ମଝିଆ ଭାଇକୁ ହତ୍ୟା କଲେ ଦୁଇ ଭାଇ

ରେଢ଼ାଖୋଲ,୩୦ା୪(ଡି.ଏନ୍‌.ଏ.): ରେଢାଖୋଲ ଥାନା କଦଳିଗଡ଼ ପଞ୍ଚାୟତ ସାନରେଙ୍ଗାଲି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଗୋଟିଏ ପରିବାରର ଦୁଇ ଭାଇ ମିଶି ମଝିଆ ଭାଇଙ୍କୁ ନିର୍ମମ ଭାବେ ହତ୍ୟା କରିଛନ୍ତି।
ଖବର ପାଇ ରେଢ଼ାଖୋଲ ପୋଲିସ ସାନରେଙ୍ଗାଲି ଗ୍ରାମରେ ଶନିବାର ପହଞ୍ଚତ୍ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ରେଢ଼ାଖୋଲ ଡାକ୍ତରଖାନା ପଠାଇଛି। ପୋଲିସ ହତ୍ୟାକାରୀ ଭାଇ ଦ୍ବୟଙ୍କୁ ଥାନାରେ ଅଟକ ରଖି ତଦନ୍ତ ଚଳାଇଛି। ମୃତକ ହେଲେ ସଞ୍ଜୟ ମୁଣ୍ଡା। ହତ୍ୟାକାରୀ ବଡ଼ଭାଇ ଶିୟୁ ମୁଣ୍ଡା ଏବଂ ସାନଭାଇ ଆନନ୍ଦ ମୁଣ୍ଡାଙ୍କୁ ପୋଲିସ ଗିରଫ କରିଛି।
ମିଳିଥିବା ସୂଚନା ମୁତାବକ, ସୁନ୍ଦରଗଡ଼ ଜିଲାର ମୂଳବାସିନ୍ଦା ସଞ୍ଜୟଙ୍କ ପରିବାର ଲୋକେ ୨୦ ବର୍ଷ ହେବ ଆସି ସାନରେଙ୍ଗାଲି ଗ୍ରାମ ନିକଟ ଜଙ୍ଗଲରେ ରହୁଥିଲେ। ବାପା ଓ ଅଜାଙ୍କ ଦେହାନ୍ତ ପରେ ତିନିଭାଇ ନିଜ ପରିବାର ସହିତ ରହୁଥିଲେ। ହେଲେ ମାସେ ହେଲା ସଞ୍ଜୟଙ୍କ ବିଦ୍ୟୁତ୍‌ ସଂଯୋଗକୁ ବିଭାଗ ପକ୍ଷରୁ କୌଣସି କାରଣରୁ କାଟି ଦିଆଯାଇଥିଲା। ଏନେଇ ସଞ୍ଜୟ ଭାଇମାନଙ୍କୁ ଦାୟୀ କରିବା ସହ ଗଣ୍ଡଗୋଳ କରୁଥିଲେ। ଏହି ଘଟଣାକୁ ନେଇ ଶୁକ୍ରବାର ରାତିରେ ଭାଇମାନଙ୍କ ମଧ୍ୟରେ ଗଣ୍ଡଗୋଳ ଉଗ୍ର ରୂପ ନେଇଥିଲା। ଉତ୍ତ୍ୟକ୍ତ ହୋଇ ଶିୟୁ ଏବଂ ଆନନ୍ଦ ମଝିଆ ଭାଇ ସଞ୍ଜୟଙ୍କୁ ହତ୍ୟା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାଳିଞ୍ଜି ସମାଜର ପ୍ରତିଭା ସମ୍ମାନ ଉତ୍ସବ: ମାଟ୍ରିକ, +୨ର କୃତୀ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧିତ କଲେ ବିଧାୟକ

ଭଞ୍ଜନଗର,୧୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସଭାଗୃହଠାରେ ଓଡ୍ର ଖଣ୍ଡାୟତ କାଳିଞ୍ଜି ସମାଜ, କଇଁଣ୍ଡି ଆଞ୍ଚଳିକ ପରିଷଦ, ଭଞ୍ଜନଗର ତରଫରୁ ଗୁରୁବାର ପ୍ରତିଭା…

ତାମିଲନାଡୁକୁ ଚାଲାଣ ଅଭିଯୋଗ, ୨ ଜଣ ବାନ୍ଧିଲା ପୋଲିସ, ଆଦିବାସୀ ଯୁବତୀଯୁବକଙ୍କୁ ପ୍ରଲୋଭନ ଦେଖାଇ…

ହାଟଡିହୀ/ଆନନ୍ଦପୁର/ ବଞ୍ଚୋ/ ଛେନାପଦି , ୧୧l୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ ପ୍ରଦୋଷ ବିଶ୍ୱାଳ/ ନିରାକାର ପରିଡା): ଆଦିବାସୀ କିଶୋର କିଶୋରୀ କିଶୋରଙ୍କୁ ପ୍ରଲୋଭନ ଦେଖାଇ ତାମିଲନାଡୁକୁ ଚାଲାଣ…

ଫାଇନାଲରେ ସ୍ଥାନ ପକ୍କା କଲା ଏହି ଦଳ, ଶ୍ରେଷ୍ଠ ଖେଳାଳି ଭାବେ ପୁରସ୍କୃତ ହେଲେ…

ଦିଗପହଣ୍ଡି,୧୧।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଖମାରିଗାଁ ପଞ୍ଚାୟତ ଗୋଲଣ୍ଡା ଗ୍ରାମ ଖେଳପଡିଆରେ ବୃନ୍ଦାବନ ଚନ୍ଦ୍ର ସ୍ପୋର୍ଟିଙ୍ଗ କ୍ଳବ ପକ୍ଷରୁ ସ୍ବର୍ଗତ କୃଷ୍ଣଚନ୍ଦ୍ର ଏବଂ…

କାଳବୈଶାଖୀର ତାଣ୍ଡବ : ରାସ୍ତା ଉପରେ ଗଛ ପଡ଼ି ଯାତାୟାତ ବାଧାପ୍ରାପ୍ତ

ବଞ୍ଚୋ, ୧୧।୬ :(ପ୍ରଦୋଷ ବିଶ୍ୱାଳ ): କାଳବୈଶାଖୀର ପ୍ରଭାବରେ ଆନନ୍ଦପୁର ପୌରାଞ୍ଚଳର ମାଳିସାହି ନିକଟରେ ଏକ ବଡ଼ ଗଛ ଉପୁଡ଼ି ପଡ଼ିବା ଫଳରେ କରଞ୍ଜିଆଭଦ୍ରକ ରାସ୍ତାରେ କିଛି…

ହାତୀ ଆକ୍ରମଣରେ ଯୁବକ ମୃତ ଘଟଣାରେ ଶବ ଛାଡିଲେନି ଗ୍ରାମବାସୀ, ପ୍ରଶାସନିକ ପ୍ରତିଶ୍ରୁତି ପରେ…

ରିଆମାଳ ୧୧।୬(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବ୍ଳକ କୁଣ୍ଢେଇଗୋଳା ସେକସନ ଚଢ଼େଇମରା ଗ୍ରାମ ପଞ୍ଚାୟତର ସଙ୍ଗାପଶି ଗ୍ରାମରେ ବୁଧବାର ହାତୀ ଆକ୍ରମଣରେ ସୁଶାନ୍ତ ନାୟକ ନାମକ…

ଗୁରୁବାର ହେଲେ ମନେ ପଡୁଛି ସ୍ବଚ୍ଛତା କଥା: ପର୍ଯ୍ୟଟନକ୍ଷେତ୍ର, ସ୍ବାସ୍ଥ୍ୟକେନ୍ଦ୍ରକୁ ସଫେଇ କଲେ…

ଦାରିଙ୍ଗବାଡି, ୧୧। ୬ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପର୍ଯ୍ୟଟନକ୍ଷେତ୍ର ଭାବେ ରାଜ୍ୟ ଓ ରାଜ୍ୟ ବାହାରେ ପରିଚିତ ଦୈନିକ ଶହ ଶହ ପର୍ଯ୍ୟଟକ ଦାରିଙ୍ଗବାଡିକୁ…

ମରିଗଲା ଭାବି କୂଅରେ ଫିଙ୍ଗିଦେଇଥିଲେ ଦୁର୍ବୃତ୍ତ, ୪ ଦିନ ପରେ ଜୀବନ୍ତ ଅବସ୍ଥାରେ ଯୁବକ ଉଦ୍ଧାର

ବରଗଡ଼,୧୧।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ବ୍ଲକ ଅନ୍ତର୍ଗତ ସମଲେଇପଦର ନର୍ସରୀ ପରିସରରେ ରହିଥିବା ଏକ ପରିତ୍ୟକ୍ତ କୂଅରୁ ଗୁରୁବାର ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି ।…

ଆଳୁ ଖୋଳୁଖୋଳୁ ମହାଦେବ…ବାଇକ୍-ମୋବାଇଲ୍ ବନ୍ଧକ ରଖି କରୁଥିଲେ ସୁଧ କାରବାର, ଘରୁ ଯାହା ବାହାରିଲା ପୋଲିସ ଦେଖି…

ମୋହନା,୧୧।୬(ମନ୍ମଥ ମିଶ୍ର): ବାଇକ, ଘର ପଟା ଓ ମୋବାଇଲ୍ ବନ୍ଧକ୍ ରଖି ବେଆଇନ୍ ରୁଣ କାରବାର ଅଭିଯୋଗରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି ଅଡବା ପୋଲିସ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri