ଆଉ ପାଦେ ଆଗକୁ

ବମ୍ବେ: ବିଗ୍‌ବସ୍‌ ଘରେ ଗଢ଼ି ଉଠିଛି ଅନେକ ପ୍ରେମକାହାଣୀ। ସେଥିରୁ କିଛି ସଫଳ ହୋଇଛି ଏବଂ କିଛି ବିଫଳ ମଧ୍ୟ। ଚଳିତ ସିଜନରେ ମଧ୍ୟ ଗୋଟିଏ କିମ୍ବା ଦୁଇଟି ନୁହେଁ ବରଂ ତିନି ତିନୋଟି ପ୍ରେମକାହାଣୀ ଚର୍ଚ୍ଚାରେ ରହିଛି। ଅଭିନେତ୍ରୀ ସମିତା ସେଟ୍ଟୀଙ୍କ ସହ ଅଭିନେତା ରାକେଶ ବାପଟ ପ୍ରେମରେ ପଡ଼ିଛନ୍ତି। ସେହିଭଳି କରନ କୁନ୍ଦ୍ରା-ତେଜସ୍ବୀ ପ୍ରକାଶ, ଈଶାନ ସେହଗଲ- ମାୟେଶା ଆୟର ପରସ୍ପରର ପ୍ରେମରେ ପଡ଼ିଛନ୍ତି।

ନିକଟରେ ଈଶାନ- ମାୟେଶା ଶୋ’ରୁ ବାହାର ହୋଇଥିବା ବେଳେ ବାହାରେ ନିଜ ପ୍ରେମକୁ ଖୁଲମ୍‌ଖୁଲ୍ଲା ସ୍ବୀକାର କରୁଛନ୍ତି। ଉଭୟ ସମ୍ପର୍କକୁ ନେଇ ବହୁତ ସିରିୟସ୍‌ ଅଛନ୍ତି। ଏଣୁ ଗୋଟିଏ ପାଦ ଆଗକୁ ଯାଇ ମାୟେଶା ଈଶାନଙ୍କ ପରିବାରକୁ ଭେଟିବାକୁ ଦିଲ୍ଲୀ ଯାଇଛନ୍ତି।

ବିଗ୍‌ବସ୍‌ -୧୫ର ଏହି ନୂଆ ଯୋଡ଼ି ନିଜର ରୋମାଣ୍ଟିକ୍‌ କେମିଷ୍ଟ୍ରୀକୁ ନେଇ ସମସ୍ତଙ୍କ ଧ୍ୟାନ ଆକର୍ଷଣ କରିଥିଲେ। ଅପରପକ୍ଷେ ବହୁତ ଶୀଘ୍ର ପ୍ରେମରେ ପଡ଼ିଥିବା ନେଇ ଉଭୟଙ୍କୁ ସମାଲୋଚନା ମଧ୍ୟ କରାଯାଇଥିଲା। ହେଲେ ଉଭୟଙ୍କ ଉପରେ ଏହାର କିଛି  ପ୍ରଭାବ ପଡ଼ି ନଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ପାଠ୍ୟପୁସ୍ତକ ଅନିୟମିତତା ମାମଲା: କ୍ରାଇମବ୍ରାଞ୍ଚ ହାତକୁ ଗଲା ତଦନ୍ତ ଭାର

କଟକ,୧୩।୭(ପ୍ରଭୁ କଲ୍ୟାଣ ପାଲ୍‌): ରାଜ୍ୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ପାଠ୍ୟପୁସ୍ତକର ପ୍ରସ୍ତୁତି, ଅନୁମୋଦନ ଏବଂ ପ୍ରକାଶନ ପ୍ରକ୍ରିୟାରେ ହୋଇଥିବା ଅନିୟମିତତାର ତଦନ୍ତ ଭାର ଆଜି…

୧ କୁଇଣ୍ଟାଲର ଘଡ଼ିଆଳ କୁମ୍ଭୀର ଉଦ୍ଧାର: ସାତକୋଶିଆରେ ଛାଡିଲା ବନବିଭାଗ

ଭବାନୀପାଟଣା,୧୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଲମପୁର ବ୍ଲକ ଭାଲୁବୁଟୁରା ଗ୍ରାମର ଏକ କେନାଳରୁ ସୋମବାର ଅପରାହ୍ନରେ ଏକ ଘଡ଼ିଆଳ କୁମ୍ଭୀର ବନ ବିଭାଗ ପକ୍ଷରୁ ଉଦ୍ଧାର…

ବିବାହର ପ୍ରଲୋଭନ ଦେଖାଇ ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତଙ୍କୁ ମିଳିଲା ଏହି ଦଣ୍ଡ

ଜୟପୁର,୧୩ା୭(ପବନ ପାଣିଗ୍ରାହୀ): ଜଣେ ନାବାଳିକାଙ୍କୁ ବିବାହ ପ୍ରଲୋଭନ ଦେଖାଇ ବଳାତ୍କାର ମାମଲାର ସୋମବାର ରାୟ ପ୍ରକାଶ ପାଇଛି। ଜୟପୁର ଅତିରିକ୍ତ ଜିଲା ଓ ଦୌରାଜଜ୍‌ ତଥା ପୋକ୍ସୋ…

ପ୍ରଶାନ୍ତ କିଶୋରଙ୍କ ମୋଟ ସମ୍ପତ୍ତି ଜାଣିଲେ ଉଡ଼ିଯିବ ହୋଶ୍‌

ପାଟନା,୧୩।୭: ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନକୁ ନେଇ ରାଜନୈତିକ ଚର୍ଚ୍ଚା ମଧ୍ୟରେ ଜନ ସୁରାଜ ପ୍ରତିଷ୍ଠାତା ପ୍ରଶାନ୍ତ କିଶୋରଙ୍କ ସମ୍ପତ୍ତି ସମ୍ପର୍କିତ ବିବରଣୀ ପ୍ରକାଶ…

ସ୍କୁଲରୁ ଫେରୁଥିବାବେଳେ ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ: ଥାନାର ଦ୍ୱାରସ୍ଥ ହେଲେ ପରିବାର ଲୋକେ

ଲାଞ୍ଜିଗଡ,୧୩।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ଥାନା ଅଞ୍ଚଳରେ ଘଟିଛି ଏକ ଅଭାବନୀୟ ଘଟଣା । ଲାଞ୍ଜିଗଡ ବ୍ଲକ ବେନଗାଁ ପଞ୍ଚାୟତ ଅନର୍ଗତ…

ପ୍ରଭାତଙ୍କୁ ବିଶ୍ୱାସଘାତକ କହିଲେ ନବୀନ, ଜବାବରେ ପ୍ରଭାତ ବିଶ୍ବାଳ କହିଲେ ଏମିତି…ରାଜନୀତିରେ ଚହଳ

ଭୁବନେଶ୍ୱର, ୧୩।୭: ପ୍ରଭାତ ବିଶ୍ୱାଳଙ୍କ ଉପରେ ବର୍ଷିଲେ ନବୀନ ପଟ୍ଟନାୟକ। ପ୍ରଭାତଙ୍କୁ ବିଶ୍ୱାସଘାତକ କହି ଟାର୍ଗେଟ୍‌ କରିଛନ୍ତି। ଚୌଦ୍ବାର ବିଜେଡି କର୍ମୀଙ୍କୁ ସମ୍ବୋଧନ ବେଳେ ଏପରି କହିଛନ୍ତି…

ଶୃଙ୍ଖଳିତ ରଥ ଯାତ୍ରା ପରିଚାଳନା ପାଇଁ ପ୍ରସ୍ତୁତି ବୈଠକ: ନିଆଗଲା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଦିଗପହଣ୍ଡି, ୧୩।୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ସୋମବାର ଅପରାହ୍ନରେ ତହସିଲଦାର ସନ୍ତୋଷ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ରଥଯାତ୍ରା…

ଫ୍ରାନ୍ସ ଦଳ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ: ସ୍ପେନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ କଡ଼ା ସମାଲୋଚନା

ମାଡ୍ରିଡ୍‌,୧୩ା୭: ନିକଟରେ ଫ୍ରାନ୍ସ ବିଶ୍ୱକପ୍‌ ଦଳରେ କୌଣସି ଫ୍ରେଞ୍ଚ ଖେଳାଳି ନାହାନ୍ତି ବୋଲି ମନ୍ତବ୍ୟ ଦେଇଥିବା ସ୍ପେନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା କନ୍‌ଜରଭେଟିଭ ପପୁଲାର ପାର୍ଟିର ମାରିଆନୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri