ଜାନୁଆରୀ ୮ରେ ଭୁବନେଶ୍ୱରରେ ପ୍ରବାସୀ ଭାରତୀୟ ଦିବସ ସମାରୋହ

ଭୁବନେଶ୍ୱର,୨୦।୧୦(ଅନିଲ ଦାସ): ୨୦୨୫ ଜାନୁଆରୀ ୮ରୁ ୧୦ ଯାଏ ସ୍ଥାନୀୟ ଜନତା ମଇଦାନରେ ପ୍ରବାସୀ ଭାରତୀୟ ଦିବସ ସମାରୋହ ଅନୁଷ୍ଠିତ ହେବ। ସମାରୋହ ଆୟୋଜନ ପାଇଁ ବହିର୍ବ୍ୟାପାର ମନ୍ତ୍ରଣାଳୟ ତରଫରୁ ଦିଆଯାଇଥିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି। ଏହି କାର୍ଯ୍ୟକ୍ରମ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ଅନୁଷ୍ଠିତ ହେବ। ପ୍ରବାସୀ ଭାରତୀୟ ଦିବସରେ ପ୍ରାୟ ୫୦୦୦ ଅଂଶଗ୍ରହଣକାରୀ ଭାଗନେବେ। କାର୍ଯ୍ୟକ୍ରମର ବିଭିନ୍ନ ଦିବସରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ, ବହିର୍ବ୍ୟାପାର ମନ୍ତ୍ରୀଙ୍କ ସମେତ ଅନ୍ୟ କେନ୍ଦ୍ରମନ୍ତ୍ରୀ, ଦେଶବିଦେଶରୁ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ପ୍ରବାସୀ ଭାରତୀୟ ଯୋଗଦେବେ।

ସମ୍ମିଳନୀର ପ୍ରଥମ ଦିବସରେ ‘ଯୁବ ପ୍ରବାସୀ ଭାରତୀୟ ଦିବସ’, ୨ୟ ଦିବସରେ ୧୮ତମ ପ୍ରବାସୀ ଭାରତୀୟ ଦିବସର ମୁଖ୍ୟ ସମାରୋହ ଓ ୩ୟ ଦିବସରେ ଉଦ୍‌ଯାପନୀ ସମାରୋହ ଅନୁଷ୍ଠିତ ହେବ। ଦ୍ୱିତୀୟ ଦିବସରେ ପ୍ରଧାନମନ୍ତ୍ରୀ ଯୋଗଦେଇ ପ୍ରବାସୀ ଭାରତୀୟ ତୀର୍ଥ ଏକ୍ସପ୍ରେସ୍‌ର ଡିଜିଟାଲ ଫ୍ଲାଗଅପ୍‌ କରିବା କାର୍ଯ୍ୟକ୍ରମ ରହିଛି। ସମସ୍ତ ଦିବସରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରାଯିବ।

ସମାରୋହକୁ ସୁଚାରୁରୂପେ ଅନୁଷ୍ଠିତ କରିବା ପାଇଁ ପରିଚାଳନା କମିଟି (ଷ୍ଟିଅରିଂ କମିଟି) ଏବଂ କାର୍ଯ୍ୟନିର୍ବାହୀ କମିଟି ଗଠନ କରାଯାଇଛି। ପରିଚାଳନା କମିଟିରେ କେନ୍ଦ୍ର ସରକାରଙ୍କ ବାଣିଜି୍ୟକ, ପାସ୍‌ପୋର୍ଟ ଏବଂ ଭିଜା ଡିଭିଜନ ତଥା ଆନ୍ତର୍ଜାତିକ ବ୍ୟାପାର ସଚିବ ଅଧ୍ୟକ୍ଷ ଥିବାବେଳେ ବିଭିନ୍ନ ମନ୍ତ୍ରଣାଳୟର ୭ଜଣ ସଚିବଙ୍କ ସମେତ ଓଡ଼ିଶାରୁ ମୁଖ୍ୟ ଶାସନ ସଚିବ ଏବଂ ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସଦସ୍ୟ ରହିଛନ୍ତି। ସେହିପରି କାର୍ଯ୍ୟନିର୍ବାହୀ କମିଟିରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ (ଗୃହବିଭାଗ) ଅଧ୍ୟକ୍ଷ ଥିବାବେଳେ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ, ସଚିବ ସଦସ୍ୟ ରହିଛନ୍ତି। ବିଭିନ୍ନ କାର୍ଯ୍ୟ ପାଇଁ ଉପକମିଟି ମଧ୍ୟ ଗଠନ କରାଯାଇଛି। ସମସ୍ତ କମିଟିରେ ଓଡ଼ିଶା ସମେତ ବହିର୍ବ୍ୟାପାର ମନ୍ତ୍ରଣାଳୟ ସଚିବ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ସଦସ୍ୟ ରହିଛନ୍ତି। ପ୍ରବାସୀ ଭାରତୀୟ ଏବଂ ଅତିଥିଙ୍କ ରହଣି, କାର୍ଯ୍ୟକ୍ରମସ୍ଥଳର ପ୍ରସ୍ତୁତି ଓ ପରିଚାଳନା, ସହର ସୌନ୍ଦର୍ଯ୍ୟକରଣ, ପରିବହନ, ସାଂସ୍କୃତିକ କାର୍ଯ୍ୟକ୍ରମ, ଟ୍ରାଫିକ୍‌ ନିୟନ୍ତ୍ରଣ ଓ ସୁରକ୍ଷା, ଜରୁରିକାଳୀନ ସହାୟତା, ଗଣମାଧ୍ୟମ ଓ ଲୋକସମ୍ପର୍କ, ପ୍ରଦର୍ଶନୀ, ବିଭିନ୍ନ ଦେଶର ଷ୍ଟଲ, ଅଭ୍ୟର୍ଥନା, ଅର୍ଥ, ଇ-ଗଭର୍ନାନ୍ସ ଓ ଆଇଟି, ଖାଦ୍ୟ ବ୍ୟବସ୍ଥା, ଅଗ୍ନି ନିରାପତ୍ତା, ଅତିଥିମାନଙ୍କ ଯାତାୟାତ ଆଦି ନିମନ୍ତେ ଉପ କମିଟିମାନ ଗଠନ କରାଯାଇଛି।
ସମାରୋହର ପ୍ରସ୍ତୁତି ସମ୍ପର୍କରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଗୁରୁବାର ସମୀକ୍ଷା କରିଛନ୍ତି। ମୁଖ୍ୟ ଶାସନ ସଚିବ କହିଛନ୍ତି, ଓଡ଼ିଶାରେ ପ୍ରବାସୀ ଭାରତୀୟ ଦିବସ ଆୟୋଜନ ହେବା ଆମ ପାଇଁ ସମ୍ମାନର ବିଷୟ। ଯେପରି ଏହି ଦିବସ ସଫଳତାର ସହ ଆୟୋଜନ ହେବ, ସେଥିପାଇଁ ସମସ୍ତଙ୍କୁ ମିଳିତ ଭାବେ ଉଦ୍ୟମ କରିବାକୁ ପଡ଼ିବ। ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ସମେତବିଭିନ୍ନ ବିଭାଗର ପ୍ରମୁଖ ସଚିବ ଏବଂ ବରିଷ୍ଠ ପଦାଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନଷ୍ଟ ହୋଇଯାଇଥିବା ପାଓ୍ବାରପ୍ଲାଣ୍ଟକୁ ନେଇ ଏମିତି ଧମକ ଦେଲା ଇରାନ ସାରା ବିଶ୍ୱ ସ୍ତବ୍ଧ

ତେହରାନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ସଂଘର୍ଷ ଏବେ ଅଧିକ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ଇରାନ କହିଛି ଯେ ଯଦି ଆମେରିକୀୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏହାର ଶକ୍ତି କେନ୍ଦ୍ର ଉପରେ…

ଷ୍ଟ୍ରେଟ ଅଫ ହର୍ମୁଜକୁ ନେଇ ଟ୍ରମ୍ପଙ୍କ ପରେ ଏବେ ଧମକ ଦେଲେଣି ସ୍କଟ ବେସେଣ୍ଟ , କହିଲେ ‘ଇରାନର ଦୁର୍ଗ…’

ଓ୍ବାଶିଂଟନ,୨୩।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଆହୁରି ବୃଦ୍ଧି ପାଇଛି। ଆମେରିକା ଏବଂ ଇରାନ ମଧ୍ୟରେ ବିବାଦ ଏବେ ଖୋଲାଖୋଲି ଭାବରେ ପ୍ରକାଶ ପାଇବାକୁ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ…

ତିନି ଚିରଞ୍ଜୀବୀଙ୍କ ବିଚାର

ଶହୀଦ ଭଗତ ସିଂ, ସୁଖଦେବ ଓ ଶିବରାମ ରାଜଗୁରୁଙ୍କ ଅପରାଧଜନିତ ବିଚାରକୁ କଦାପି ବିଚାର କୁହାଯାଇ ପାରିବ ନାହିଁ। ତାହା ଅନ୍ୟାୟ, ଅବିବେକିତା ଓ ଅସଭ୍ୟତାର ଏକ…

ପରମାଣୁ ଅସ୍ତ୍ର ଛାୟାରୁ ମୁକ୍ତି

ବର୍ତ୍ତମାନର ବିଶ୍ୱରେ ଲାଗିରହିଛି ତିନୋଟି ମହାସମର। ତନ୍ମଧ୍ୟରୁ ରୁଷିଆ-ୟୁକ୍ରେନ୍‌ ଏବଂ ଇସ୍ରାଏଲ-ପାଲେଷ୍ଟାଇନ୍‌ ଯୁଦ୍ଧ ବର୍ଷ ବର୍ଷ ଧରି ଚାଲିଥିଲା ବେଳେ ନିକଟରେ ଆରମ୍ଭ ହୋଇଛି ଅତୀବ ଭୟଙ୍କର…

ଚର୍ଚ୍ଚାରେ କଣ୍ଠଶିଳ୍ପୀ ଦିପ୍ତିରେଖା: ପ୍ରଧାନମନ୍ତ୍ରୀ ମୋଦି ଶେୟାର କଲେ…

ଭୁବନେଶ୍ୱର,୨୩ା୩(ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଦୀପ୍ତିରେଖା ପାଢୀଙ୍କ ଭକ୍ତିମୟ ଭଜନ ‘ଦୁର୍ଗତି ନାଶିନୀ ମା’ର ଭିଡ଼ିଓ ଲିଙ୍କ୍‌କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ…

ବିଧାୟକଙ୍କ ସ୍ବୀକାର, ସରକାର ନିର୍ବିକାର: ବିକ୍ରି ହୋଇପାରିନି ପଞ୍ଜୀକରଣରୁ ବାଦ୍‌ ପଡ଼ିଥିବା ଚାଷୀଙ୍କ ଧାନ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଆଉ ମାସକ ପରେ ରବିଧାନ ଅମଳ ହେବ। ଫଳରେ ରବି ଧାନବିକ୍ରି ପାଇଁ ବର୍ତ୍ତମାନ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଛି। କିନ୍ତୁ ଗତ…

ଦେଶୀ ବନ୍ଧୁକ ଜବତ, ଜଣେ ଗିରଫ

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ପୋଲିସ ରବିବାର ଉକ୍ତ ଥାନା ଅନ୍ତର୍ଗତ ଧଉରାଖମଣ ଗ୍ରାମର କେଶବ ହେମ୍ରମ (୩୦)…

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri