ତେଲଙ୍ଗାନାରେ ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ:ମୃତଦେହ ଆଣିବାରେ ସାମାଜିକ କର୍ମୀ ବଢ଼ାଇଲେ ସହଯୋଗର ହାତ

ବରଗଡ଼,୪।୮(ପ୍ରେମାନନ୍ଦ ଖମାରୀ):ତେଲେଙ୍ଗାନାରେ ରବିବାର ବରଗଡ଼ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ ପାଇକମାଳ ବ୍ଲକ ଅନ୍ତର୍ଗତ ଛିନ୍ଦେଇକେଲା ଗ୍ରାମର ଦୟା ଦୀପ। ସେ ତେଲଙ୍ଗାନାର ଏକ ଇଟାଭାଟିରେ କାମ କରୁଥିଲେ। ତେବେ ତାଙ୍କ ମୃତ୍ୟୁ ପରେ ମୃତଦେହ ଘରକୁ ନେବା ପାଇଁ ଇଟାଭାଟି ମାଲିକ ୨୦ ହଜାର ଟଙ୍କା ଦେଇଥିଲେ। ଅନ୍ୟପଟେ ତେଲେଙ୍ଗାନାରୁ ମୃତକଙ୍କ ଗ୍ର୍ରାମକୁ ମୃତଦେହ ଆଣିବା ପାଇଁ ୪୦ ହଜାର ଟଙ୍କା ଆବଶ୍ୟକତା ରହିଛି। ଏ ନେଇ ଫୋନ ମାଧ୍ୟମରେ ମୃତକଙ୍କ ସମ୍ପର୍କୀୟମାନେ ସାମାଜିକ କର୍ମୀ ଦୀପା ବାରିକଙ୍କୁ ଜଣାଇଥିଲେ। ଏହାପରେ ଦୀପା ସେ ନେଇ ତେଲଙ୍ଗାନାର ପୋଲିସ କମିଶନରଙ୍କ ସହିତ ଫୋନରେ କଥାବାର୍ତ୍ତା ହୋଇଥିଲେ। ମୃତକଙ୍କ ମୃତଦେହ ଘରକୁ ଫେରାଇବା ପାଇଁ ତେଲଙ୍ଗାନା ପୋଲିସ କମିଶନର ସବୁ ପ୍ରକାର ସହାୟତା ଯୋଗାଇ ଦେବେ ବୋଲି ନିର୍ଭର ପ୍ରତିଶ୍ରୁତି ଦେଇଥିବା ସାମାଜିକ କର୍ମୀ ଦୀପା କହିଛନ୍ତି। ମୃତ ଶ୍ରମିକ ତାଙ୍କ ସ୍ତ୍ରୀଙ୍କ ସହିତ ଗତ କିଛିଦିନ ତଳେ ତେଲଙ୍ଗାନାକୁ ଯାଇଥିଲେ ଏବଂ ସେଠାକାର ଏକ ଇଟାଭାଟିରେ ନିୟୋଜିତ ଥିଲେ। ରବିବାର ସକାଳେ ତାଙ୍କୁ ଝାଡ଼ାବାନ୍ତି ହେବା ସହିତ ସେ ଗୁରୁତର ଅସୁସ୍ଥ ହୋଇ ପଡ଼ିଥିଲେ ଏବଂ ସେଠାକାର ଏକ ଡାକ୍ତରଖାନାରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ୩ ଦୁର୍ଘଟଣା

ମୋରଡ଼ା/ରାସଗୋବିନ୍ଦପୁର,୬ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ମୟୂରଭଞ୍ଜ ଜିଲା ମୋରଡ଼ା ଓ଼ ରାସଗୋବିନ୍ଦପୁର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ରାସଗୋବିନ୍ଦପୁର…

ସି କେ ନାଇଡୁ ଟ୍ରଫି: ବେଙ୍ଗଲ ଦଳ ୩୦୧/୬ , ଆୟୁଷ ସିଂଙ୍କ ଶତକ

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଓଡ଼ିଶା ଓ ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ସି.କେ ନାଇଡୁ ଟ୍ରଫିର ଏଲାଇଟ୍ ଗ୍ରପ୍‌ – ବି…

୮୫ କି.ଗ୍ରା. ଗଞ୍ଜେଇ ଜବତ: ୩ ଅଟକ

ଆନନ୍ଦପୁର, ୬ା୨(ସୁଶାନ୍ତ କୁମାର ସାହୁ): ଗଞ୍ଜେଇ ଭର୍ତ୍ତି ୨ଟି ଚାରିଚକିଆ ଗାଡି କେନ୍ଦୁଝର ସ୍ପେଶାଲ ସ୍କ୍ବାଡ୍‌ ଦ୍ୱାରା ଜବତ କରାଯାଇଛି। ଏଥିରେ ୮୫ କି.ଗ୍ରା. ଗଞ୍ଜେଇ ଥିବା…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

ଛାନିଆ ହୋଇଗଲେ କି ଯାତ୍ରା ମାଲିକ ନାଣ୍ଡୁ! ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ…

ଭୁବନେଶ୍ୱର,୬।୨: ଖଳନାୟକ ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ ଖଣ୍ଡଗିରି ଥାନାରେ ହାଜର ହେଲେ ‘ତୁଳସୀ’ ଗଣନାଟ୍ୟ ମାଲିକ ଅନନ୍ତ ଧଳ ଓରଫ ନାଣ୍ଡୁ। ସାଇଙ୍କ ମା’ଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri