Posted inଜାତୀୟ

‘ଝାଡୁ ସମେତ ଏହି ସବୁ ଜିନିଷର ତୁରନ୍ତ ଆବଶ୍ୟକତା, କାରଣ…’; ଅଧରାତ୍ରିରେ ଏପରି ଦାବି କଲେ CJP ମୁଖପାତ୍ର, ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟିର ଆହୱାନ କ୍ରମେ ସୋମବାର ବଡ଼ ସଂଖ୍ୟାରେ ପ୍ରଦର୍ଶନକାରୀମାନେ ପଦଯାତ୍ରା କରିଥିଲେ। ଏହି ସମୟରେ ବିଭିନ୍ନ ସ୍ଥାନରେ ସେମାନଙ୍କର ସୁରକ୍ଷାକର୍ମୀଙ୍କ ସହ ଧସ୍ତିଧାସ୍ତି ହୋଇଥିଲା। ପୋଲିସ ପ୍ରଦର୍ଶନକାରୀମାନଙ୍କୁ ଘଉଡ଼ାଇବା ପାଇଁ ଲାଠିଚାର୍ଜ କରିଥିଲା ଏବଂ ଗ୍ୟାସ ଗୋଳା ପ୍ରୟୋଗ କରିଥିଲା। ଏହି ଲାଠିଚାର୍ଜରେ ଅନେକ ପ୍ରଦର୍ଶନକାରୀ ଆହତ ହୋଇଛନ୍ତି। ଏଭଳି ପରିସ୍ଥିତିରେ ଅର୍ଦ୍ଧରାତ୍ରିରେ CJPର ଜାତୀୟ ମୁଖପାତ୍ର ଆଶୁତୋଷ ରାଙ୍କା ଆହତମାନଙ୍କୁ ସାହାଯ୍ୟ କରିବା ପାଇଁ ଲୋକମାନଙ୍କୁ ତୁରନ୍ତ ଜରୁରୀ ସାମଗ୍ରୀ ସାହାଯ୍ୟ କରିବାକୁ ଅନୁରୋଧ କରିଛନ୍ତି।

ରାଙ୍କା ସୋସିଆଲ ମିଡିଆ ପ୍ଲାଟଫର୍ମ‘ଏକ୍ସ’ରେ ପୋଷ୍ଟ କରି କହିଛନ୍ତି ଯେ ଜନ୍ତର-ମନ୍ତରରେ ତୁରନ୍ତ ପୋର୍ଟେବଲ ମାଇକ, ମେଡିକାଲ କିଟ, ଟର୍ଚ୍ଚ ଏବଂ ଝାଡ଼ୁର ଆବଶ୍ୟକତା ରହିଛି। ସେ କହିଛନ୍ତି ଯେ ପ୍ରଦର୍ଶନକାରୀଙ୍କ ପାଇଁ ୨-୩ଟି ପୋର୍ଟେବଲ ମାଇକ, ବହୁ ପରିମାଣରେ ବ୍ୟାଣ୍ଡେଜ (ପଟି), ଡେଟଲ, ପାରାସିଟାମୋଲ ଏବଂ ଯନ୍ତ୍ରଣା ନିବାରକ ଔଷଧର ଆବଶ୍ୟକତା ରହିଛି।

ସେ ଅଭିଯୋଗ କରିଛନ୍ତି ଯେ ପୋଲିସ କାର୍ଯ୍ୟାନୁଷ୍ଠାନରେ ଅନେକ ପ୍ରଦର୍ଶନକାରୀ ଗୁରୁତର ଭାବେ ଆହତ ହୋଇଛନ୍ତି, ଯେଉଁଥିପାଇଁ ମେଡିକାଲ ସାମଗ୍ରୀ ଅତ୍ୟନ୍ତ ଜରୁରୀ। ଏହାବ୍ୟତୀତ ସେ କହିଛନ୍ତି ଯେ ପ୍ରଦର୍ଶନ ସ୍ଥଳରେ ଆଲୋକର ବ୍ୟବସ୍ଥା ନାହିଁ, ସେଥିପାଇଁ ପୋର୍ଟେବଲ ଟର୍ଚ୍ଚର ମଧ୍ୟ ଆବଶ୍ୟକତା ରହିଛି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଖିମଜୀ ଦୟାଭାଇ କୋ.ଗ୍ରୁପ୍‌ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା

ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ…

ଏବେ କିଣିନିଅନ୍ତୁ ସୁନା, ବଢିବ ସୁନାଦର; ଏକ୍ସପର୍ଟ କହିଦେଲେ କେବେ…

ନୂଆଦିଲ୍ଲୀ,୪।୯: ପାର୍ୱଣ ଏବଂ ବିବାହ ଋତୁ ପାଇଁ ପ୍ରସ୍ତୁତି ଚଳାଇଥିବା ଲୋକଙ୍କ ନିମନ୍ତେ ସେପ୍ଟେମ୍ୱର ମାସଟି ବେଶ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇପାରେ। ସମ୍ପ୍ରତି ସୁନା ଦରରେ କିଛିଟା…

ସ୍କୁଟି-ଆମ୍ବୁଲାନ୍ସ ମୁହାଁମୁହିଁ ଧକ୍କା: ଚାଲିଗଲା ଶିକ୍ଷକଙ୍କ ଜୀବନ

ମାଲକାନଗିରି,୪।୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ୍‌ ଅଞ୍ଚଳରେ ଏକ ସ୍କୁଟି ଓ ଆମ୍ବୁଲାନ୍ସ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଜଣେ ଶିକ୍ଷକଙ୍କ ମୃତ୍ୟୁ ଘଟିଛିା। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri