ନୂଆ ପର୍ଯ୍ୟାୟରେ ମଧ୍ୟପ୍ରାଚ୍ୟ ଯୁଦ୍ଧ: ଗାଜାରୁ ଲେବାନନ୍‌କୁ ମୁହାଁଇଲେ ଇସ୍ରାଏଲୀ ସୈନ୍ୟ

ବେରୁଟ୍‌/ଜେରୁଜେଲମ୍‌,୨୦ା୯:ଲଗାତର ୨ ଦିନ ଧରି ପେଜର ଓ ଓ୍ବାକିଟକି ବିସ୍ଫୋରଣରେ ଲେବାନନ୍‌ ଥରି ଉଠିଥିବାବେଳେ ଗୁରୁବାର ଇସ୍ରାଏଲ୍‌ ପକ୍ଷରୁ ଏହାର ଦକ୍ଷିଣ ଭାଗରେ ପ୍ରଥମ ପ୍ରତ୍ୟକ୍ଷ ଆକ୍ରମଣ କରାଯାଇଛି। ଇସ୍ରାଏଲୀ ସେନା ଯୁଦ୍ଧବିମାନରୁ ଲେବାନନ୍‌ର ଅନେକ ସ୍ଥାନରେ ଏୟାରଷ୍ଟ୍ରାଇକ୍‌ କରିଛି। ବିଶେଷକରି ଦକ୍ଷିଣ ଲେବାନନ୍‌ର ଚିଚିନେ, ତୟିବେ, ମେଇସ୍‌ ଏଲ୍‌ ଜବାଲ, ଅଇଟାରୋନ୍‌ ଏବଂ କେଫରକେଲା ଅଞ୍ଚଳ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଛି। ଖିଆମ୍‌ସ୍ଥିତ ହେଜ୍‌ବୋଲ୍ଲାର ଏକ ଅସ୍ତ୍ରାଗାର ମଧ୍ୟ ଧ୍ୱସ୍ତବିଧ୍ୱସ୍ତ ହୋଇଯାଇଛି। ସଦ୍ୟ ଆକ୍ରମଣରେ କେତେଜଣ ମୃତାହତ ହୋଇଛନ୍ତି ତାହା ଜଣାପଡ଼ିନାହିଁ।

 

ତେବେ ଲେବାନନ୍‌ରୁ କରାଯାଇଥିବା ଆଣ୍ଟି-ଟ୍ୟାଙ୍କ ମିଶାଇଲ୍‌ ଆକ୍ରମଣରେ ଅନେକ ଇସ୍ରାଏଲୀ ଆହତ ହୋଇଥିବା ଇସ୍ରାଏଲ୍‌ କହିଛି। ଇସ୍ରାଏଲ୍‌ ପ୍ରତିରକ୍ଷା ମନ୍ତ୍ରୀ ୟୋଆଭ୍‌ ଗାଲାଣ୍ଟ କହିଛନ୍ତି, ଯୁଦ୍ଧ ଏକ ନୂଆ ପର୍ଯ୍ୟାୟକୁ ଆଡ଼କୁ ଯାଉଛି। ଉତ୍ତର ସୀମାକୁ ବହୁ ସେନା ୟୁନିଟ୍‌ ଏବଂ ସମ୍ବଳ ପ୍ରେରଣ କରାଯାଉଛି। ଏପରି କି ଗାଜାରେ ଗତବର୍ଷ ଅକ୍ଟୋବରରୁ ଯୁଦ୍ଧ ଚଳାଇଥିବା ସୈନ୍ୟମାନଙ୍କୁ ମଧ୍ୟ ଲେବାନନ୍‌ ସୀମାକୁ ପଠାଯାଉଥିବା ଜଣେ ଅଧିକାରୀ ସୂଚନା ଦେଇଛନ୍ତି। ଅନ୍ୟପକ୍ଷେ ପେଜର ଓ ଓ୍ବାକିଟକି ଭଳି ଯୋଗାଯୋଗ ଉପକରଣ ଜରିଆରେ ଆକ୍ରମଣ ପଛରେ ଇସ୍ରାଏଲ୍‌ର ସ୍ପାଏ ଏଜେନ୍ସି ମୋସାଦ୍‌ର ହାତ ଥିବା କୁହାଯାଉଥିବାବେଳେ ତେଲ୍‌ ଆଭିଭ୍‌ ପକ୍ଷରୁ ଏନେଇ କୌଣସି ପ୍ରତିକ୍ରିୟା ଆସିନାହିଁ। ୨ ଦିନ ଧରି ପେଜର ଓ ଓ୍ବାକିଟକି ବିସ୍ଫୋରଣରେ ଅଦ୍ୟାବଧି ୩୭ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୩,୦୦୦ରୁ ଊର୍ଦ୍ଧ୍ୱ ଆହତ ହେଲେଣି। ଲେବାନନ୍‌ ପ୍ରଧାନମନ୍ତ୍ରୀ ନଜିବ ମିକାତି ଇସ୍ରାଏଲ୍‌ର ଆକ୍ରମଣ ଏବଂ ‘ମନସ୍ତାତ୍ତ୍ୱିକ ଯୁଦ୍ଧ’ ରୋକିବା ପାଇଁ ଜାତିସଂଘ ସୁରକ୍ଷା ପରିଷଦକୁ ଅନୁରୋଧ କରିଛନ୍ତି। ସେପଟେ ହେଜ୍‌ବୋଲ୍ଲା ମଧ୍ୟ ଇସ୍ରାଏଲ୍‌କୁ ଜବାବ ଦେବାକୁ ଯାଇ ଅନେକ ରକେଟ ଛାଡ଼ିଛି। ୨୦୨୩ ଅକ୍ଟୋବର ୭ ପରଠାରୁ ଇସ୍ରାଏଲ୍‌ର ଗାଜା ଆକ୍ରମଣ ଜାରି ରହିଥିବାବେଳେ ହମାସ୍‌ ସମର୍ଥକ ୪୫୦ ହେଜ୍‌ବୋଲ୍ଲା ଫାଇଟର୍ସଙ୍କ ମୃତ୍ୟୁ ଘଟିଲାଣି। ପେଜର ଆକ୍ରମଣରେ ଅନେକ ସଦସ୍ୟଙ୍କୁ ହରାଇଥିବା ଏହି ସଙ୍ଗଠନ ଏବେ ଇସ୍ରାଏଲ୍‌କୁ ଆକ୍ରମଣର ଖୋଲା ଧମକ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ସୁଦାନ ହସ୍ପିଟାଲ ଉପରେ ବଡ଼ଧରଣର ଆକ୍ରମଣ: ଡବ୍ଲ୍ୟୁଏଚ୍‌ଓ ମୁଖ୍ୟ ନିନ୍ଦା କରି କହିଲେ…

କାଇରୋ,୨୨ା୩: ସୁଦାନର ଡାର୍‌ପୁର ଅଞ୍ଚଳରେ ଥିବା ଏକ ହସ୍ପିଟାଲ ଉପରେ ଆକ୍ରମଣ ଯୋଗୁ ୧୩ ଜଣ ପିଲାଙ୍କ ସମେତ ଅନୂ୍ୟନ ୬୪ ଜଣଙ୍କ ମୃତ୍ୟୁ ଘଟିଥିବା ବିଶ୍ୱ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ପାକିସ୍ତାନ ପରେ ଏହି ଦେଶରେ ତେଲ ସଙ୍କଟ, ପେଟ୍ରୋଲ-ଡିଜେଲ ମୂଲ୍ୟ ୨୫% ବଢ଼ାଇଲେ ସରକାର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁଁ ବିଶ୍ୱବ୍ୟାପୀ ଶକ୍ତି ଯୋଗାଣ ବିପର୍ଯ୍ୟସ୍ତ ହୋଇପଡ଼ିଛି । ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଉଥିବାବେଳେ, ଗ୍ୟାସ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri