ଆଜି ଉପକୂଳରେ ମାଡ଼ହେବ ‘ମିଗ୍‌ଜୋମ୍‌’: ଓଡ଼ିଶାର ୫ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୫ା୧୨ (ଅନିଲଦାସ):ପଶ୍ଚିମ କେନ୍ଦ୍ରୀୟ ଏବଂ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଦକ୍ଷିଣ ଆନ୍ଧ୍ର ଓ ତାମିଲନାଡୁ ଉପକୂଳରେ କେନ୍ଦ୍ରୀଭୂତ ହୋଇଥିବା ସାମୁଦ୍ରିକ ଝଡ଼ ‘ମିଗ୍‌ଜୋମ’ ଭୟଙ୍କର ରୂପ ନେଇଛି। ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଘଣ୍ଟା ପ୍ରତି ୮କି.ମି. ବେଗରେ ଗତି କରୁଛି। ବାତ୍ୟା ପୂର୍ବ ଉତ୍ତର ପୂର୍ବ ଚେନ୍ନାଇଠାରୁ ୯୦ କି.ମି., ପୁଡୁଚେରୀଠାରୁ ୧୮୦ କି.ମି. ନେଲୋରଠାରୁ ୫୦୦ କି.ମି. ଏବଂ ମଚ୍ଛଲିପଟନମ୍‌ଠାରୁ ୩୦୦ କି.ମି. ଦୂରରେ କେନ୍ଦ୍ରୀଭୂତ ହୋଇଛି। ଏହା ଆହୁରି ବଳଗୋଟାଇ ମଙ୍ଗଳବାର ପୂର୍ବାହ୍ନରେ ଦକ୍ଷିଣ ଆନ୍ଧ୍ର ଉପକୂଳ ନେଲୋର ଏବଂ ମଚ୍ଛଲିପଟନମ୍‌ ଦେଇ ସ୍ଥଳଭାଗ ଅତିକ୍ରମ କରିବ।
ସ୍ଥଳ ଭାଗ ଛୁଇଁବା ବେଳକୁ ବାତ୍ୟାର ବେଗ ଘଣ୍ଟା ପ୍ରତି ୯୦ରୁ ୧୦୦ କି.ମି. ଓ ବେଳେବେଳେ ୧୧୦ କି.ମି. ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ଏହାର ପ୍ରଭାବରେ ଆସନ୍ତା ୨ଦିନ ଦକ୍ଷିଣ, ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ। ଆସନ୍ତା ୫ ତାରିଖରେ ମାଲକାନଗିରି, କୋରାପୁଟ, ଗଞ୍ଜାମ, ଗଜପତି ଓ ରାୟଗଡା ଜିଲାରେ ପ୍ରବଳ (୭ରୁ ୨୦ ସି.ଏମ.) ବର୍ଷା ସମ୍ଭାବନା ରହିଛି। ଏହି ସବୁ ଜିଲାପାଇଁ ଏଲୋଓ୍ବାର୍ନିଂ ଜାରି କରାଯାଇଛି। ଏଥିସହିତ ନବରଙ୍ଗପୁର, ନୟାଗଡ, କନ୍ଧମାଳ, ପୁରୀ, ଖୋର୍ଦ୍ଧା, ଜଗତ୍‌ସିଂହପୁର ଜିଲାରେ ମଧ୍ୟ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବ ବୋଲି ଅନୁମାନ କରାଯାଇଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଆସନ୍ତା ୬ ତାରିଖରେ ମାଲକାନଗିରି, କୋରାପୁଟ, ଗଞ୍ଜାମ, ଗଜପତି ଓ ରାୟଗଡା ଜିଲାରେ ପ୍ରବଳ ବର୍ଷା ହେବ। ଏହି ସବୁ ଜିଲାପାଇଁ ଅରେଞ୍ଜଓ୍ବାର୍ନିଂ ଜାରି କରାଯାଇଛି।
ଏଥିସହିତ ଗଞ୍ଜାମ, ଗଜପତି, ପୁରୀ, ନୟାଗଡ, ଖୋର୍ଦ୍ଧା, କଟକ, ଜଗତ୍‌ସିଂହପୁର, କନ୍ଧମାଳ, କୋରାପୁଟ, ମାଲକାନଗିରି ଏବଂ ରାୟଗଡା ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହିସବୁ ଜିଲାପାଇଁ ପାଣିପାଗ ବିଭାଗ ପକ୍ଷରୁ ଏଲୋଓ୍ବାର୍ନିଂ ଜାରି କରାଯାଇଛି।
ବାତ୍ୟା ଯୋଗୁ ଉପକୂଳରେ ୫୦ରୁ ୬୦ କି.ମି. ବେଗରେ ପବନ ବହିବା ସମ୍ଭାବନା ରହିଛି। ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ବନ୍ଦରରେ ୨ ନମ୍ବର ବିପଦସଙ୍କେତ ଦିଆଯାଇଛି। ମତ୍ସ୍ୟଜୀବୀମାନଙ୍କୁ ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ ଦିଆଯାଇଛି । ବାତ୍ୟାଜନିତ ବର୍ଷା ଯୋଗୁ କେତେକ ସ୍ଥାନରେ କୃତ୍ରିମ ବନ୍ୟା ସୃଷ୍ଟି ହେବାର ସମ୍ଭାବନା ରହିଛି। କଚାଘର ନଷ୍ଟ ହେବା ସହ ପନିପରିବା, ବିରି, ମୁଗ, ମାଣ୍ଡିଆ, ରାଶି, କପା ଚାଷ ପ୍ରଭାବିତ ହେବା ଆଶଙ୍କା ରହିଛି।
ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲାର କୃଷି ଅଧିକାରୀମାନଙ୍କ ଛୁଟି ବାତିଲ କରାଯାଇଥିବା ବେଳେ ଜିଲାପାଳଙ୍କୁ ଏସ୍‌ଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ସତର୍କ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri