ଟ୍ରେନ ଅଟକାଇ ବସ୍ତା ଷ୍ଟେଶନରେ ଓହ୍ଲାଇଲେ ପ୍ରବାସୀ ଓଡ଼ିଆ

ବସ୍ତା, ୨୭ା୬(ଡି.ଏନ.ଏ.)-ବସ୍ତା ରେଳଷ୍ଟେଶନରେ ଶୁକ୍ରବାର ଏକ ସ୍ପେଶାଲ ଟ୍ରେନକୁ ଅଟକାଇ ପ୍ରବାସୀ ଓଡ଼ିଆମାନେ ଓହ୍ଲାଇଛନ୍ତି। ବାଙ୍ଗାଲୋରରୁ ହାଓ୍ବଡ଼ା ଯାଉଥିବା ଏକ ସ୍ପେଶାଲ ଟ୍ରେନ ବସ୍ତାରେ ଅଟକିଥିଲା। ସେଥିରୁ ୪୫ଜଣ ପ୍ରବାସୀ ଓଡ଼ିଆ ଓହ୍ଲାଇଥିଲେ। ସେମାନେ ଓହ୍ଲାଇବା ପରେ ଏନେଇ ବସ୍ତା ତହସିଲଦାର ଓ ରୂପସା ଆରପିଏଫ୍‌କୁ ଖବର ଦିଆଯାଇଥିଲା। ଆରପିଏଫ୍‌ଙ୍କ ସହ ବସ୍ତା ତହସିଲଦାର କାର୍ତ୍ତିକ ଚନ୍ଦ୍ର ଦାସ ପହଞ୍ଚତ୍ ସେମାନଙ୍କ ସହିତ ଆଲୋଚନା କରିଥିଲେ। ଏହି ପ୍ରବାସୀମାନଙ୍କୁ ବସ୍ତା ପ୍ରଶାସନ ସହଯୋଗରେ ସେମାନଙ୍କ ଅଞ୍ଚଳକୁ ପଠାଇବାର ବ୍ୟବସ୍ଥା କରାଯାଇଥିଲା।
ଏହି ଟ୍ରେନ ଭଦ୍ରକ ଷ୍ଟେଶନରେ ଅଟକିଥିବା ବେଳେ ଯାତ୍ରୀମାନେ ଓହ୍ଲାଇବା ପାଇଁ ଚେଷ୍ଟା କରୁଥିଲେ। ହେଲେ ସେଠାରେ ସେମାନଙ୍କୁ ଓହ୍ଲାଇବାକୁ ଦିଆଯାଇ ନ ଥିଲା। ଫଳରେ ସେମାନେ ବସ୍ତା ଷ୍ଟେଶନରେ ଚେନ୍‌ ଟାଣି ଗାଡ଼ିକୁ ଅଟକାଇ ଓହ୍ଲାଇଥିବା ପ୍ରକାଶ କରିଥିଲେ। ଏହି ପ୍ରବାସୀମାନଙ୍କ ମଧ୍ୟରେ ୩୦ରୁ ଊର୍ଦ୍ଧ୍ୱ ମୟୂରଭଞ୍ଜ ଜିଲାର ଲୋକ ହୋଇଥିବା ବେଳେ ଅନ୍ୟମାନେ ବାଲେଶ୍ୱର ଓ ବାଲିଆପାଳ ଅଞ୍ଚଳର।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚୋରା ଚାଲାଣ ବେଳେ ମାଡିବସିଲା ବାରକୋଟ ପୋଲିସ, ୫୫ କେଜି…

ଦେବଗଡ,୪।୯(ଶଶାଙ୍କ ଶେଖର ଝାଙ୍କର): ଗଞ୍ଜେଇ ଚୋରା ଚାଲାଣ ବେଳେ ମାଡିବସିଲା ବାରକୋଟ ଥାନା ପୋଲିସ । ଚଢାଉ କରାଯାଇ ଏକ ଡିଜାୟାର କାର ସହିତ ୫୫ କିଲୋଗ୍ରାମ…

ପମ୍ପ ଅପରେଟର ପାଇନାହାନ୍ତି ୬ ମାସର ପାରିଶ୍ରମିକ: ୭ରୁ କାର୍ଯ୍ୟବନ୍ଦ ଚେତାବନୀ

ଲୋଇସିଂହା, ୩ା୯: ଲୋଇସିଂହା ଏନ୍‌ଏସି ଅଧୀନ ଲୋଇସିଂହା ଓ ବୁର୍ଡା ଅଞ୍ଚଳରେ କାର୍ଯ୍ୟରତ ଏସିଏମ୍‌ ଓ ପାନୀୟଜଳ ପ୍ରକଳ୍ପର ପମ୍ପ ଅପରେଟରମାନେ ଦୀର୍ଘ ୬ ମାସ ଧରି…

ଟ୍ୟାକ୍ସ ଟାଣୁଛି ଟୋଲପ୍ଲାଜା, ଜୀବନ ନେଉଛି ରାଜପଥ: ନୀରବଦ୍ରଷ୍ଟା ସାଜିଛି ଏନ୍‌ଏଚ୍‌ଏଆଇ

ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଉପକଣ୍ଠ ଦେଇ ଯାଇଥିବା ୪ଲେନ୍‌ ବିଶିଷ୍ଟ ୫୩ ନମ୍ବର ଜାତୀୟ ରାଜପଥ ବେହାଲ୍‌ ହୋଇପଡ଼ିଛି। ରାଜପଥର ବିଭିନ୍ନ ସ୍ଥାନରେ ଖାଲଖମା ପୂରି ରହିଛି।…

୧୮ଦିନ ହେଲା ଘରକୁ ଫେରିନାହାନ୍ତି ଜୟଲାଲ: ଦଲାଲଙ୍କ ମାଧ୍ୟମରେ ଚିକିତ୍ସା ପାଇଁ ଯାଇଥିଲେ ଛତିଶଗଡ଼

ନୂଆପଡ଼ା,୪ା୯ (ମକାରୁ ବେମାଲ):ଜଣେ ଦଲାଲଙ୍କ ମାଧ୍ୟମରେ ଚିକିତ୍ସା ପାଇଁ ଛତିଶଗଡ଼ର ଦୁର୍ଗ ଅଞ୍ଚଳକୁ ଯାଇଥିବା ନୂଆପଡା ଜିଲାର ଜଣେ ଯୁବକ ୧୮ଦିନ ହେଲା ଘରକୁ ଫେରିନାହାନ୍ତି। ଏହାକୁ…

କଳାହାଣ୍ଡି ଜିଲାରେ ଶିକ୍ଷାର ବିକଳ ଚିତ୍ର: ୩୮୨୦ ଡ୍ରପ୍‌ଆଉଟ ଛାତ୍ରୀଛାତ୍ର

ଭବାନୀପାଟଣା, ୪ା୯(ଉତ୍ତମ କୁମାର ଦାଶ):ଶିକ୍ଷାର ବିକାଶ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ବିଭିନ୍ନ ଯୋଜନାରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାଗଣାରେ ଛାତ୍ରୀଛାତ୍ରଙ୍କୁ ବହି,…

ଜମନକିରା ବ୍ଲକରେ ହାତୀ ଉପଦ୍ରବ: ଏକର ଏକର ଧାନ କ୍ଷେତ ଉଜୁଡ଼ିଲା, ଚିନ୍ତାରେ ଚାଷୀକୂଳ

ଜମନକିରା,୪।୯(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ବ୍ଲକ ଅଞ୍ଚଳରେ ହାତୀପଲଙ୍କ ଉପଦ୍ରବ ଏବେ ଚରମ ସୀମାରେ ପହଞ୍ଚିଛି । ବିଶେଷ କରି ବଡ଼ରମା ବନ୍ୟପ୍ରାଣୀ ରେଞ୍ଜ…

ମିଳୁନି ମୌଳିକ ସୁବିଧା, ଚଟାଣରେ ବସି ପଢ଼ୁଛନ୍ତି ପିଲା: ୪୬ ଛାତ୍ରୀଛାତ୍ରଙ୍କ ପାଇଁ ୨ ଶିକ୍ଷକ

ଗଞ୍ଜାମ, ୪ା୯ (ଅନାଥ ତରାଇ):ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମ ପ୍ରବେଶ ପଥ ନିକଟରେ ଥିବା ପୁଇଁତୋଳା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଦୀର୍ଘଦିନ ଧରି ଭିତ୍ତିଭୂମି ଅଭାବ…

ଦିଗପହଣ୍ଡିରେ ନକଲି ମଦ କାରଖାନା ଠାବ: ବଟଲିଂ ମେସିନ୍ ସହ ବିପୁଳ ନକଲି ମଦ ଜବତ, ଅଭିଯୁକ୍ତ ଗିରଫ

ଦିଗପହଣ୍ଡି୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ନକଲି ବିଦେଶୀ ମଦ, ଖାଲି ବୋତଲ, ଦେଶୀ ମଦ ପାଉଚ୍ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri