କୋପି ଅଫ୍‌ ଇଣ୍ଡିଆ(ଏସ୍‌ଜିଇଆଇ) ପକ୍ଷରୁ ବିଶ୍ୱ ଏଣ୍ଡୋସ୍କୋପି ଅନୁଷ୍ଠାନ ଓ ଆମେରିକୀୟ କଲେଜ ଅଫ୍‌ ଗ୍ୟାଷ୍ଟ୍ରୋଏଣ୍ଟେରୋଲୋଜିର ସହଯୋଗରେ ଦେଶର ଏହି ପ୍ରଥମ ହାଇବ୍ରିଡ୍‌ ସମ୍ମିଳନୀ ହେବ। ମଙ୍ଗଳବାର ଏସ୍‌ଜିଇଆଇ ପକ୍ଷରୁ ଆୟୋଜିତ ଖବରଦାତା ସମ୍ମିଳନୀରେ ଏହି ସୂଚନା ଦିଆଯାଇଛି। ଏଣ୍ଡୋସ୍କୋପିଷ୍ଟ, ଗ୍ୟାଷ୍ଟ୍ରୋ ଏଣ୍ଟେରୋଲୋଜିଷ୍ଟ, ଫିଜିସିଆନମାନେ ସେମାନଙ୍କ ସନ୍ଦର୍ଭ ଉପସ୍ଥାପନା କରିବା ସହ ପ୍ରଶିକ୍ଷଣ ଶିବିର ଏବଂ ଲାଇଭ ସର୍ଜରୀ ଓ୍ବାର୍କସପ୍‌ ଜରିଆରେ ଅଭିଜ୍ଞତା ବଖାଣିବେ। ଏହାସହ ଭର୍ଚ୍ଚୁଆଲ ଯୋଗେ ଦେଶ ବିଦେଶର ପ୍ରତିନିଧି ଅଂଶଗ୍ରହଣ କରିବେ। ଏହି ଅବସରରେ ବାଲୁକା କଳା ମାଧ୍ୟମରେ ଓଡ଼ିଶାର କଳା, ସାହିତ୍ୟ ଓ ସଂସ୍କୃତି ସହ ବିଶ୍ୱର ପ୍ରମୁଖ ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ପରିଚିତ ହେବେ। ସ୍ନାତକୋତ୍ତର ଛାତ୍ରୀଛାତ୍ର ଓ ଯୁବ ଡାକ୍ତରମାନେ ସେମାନଙ୍କ ଅନୁସନ୍ଧାନ ଏବଂ ସନ୍ଦର୍ଭଗୁଡ଼ିକ ଉପସ୍ଥାପନ କରିବେ। ବୈଷୟିକ ଅଧିବେଶନରେ ଭିଡିଓ ଜରିଆରେ ଟେକ୍ନିସିଆନ ଓ ନର୍ସମାନଙ୍କୁ ତାଲିମ ପ୍ରଦାନ କରାଯିବାର କାର୍ଯ୍ୟକ୍ରମ ରହିଛି। ଯୁଗ୍ମ ସମ୍ପାଦକ ଡା. ମାନସ କୁମାର ବେହେରା ଓ ଡା. ଜିମି ନାରାୟଣ ଏହାକୁ ପରିଚାଳନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ସର୍କଲ ବିଦ୍ୟୁତ କର୍ମଚାରୀଙ୍କ ଧାରଣା: ଟାଟା ପାୱାରରେ ଛଟେଇ ଓ କର୍ମଚାରୀ ହ୍ରାସକୁ ବିରୋଧ

ଭଞ୍ଜନଗର, ୫।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ଅଧୀକ୍ଷଣ ଯନ୍ତ୍ରୀଙ୍କ ଅଧୀନରେ କାର୍ଯ୍ୟରତ ଠିକା ବିଦ୍ୟୁତ କର୍ମଚାରୀଙ୍କ ଛଟେଇ ଆଶଙ୍କା ଏବଂ କଣ୍ଟ୍ରୋଲ୍…

ନୋଟ୍ ନୁହେଁ, ଭୋଟ୍! ଛାତ୍ର ନିର୍ବାଚନରେ ଖର୍ଚ୍ଚ ସୀମା ୫ ହଜାର

ଭୁବନେଶ୍ୱର,୫।୧୦: କଲେଜ ଓ ବିଶ୍ୱବିଦ୍ୟାଳୟରେ ନିର୍ବାଚନକୁ ନେଇ ଆସିଲା କଡ଼ା ନିୟମ। ନିର୍ବାଚନ ଲଢ଼ୁଥିବା ପ୍ରତ୍ୟେକ ପ୍ରାର୍ଥୀ ସର୍ବାଧିକ ୫ ହଜାର ଟଙ୍କା ଖର୍ଚ୍ଚ କରିପାରିବେ। ନିର୍ବାଚନୀ…

ସୌମ୍ୟ ହତ୍ୟା ମାମଲାରେ ବଡ଼ ଟୁଇଷ୍ଟ: ସମ୍ପୃକ୍ତ ଝିଅମାନଙ୍କର ହେବ…

ଭୁବନେଶ୍ୱର,୫।୧୦: ବାଲିଅନ୍ତାର ବହୁଚର୍ଚ୍ଚିତ ସୌମ୍ୟ ହତ୍ୟା ମାମଲାରେ ତଦନ୍ତକୁ ଆହୁରି ଆଗକୁ ବଢ଼ାଇଛି କ୍ରାଇମବ୍ରାଞ୍ଚ। ଘଟଣାରେ ଆକ୍ରମଣର ଶିକାର ହୋଇଥିବା ଝିଅମାନଙ୍କର ଲାଏ ଡିଟେକ୍ସନ ଟେଷ୍ଟ କରାଯିବ…

ଗାଁ ଭିତରେ ମଦ ବିକ୍ରିକୁ ବିରୋଧ, ଅବକାରୀ ଉପନିରୀକ୍ଷକଙ୍କ ନିକଟରେ ଅଭିଯୋଗ କରି…

କେସିଙ୍ଗା,୫ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ନୂନମାଠ ପଞ୍ଚାୟତ ଅଧିନସ୍ଥ ବିଜ ଖମନ ଗ୍ରାମ ଭିତରେ ଦେଶୀ ଓ ବିଦେଶୀ ମଦ ବେନିୟମ ଭାବେ ବିକ୍ରିକୁ…

ଲାଞ୍ଚ ନେଉଥିଲେ RI, ମାଡ଼ି ବସିଲା ଭିଜିଲାନ୍ସ

ଭୁବନେଶ୍ୱର, ୫।୧୦: ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭୁବନେଶ୍ୱର କେଶରୀ ନଗର ରାଜସ୍ୱ ନିରୀକ୍ଷକ (RI) ନିରଞ୍ଜନ ସିଂ। ସମ୍ପତ୍ତିର ମାଲିକାନାସ୍ୱତ୍ତ୍ୱ ପ୍ରଦାନ କରିବା…

ମନରେଗା ଜନଶୁଣାଣିରେ ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ଗାଏବ: ସ୍ୱଚ୍ଛତା ନେଇ ପ୍ରଶ୍ନବାଚୀ

ଥୁଆମୂଳ ରାମପୁର,୫ା୧୦ (ଦୁର୍ଗା କୀର୍ତ୍ତି) : କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ମନରେଗା ଯୋଜନାର ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି…

୧୫ରେ ଛାତ୍ର ସଂସଦ ନିର୍ବାଚନ, କିଏ ଲଢ଼ିପାରିବେ? ଜାଣନ୍ତୁ ନିୟମ

ଭୁବନେଶ୍ବର,୫ା୧୦: ଆସନ୍ତା ଅକ୍ଟୋବର ୧୫ରେ ହେବ ଛାତ୍ର ସଂସଦ ନିର୍ବାଚନ । ୧୬ରେ ଶପଥଗ୍ରହଣ ସମାରୋହ ହେବା ନେଇ ସୋମବାର ଘୋଷଣା କରିଛନ୍ତି ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ…

ନାବାଳିକାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଗର୍ଭବତୀ କରିବା ଯୁବକଙ୍କୁ ପଡ଼ିଲା ମହଙ୍ଗା: ଏବେ ଜେଲ୍‌ ହେବ ତାଙ୍କ ଠିକଣା

ଦେବଗଡ଼,୫ା୧୦(ଶଶାଙ୍କ ଶେଖର ଝାଙ୍କର): ନାବାଳିକାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଜଣେ ଯୁବକ ଗର୍ଭବତୀ କରିବା ଘଟଣା ତାଙ୍କୁ ମହଙ୍ଗା ପଡ଼ିଛି। ଉକ୍ତ ଘଟଣାରେ ପୋଲିସ ବାରକୋଟ ଥାନାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?