ଆଜି ଉପକୂଳରେ ମାଡ଼ହେବ ‘ମିଗ୍‌ଜୋମ୍‌’: ଓଡ଼ିଶାର ୫ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୫ା୧୨ (ଅନିଲଦାସ):ପଶ୍ଚିମ କେନ୍ଦ୍ରୀୟ ଏବଂ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଦକ୍ଷିଣ ଆନ୍ଧ୍ର ଓ ତାମିଲନାଡୁ ଉପକୂଳରେ କେନ୍ଦ୍ରୀଭୂତ ହୋଇଥିବା ସାମୁଦ୍ରିକ ଝଡ଼ ‘ମିଗ୍‌ଜୋମ’ ଭୟଙ୍କର ରୂପ ନେଇଛି। ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଘଣ୍ଟା ପ୍ରତି ୮କି.ମି. ବେଗରେ ଗତି କରୁଛି। ବାତ୍ୟା ପୂର୍ବ ଉତ୍ତର ପୂର୍ବ ଚେନ୍ନାଇଠାରୁ ୯୦ କି.ମି., ପୁଡୁଚେରୀଠାରୁ ୧୮୦ କି.ମି. ନେଲୋରଠାରୁ ୫୦୦ କି.ମି. ଏବଂ ମଚ୍ଛଲିପଟନମ୍‌ଠାରୁ ୩୦୦ କି.ମି. ଦୂରରେ କେନ୍ଦ୍ରୀଭୂତ ହୋଇଛି। ଏହା ଆହୁରି ବଳଗୋଟାଇ ମଙ୍ଗଳବାର ପୂର୍ବାହ୍ନରେ ଦକ୍ଷିଣ ଆନ୍ଧ୍ର ଉପକୂଳ ନେଲୋର ଏବଂ ମଚ୍ଛଲିପଟନମ୍‌ ଦେଇ ସ୍ଥଳଭାଗ ଅତିକ୍ରମ କରିବ।
ସ୍ଥଳ ଭାଗ ଛୁଇଁବା ବେଳକୁ ବାତ୍ୟାର ବେଗ ଘଣ୍ଟା ପ୍ରତି ୯୦ରୁ ୧୦୦ କି.ମି. ଓ ବେଳେବେଳେ ୧୧୦ କି.ମି. ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ଏହାର ପ୍ରଭାବରେ ଆସନ୍ତା ୨ଦିନ ଦକ୍ଷିଣ, ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ। ଆସନ୍ତା ୫ ତାରିଖରେ ମାଲକାନଗିରି, କୋରାପୁଟ, ଗଞ୍ଜାମ, ଗଜପତି ଓ ରାୟଗଡା ଜିଲାରେ ପ୍ରବଳ (୭ରୁ ୨୦ ସି.ଏମ.) ବର୍ଷା ସମ୍ଭାବନା ରହିଛି। ଏହି ସବୁ ଜିଲାପାଇଁ ଏଲୋଓ୍ବାର୍ନିଂ ଜାରି କରାଯାଇଛି। ଏଥିସହିତ ନବରଙ୍ଗପୁର, ନୟାଗଡ, କନ୍ଧମାଳ, ପୁରୀ, ଖୋର୍ଦ୍ଧା, ଜଗତ୍‌ସିଂହପୁର ଜିଲାରେ ମଧ୍ୟ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବ ବୋଲି ଅନୁମାନ କରାଯାଇଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଆସନ୍ତା ୬ ତାରିଖରେ ମାଲକାନଗିରି, କୋରାପୁଟ, ଗଞ୍ଜାମ, ଗଜପତି ଓ ରାୟଗଡା ଜିଲାରେ ପ୍ରବଳ ବର୍ଷା ହେବ। ଏହି ସବୁ ଜିଲାପାଇଁ ଅରେଞ୍ଜଓ୍ବାର୍ନିଂ ଜାରି କରାଯାଇଛି।
ଏଥିସହିତ ଗଞ୍ଜାମ, ଗଜପତି, ପୁରୀ, ନୟାଗଡ, ଖୋର୍ଦ୍ଧା, କଟକ, ଜଗତ୍‌ସିଂହପୁର, କନ୍ଧମାଳ, କୋରାପୁଟ, ମାଲକାନଗିରି ଏବଂ ରାୟଗଡା ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହିସବୁ ଜିଲାପାଇଁ ପାଣିପାଗ ବିଭାଗ ପକ୍ଷରୁ ଏଲୋଓ୍ବାର୍ନିଂ ଜାରି କରାଯାଇଛି।
ବାତ୍ୟା ଯୋଗୁ ଉପକୂଳରେ ୫୦ରୁ ୬୦ କି.ମି. ବେଗରେ ପବନ ବହିବା ସମ୍ଭାବନା ରହିଛି। ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ବନ୍ଦରରେ ୨ ନମ୍ବର ବିପଦସଙ୍କେତ ଦିଆଯାଇଛି। ମତ୍ସ୍ୟଜୀବୀମାନଙ୍କୁ ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ ଦିଆଯାଇଛି । ବାତ୍ୟାଜନିତ ବର୍ଷା ଯୋଗୁ କେତେକ ସ୍ଥାନରେ କୃତ୍ରିମ ବନ୍ୟା ସୃଷ୍ଟି ହେବାର ସମ୍ଭାବନା ରହିଛି। କଚାଘର ନଷ୍ଟ ହେବା ସହ ପନିପରିବା, ବିରି, ମୁଗ, ମାଣ୍ଡିଆ, ରାଶି, କପା ଚାଷ ପ୍ରଭାବିତ ହେବା ଆଶଙ୍କା ରହିଛି।
ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲାର କୃଷି ଅଧିକାରୀମାନଙ୍କ ଛୁଟି ବାତିଲ କରାଯାଇଥିବା ବେଳେ ଜିଲାପାଳଙ୍କୁ ଏସ୍‌ଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ସତର୍କ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଥ ଲଘୁଚାପରୁ ବନ୍ୟା ଆଶଙ୍କା

ଭୁବନେଶ୍ୱର,୨୭ା୭(ଅନୁରାଧା ମହାରଣା): ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ ବିଲବାଡ଼ି ଜଳାର୍ଣ୍ଣବ...

ବଢ଼ିପାରେ ମଧ୍ୟାହ୍ନଭୋଜନ ମୁଣ୍ଡ ପିଛା ଖର୍ଚ୍ଚ

ଭୁବନେଶ୍ୱର,୨୭ା୭(ଅନିଲ ଦାସ): ସ୍କୁଲରେ ଛାତ୍ରୀଛାତ୍ରମାନଙ୍କୁ ଦିଆଯାଉଥିବା ମଧ୍ୟାହ୍ନଭୋଜନ ମୁଣ୍ଡପିଛା ମୂଲ୍ୟ ବଢ଼ିପାରେ। ଏ ନେଇ ରାଜ୍ୟ ସରକାର ଚିନ୍ତା କରୁଛନ୍ତି। ବିଜେଡି ସଭ୍ୟ ରଣେନ୍ଦ୍ର ପ୍ରତାପ...

ଆଳୁ ଅଭାବ: ଦର ବଢ଼ିଲା

ଭୁବନେଶ୍ୱର, ୨୭।୭(ସୁନିତ୍‌ ମିଶ୍ର): ସପ୍ତାହକ ମଧ୍ୟରେ ଆଳୁ ଦର ୧୫ ଟଙ୍କାରୁ ଅଧିକ ବୃଦ୍ଧି ପାଇସାରିଲାଣି। ଆଳୁ ଏବେ କେଉଁଠି ୪୫ ଟଙ୍କା ତ ଆଉ...

ସରକାର ନିଜ ଦୋଷ ଲୁଚାଉଛନ୍ତି: ବିରୋଧୀ

ଭୁବନେଶ୍ୱର,୨୭ା୭(ଅନିଲ ଦାସ): ରଥ ଉପରୁ ବଡ଼ ଠାକୁର ଖସିପଡ଼ିବା, ଦଳାଚକଟାରେ ଜଣଙ୍କ ମୃତ୍ୟୁ ହେବା, ଟ୍ରାଫିକ ଅବ୍ୟବସ୍ଥା, ଅଣ ସେବାୟତ ରଥ ଉପରେ ଚଢ଼ିବା ପ୍ରସଙ୍ଗକୁ...

ବିଜେଡି ସରକାରର ବଜେଟଠାରୁ ଏଥର ୧୫% ଅଧିକ: ସମୀର

ଭୁବନେଶ୍ୱର, ୨୭।୭(ସୁନିତ୍‌ ମିଶ୍ର): ନୂତନ ରାଜନୈତିକ ସଂସ୍କୃତିର ପ୍ରତିଷ୍ଠାକରି ଭାଜପା ପ୍ରଥମ ଥର ଓଡ଼ିଶାରେ ସରକାର ଗଠନ କରିଛି। ଭାଜପା ସରକାରର ପ୍ରଥମ ବଜେଟ ଓଡ଼ିଶା...

ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ନେଇ ବିରୋଧୀ-ଶାସକ ମୁହାଁମୁହିଁ

ଭୁବନେଶ୍ୱର,୨୭।୭(ଅନିଲ ଦାସ): ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ନେଇ ବିଜେଡି -ଭାଜପା ବିଧାନସଭାରେ ମୁହାଁମୁହିଁ ହୋଇଛନ୍ତି। ଯୋଜନାର ନଁା ବଦଳିବାକୁ ନେଇ ବିଜେଡି ବିଧାୟକ...

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...

ମମତାଙ୍କୁ ଚିଠି ଲେଖିବା ନେଇ ନବୀନଙ୍କୁ ଟାର୍ଗେଟ କଲା ଭାଜପା

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର): ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri