ତେଲଙ୍ଗାନାରୁ ଫେରିଲା ଦାଦନଙ୍କ ମୃତଦେହ

ବରଗଡ଼,୨୬।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଉପକଣ୍ଠ ନାଗେନପାଲି ଗ୍ରାମର ଜଣେ ମହିଳା ହୀରା ମୁଣ୍ଡା (୪୦)ଦାଦନ ଖଟିବାକୁ ତେଲଙ୍ଗାନା ରାଜ୍ୟକୁ ଯାଇ ସେଠାରୁ ଶବ ହୋଇ ଘରକୁ ଫେରିବା ଘଟଣା ସମସ୍ତଙ୍କୁ ସ୍ତବ୍ଧ କରି ପକାଇଛି। ମଙ୍ଗଳବାର ମୃତଦେହ ଘରକୁ ପହଞ୍ଚିବା ପରେ ଗ୍ରାମରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା। ଗତ ପ୍ରାୟ ୪ମାସତଳେ ମୃତ ମହିଳା ନିଜ ପିଲାଛୁଆ ଧରି ତେଲଙ୍ଗାନା ରାଜାକୁ ଯାଇଥିଲେ। ତାଙ୍କ ସାଥିରେ ୨ସନ୍ତାନ ମଧ୍ୟ ଯାଇଥିଲେ। ସେଠାରେ ହୀରା ଏକ ଇଟାଭାଟିରେ କାମ କରୁଥିଲେ। ରବିବାର କ୍ରେନ୍‌ ସାହାଯ୍ୟରେ ଭାଟି ଉପରକୁ ଇଟା ଚଢାଉ ଥିଲେ। ମାତ୍ର କ୍ରେନରେ ଲାଗିଥିବା ଦଉଡ଼ି ଛିଣ୍ଡି ଯାଇ ପଡିଯିବାରୁ ହୀରାଙ୍କ ଅଣ୍ଟାରେ ଗଭୀର ଆଘାତ ଲାଗିଥିଲା ଏବଂ ଘଟଣାସ୍ଥଳରେ ହିଁ ତାଙ୍କ ମୃତ୍ୟୁ ହୋଇଥିଲା ବୋଲି ମୃତ ମହିଳାଙ୍କ ସମ୍ପର୍କୀୟ କହିଛନ୍ତି। ଏ ନେଇ ତେଲଙ୍ଗାନାର ରାଜ୍ୟର କୋଠପାଲି ଥାନାରେ ଏକ ମାମଲା (ନଂ- ୧୨୩/୨୫) ରୁଜୁ ହୋଇଛି। ସେଠାରେ ମୃତଦେହ ବ୍ୟବଚ୍ଛେଦ ହୋଇଥିଲା। ଏହାପରେ ଇଟାଭାଟିର ଠିକାଦାର ଏକ ଆମ୍ବୁଲାନ୍ସ ଯୋଗେ ମହିଳାଙ୍କ ମୃତଦେହ ସହିତ ତାଙ୍କ ୨ସନ୍ତାନ ଏବଂ ସାଙ୍ଗରେ ନେଇଥିବା ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀକୁ ନାଗେନପାଲି ଗ୍ରାମକୁ ପଠାଇ ଦେଇଥିଲେ। ହୀରାଙ୍କ ମୃତ୍ୟୁ ପରେ ତାଙ୍କ ୨ସନ୍ତାନ ଅସହାୟ ହୋଇ ପଡିଛନ୍ତି। ମୃତ ମହିଳାଙ୍କ ସନ୍ତାନମାନଙ୍କୁ ଥଇଥାନ କରିବା ସହିତ ସରକାରୀ ସହାୟତା ଯୋଗାଇ ଦେବାକୁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ୧୨ ଗେଟ୍‌ ଖୋଲିଲା ହୀରାକୁଦ

ସମ୍ବଲପୁର,୩୧।୭ (ପ୍ରମୋଦ ବହିଦାର): ହୀରାକୁଦ ଜଳ ଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ବୃଦ୍ଧି ସାଙ୍ଗକୁ ଜଳସ୍ତର ମଧ୍ୟ ବଢ଼ିବାରେ ଲାଗିଛି। ଫଳରେ ଶୁକ୍ରବାର ଜଳଭଣ୍ଡାରରୁ ପୁଣିଥରେ ଦୁଇଟି…

‘ଆମ ପାଖରେ ଧୋନି ନାହାଁନ୍ତି,’ ଇଂଲଣ୍ଡ ପ୍ରଶିକ୍ଷକ ହେବା ପରେ ଷ୍ଟିଫେନ ଫ୍ଲେମିଂଙ୍କୁ ‘ଚେତାବନୀ’ ମିଳିଛି

ନୂଆଦିଲ୍ଲୀ,୩୧।୭: ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗ୍ସ ସହିତ ଦୀର୍ଘ ସମୟ ଧରି କାର୍ଯ୍ୟ କରିଥିବା ଷ୍ଟିଫେନ ଫ୍ଲେମିଂଙ୍କୁ ଏବେ ଇଂଲଣ୍ଡ ଟେଷ୍ଟ ଦଳର ପ୍ରଶିକ୍ଷକ ନିଯୁକ୍ତ କରାଯାଇଛି।…

ବନ୍ୟା ବିପନ୍ନଙ୍କ ପାଇଁ ବଡ଼ ଘୋଷଣା କଲେ ରାଜସ୍ବ ମନ୍ତ୍ରୀ, ମିଳିବ…

ଭୂବନେଶ୍ୱର,୩୧।୭: ବନ୍ୟାସ୍ଥିତିର ସମୀକ୍ଷା ପରେ ରାଜସ୍ବ ମନ୍ତ୍ରୀ ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀରେ ବନ୍ୟା ଜଳ ବଢୁଥିବା ଗଣମାଧ୍ୟମ ଆଗରେ ମନ୍ତ୍ରୀ ପ୍ରକାଶ କରିଛନ୍ତି। କେବଳ…

ସାଧୁ ବେଶରେ ସଂସଦ ଆସିଲେ ପପ୍ପୁ ଯାଦବ, ଦାନ ଦେଲେ ଏମପି

ପାଟନା,୩୧।୭: ବିହାର ପୁର୍ନିଆର ଏମପି ପପ୍ପୁ ଯାଦବ ଅଯୋଧ୍ୟା ରାମ ମନ୍ଦିର ଚାନ୍ଦା ସଂଗ୍ରହରେ କଥିତ ଅନିୟମିତତା ପ୍ରସଙ୍ଗକୁ ନେଇ ସଂସଦ ପରିସରରେ ପ୍ରତିବାଦ କରିଛନ୍ତି ।…

ବସ୍‌ ଷ୍ଟପ ଅଛି, ବସ୍‌ ଆସୁନାହିଁ: ମୁଖ୍ୟମନ୍ତ୍ରୀ ବସ୍‌ ସେବାରୁ ବଞ୍ଚିତ ଅଞ୍ଚଳବାସୀ

ଅମରପାଲି,୩୧ା୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଖଣ୍ଡହତା ପଞ୍ଚାୟତର ସୀମାବର୍ତ୍ତୀ ଉପାନ୍ତ ଗ୍ରାମ ସାହାଜଲଥାରେ ସରକାରୀ ଖର୍ଚ୍ଚରେ ଯାତ୍ରୀ ପ୍ରତୀକ୍ଷାଳୟ (ବସ୍‌ ଷ୍ଟପ୍‌) ନିର୍ମାଣ ହୋଇଥିଲେ…

ଭୀମଭୋଇ ସାମର୍ଥ୍ୟ ଶିବିର: ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ

କର୍ଲାମୁଣ୍ଡା,୩୧।୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କାର୍ଯ୍ୟାଳୟରେ ବ୍ଳକସ୍ତରୀୟ ଭୀମଭୋଇ ସାମର୍ଥ୍ୟ ଶିବିର ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ ସଭାରେ ବ୍ଲକ ଅଧ୍ୟକ୍ଷ…

ଏହି କାମ କରି ସମସ୍ତଙ୍କ ହୃଦୟ ଜିତିଲେ କାର୍ତ୍ତିକ ଆର୍ଯ୍ୟନ: ମୁଖ୍ୟମନ୍ତ୍ରୀ କହିଲେ ବାଃ ବାଃ

ଆସାମରେ ଭୟଙ୍କର ବନ୍ୟା। ଲକ୍ଷ ଲକ୍ଷ ଲୋକ ନିଜ ଘର ଛାଡି ବିସ୍ଥାପିତ ହୋଇଛନ୍ତି। ଅନେକ ଲୋକଙ୍କ ଜୀବନ ଯାଇଛି ଏବଂ ପରିସ୍ଥିତି ଖରାପ ଆଡ଼କୁ ଗତି…

ରୋଟାରୀ କ୍ଲବର ଅଧିଷ୍ଠାନ, ଚାର୍ଟର ଦିବସ ପାଳିତ: ନୂଆ ସଭାପତି, ସମ୍ପାଦକ ଭାବେ ଦାୟିତ୍ୱ ନେଲେ…

ଛତ୍ରପୁର, ୩୧।୭(ଦିଲ୍ଲୀପ ସାମଲ /ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ରୋଟାରୀ କ୍ଲବର ଅଧିଷ୍ଠାନ ଦିବସ ଗୁରୁବାର କ୍ଲବ ପରିସରରେ ଆୟୋଜିତ ହୋଇଯାଇଛି। ସଭାପତି ପଦ୍ମ ଚରଣ ସାହୁଙ୍କ ସଭାପତିତ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri