ଇସ୍ରାଏଲରେ ଆତଙ୍କିତ ଅବସ୍ଥାରେ ଭାରତୀୟ ଛାତ୍ରୀଛାତ୍ର

ଜେରୁଜେଲମ,୮।୧୦: ଇସ୍ରାଏଲ ଓ ପାଲେଷ୍ଟାଇନ୍‌ ଆତଙ୍କବାଦୀ ହମାସ୍‌ ଘମାଘୋଟ ଲଢେଇ ଭିତରେ ଫଶି ରହିଛନ୍ତି ଅନେକ ଭାରତୀୟ ଛାତ୍ର। ଭାରତୀୟ ଦୂତାବାସ ଇସ୍ରାଏଲରେ ଥିବା ସମସ୍ତ ଭାରତୀୟଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛି। ଯଦିଓ ସେମାନେ ଭାରତୀୟ ଦୂତାବାସ ସହିତ ନିରନ୍ତର ଯୋଗାଯୋଗରେ ଅଛନ୍ତି, ପରିସ୍ଥିତି ଅତ୍ୟନ୍ତ ଉତ୍ତେଜନାପୂର୍ଣ୍ଣ ଥିବାରୁ ସେମାନେ ଭଜନାପୂ ଓ ଆତଙ୍କିତବସ୍ଥାରେ ଅଛନ୍ତି।

ଇସ୍ରାଏଲରେ ଫଶି ରହିଥିବା ଜଣେ ଭାରତୀୟ ଛାତ୍ର ଗୋକୁଲ ମନାଭାଲାନ କହିଛନ୍ତି, ମୁଁ ବହୁତ ନର୍ଭସ ଏବଂ ଭୟଭୀତ ଅଛି। ଆମର ଆଶ୍ରୟସ୍ଥଳ ନିକଟରେ ଇସ୍ରାଏଲ ପୋଲିସ ଫୋର୍ସ ଅଛି। ବର୍ତ୍ତମାନ ପର୍ଯ୍ୟନ୍ତ, ଆମେ ନିରାପଦରେ ଅଛୁ। ଆମେ ଭାରତୀୟ ଦୂତାବାସ ସହ ଯୋଗାଯୋଗରେ ଅଛୁ।

ଏହି ଆକ୍ରମଣ ଅତ୍ୟନ୍ତ ଉତ୍ତେଜନାପୂର୍ଣ୍ଣ ଏବଂ ଭୟାନକ ବୋଲି ଅନ୍ୟ ଜଣେ ଛାତ୍ର ବିମଲ କୃଷ୍ଣସାମୀ ମଣିଭାନନ ଚିତ୍ରା କହିଛନ୍ତି। ଭାରତୀୟ ଦୂତାବାସ ଆମ ସହ ଯୋଗାଯୋଗରେ ଅଛି। ସେମାନେ ଆମ ଉପରେ ନଜର ରଖିଛନ୍ତି। ଆଉ ଜଣେ ଛାତ୍ର ଆଦିତ୍ୟ କରୁଣାନିଧି ନିବେଦିତା କହିଛନ୍ତି, ଏସବୁ ହଠାତ ଘଟିଥିଲା, ଆମେ ଏହା ଆଶା କରି ନ ଥିଲୁ, କାରଣ ଇସ୍ରାଏଲରେ ଧାର୍ମିକ ଛୁଟି ଚାଲିଛି। ସକାଳ ପ୍ରାୟ ୭.୩୦ରେ ଆମେ ସାଇରନ ଶୁଣିବାକୁ ପାଇଲୁ। ପ୍ରାୟ ୭ରୁ ୮ଘଣ୍ଟା ବଙ୍କରରେ ଥିଲୁ। ବର୍ତ୍ତମାନ ଆମକୁ ଘର ଭିତରେ ରହିବାକୁ କୁହାଯାଇଛି।

ଇସ୍ରାଏଲ ଗଣମାଧ୍ୟମର ସଦ୍ୟତମ ତଥ୍ୟ ଅନୁଯାୟୀ, ବର୍ତ୍ତମାନ ପର୍ଯ୍ୟନ୍ତି ୩୦୦ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୫୦୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଏହି ସମୟରେ, ପାଲେଷ୍ଟାଇନ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ କହିଛି ଯେ, ଗାଜା ଅଞ୍ଚଳରେ ଇସ୍ରାଏଲର ଆକ୍ରମଣରେ ୨୩୨ ଜଣ ପାଲେଷ୍ଟାଇନଙ୍କର ମୃତ୍ୟୁ ଘଟିଛି ଏବଂ ପ୍ରାୟ ୧୭୦୦ ଜଣ ଆହତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri