Odisha Elections 2024

ଇସ୍ରାଏଲ ଉପରେ ହମାସ ଯୁଦ୍ଧରେ ଏ ପର୍ଯ୍ୟନ୍ତ ୩୧ ଜଣ ଆମେରିକୀୟଙ୍କ ମୃତ, ଲେବାନନ ଯାତ୍ରାକୁ ନେଇ ସରକାର ଜାରି କଲେ ଚେତାବନୀ

ଜେରୁଜେଲମ,୧୮।୧୦: ହମାସ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଯୁଦ୍ଧ ଧୀରେ ଧୀରେ ଏକ ମାନବ ଦୁଃଖଦ ଘଟଣାରେ ପରିଣତ ହେଉଛି। ଉଭୟ ପାର୍ଶ୍ୱରୁ ହଜାର ହଜାର ଲୋକଙ୍କର ମୃତ୍ୟୁ ହୋଇଛି। ଆମେରିକୀୟମାନେ ମଧ୍ୟ ଏହି ଯୁଦ୍ଧର ଶିକାର ହେଉଛନ୍ତି। ହ୍ବାଇଟ ହାଉସର ମୁଖପାତ୍ର ଜନ କିର୍ବି ମଙ୍ଗଳବାର କହିଛନ୍ତି , ଇସ୍ରାଏଲ ଉପରେ ହମାସ ରଆକ୍ରମଣରେ ନିହତ ହୋଇଥିବା ଆମେରିକୀୟଙ୍କ ସଂଖ୍ୟା ବର୍ତ୍ତମାନ ୩୧ ରେ ପହଞ୍ଚିଛି। ର୍କିବି କହିଛନ୍ତି ଯେ, ନିରୀହ ସାଧାରଣ ନାଗରିକଙ୍କ ଜୀବନ ରକ୍ଷା କରିବାର ଆବଶ୍ୟକତା ସମ୍ପର୍କରେ ଆମେରିକା ଇସ୍ରାଏଲ ସହ କଥାବାର୍ତ୍ତା ଜାରି ରଖିବ। ରାଷ୍ଟ୍ରପତି ଜୋ ବାଇଡେନ ହମାସ ଆକ୍ରମଣ ପରେ ସମର୍ଥନ ଜଣାଇବାକୁ ଇସ୍ରାଏଲ ଯାଇଛନ୍ତି।

ଏଥି ସହିତ, ଲେବାନାନ ଯାତ୍ରା ବିଷୟରେ ଆମେରିକା ଏକ ଚେତାବନୀ ଦେଇଛି ଯେ, ଆମେରିକୀୟ ନାଗରିକମାନେ ଲେବାନାନକୁ ଯାତ୍ରା କରିବା ଉଚିତ୍‌ ନୁହେଁ। ଆମେରିକାର ବୈଦେଶିକ ବିଭାଗ ଇସ୍ରାଏଲ ଏବଂ ହିଜବୁଲ ମଧ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତିକୁ ଦର୍ଶାଇ ଲେବାନାନ ନ ଯିବାକୁ ଚେତାବନୀ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶେଷ ହେଉଛି ଜେଲନସ୍କିଙ୍କ ଟର୍ମ, ଏବେ ପ୍ରଶ୍ନ କ’ଣ ହେବ ୟୁକ୍ରେନରେ

କ୍ୱିଭ,୨୦।୫: ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡେମିର ଜେଲେନସ୍କିଙ୍କ କାର୍ଯ୍ୟକାଳ ନିୟମ ଅନୁଯାୟୀ ଆଜି ବା ସୋମବାର ଶେଷ ହେଉଛି, କିନ୍ତୁ ସେ ତାଙ୍କ ପଦରେ ରହିବେ। ତେବେ...

ସେନାକୁ ମିଳିଲା ଇରାନ ରାଷ୍ଟ୍ରପତିଙ୍କ ମୃତ ଦେହ

ତେହେରାନ,୨୦।୫: ହେଲିକପ୍ଟର ଦୁର୍ଘଟଣାରେ ଇରାନର ରାଷ୍ଟ୍ରପତି ଇବ୍ରାହିମ ରଇସିଙ୍କ ମୃତ୍ୟୁ ନିଶ୍ଚିତ ହୋଇଛି। ଇରାନର ଅଧିକାରୀମାନେ କହିଛନ୍ତି ଯେ ଦୁର୍ଘଟଣାଗ୍ରସ୍ତ ହେଲିକପ୍ଟରର ଧ୍ୱଂସାବଶେଷ ସେନାକୁ ମିଳିଛି।...

ରାଷ୍ଟ୍ରପତି ଇବ୍ରାହିମ ରଇସଙ୍କ ମୃତ୍ୟୁ ପରେ କିଏ ସମ୍ଭାଳିବେ ଏହି ପଦ? କ’ଣ କହୁଛି ସମ୍ବିଧାନ

ତେହେରାନ,୨୦।୫: ହେଲିକପ୍ଟର ଦୁର୍ଘଟଣାରେ ଇରାନର ରାଷ୍ଟ୍ରପତି ଇବ୍ରାହିମ ରଇସିଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଇରାନର ଉଦ୍ଧାରକାରୀ ଦଳ ରେଡ କ୍ରେସେଣ୍ଟ ଘଣ୍ଟା ଘଣ୍ଟା ପରିଶ୍ରମ...

ଅଧା ରହିଗଲା ଇରାନ ରାଷ୍ଟ୍ରପତିଙ୍କ ସ୍ବପ୍ନ

ତେହେରାନ,୨୦।୫: ଇରାନର ରାଷ୍ଟ୍ରପତି ଇବ୍ରାହିମ ରଇସି ଆଉ ନାହାଁନ୍ତି। ହେଲିକପ୍ଟର ଦୁର୍ଘଟଣାରେ ଇବ୍ରାହିମ ରାଇସିଙ୍କ ମୃତ୍ୟୁ ଘଟିଛି। ତାଙ୍କ ସହ ବୈଦେଶିକ ମନ୍ତ୍ରୀ ହୁସେନ ଆମୀର...

ଏ ଦୁଃଖଦ ସମୟରେ ଇରାନ ସହ ଅଛି ଭାରତ: ଶୋକପ୍ରକାଶ କଲେ ମୋଦି

ନୂଆଦିଲ୍ଲୀ,୨୦।୫: ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିଛନ୍ତି। ଇବ୍ରାହିମଙ୍କ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ସେ ଏଥିରେ ମୃତ୍ୟୁବରଣ...

ସୌଦି କିଙ୍ଗ ସଲମାନ ଅସୁସ୍ଥ

ରିୟାଦ,୨୦।୫: ସୌଦି ଆରବର ରାଜା ସଲମାନ ବିନ ଅବଦୁଲ ଅଜିଜ ଅଲ ସାଉଦଙ୍କ ସ୍ବାସ୍ଥ୍ୟ ହଠାତ୍‌ ଖରାପ ହୋଇଯାଇଛି। ସେ ଫୁସଫୁସ ସଂକ୍ରମଣରେ ପୀଡିତ ହୋଇ...

ଶେଷରେ ଈଶ୍ୱର ଦେଲେ ଦଣ୍ଡ, ଇରାନ ରାଷ୍ଟ୍ରପତିଙ୍କ ମୃତ୍ୟୁରେ ଇସ୍ରାଏଲ୍‌ରେ ଖୁସିର ମାହୋଲ

ଜେରୁଜେଲମ,୨୦।୫: ହେଲିକପ୍ଟର ଦୁର୍ଘଟଣାରେ ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସି ଏବଂ ବୈଦେଶିକ ମନ୍ତ୍ରୀ ଆମୀର ଅବଦୁଲ୍ଲାୟାନଙ୍କ ପରଲୋକ ଘଟିଛି। ଏଥି ସହିତ ଇସ୍ରାଏଲର ଧାର୍ମିକ ନେତାମାନେ...

ଦୁର୍ଘଟଣାଗ୍ରସ୍ତ ହେଲିକପ୍ଟର ଠାବ, ଇରାନ ରାଷ୍ଟ୍ରପତି ମୃତ

ନୂଆଦିଲ୍ଲୀ,୨୦।୫: ହେଲିକପ୍ଟର ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି ଇରାନ ରାଷ୍ଟ୍ରପତି ଇବ୍ରାହିମ ରଇସି।ଆଜରବଇଜାନରୁ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ଫେରୁଥିବା ସମୟରେ ହେଲିକପ୍ଟରର ଏକ ଦୁର୍ଘଟଣାର ସମ୍ମୁଖୀନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri