ବିଦେଶାଗତ ପକ୍ଷୀଙ୍କ କଳରବରେ ଚିଲିକା ତଟଦେଶ ମୁଖରିତ

କୃଷ୍ଣପ୍ରସାଦ,୨୮ା୧୦(କୈଳାସ ଚନ୍ଦ୍ର ପଟ୍ଟନାୟକ): ଶୀତଋତୁ ଆସିଲେ ଚଳଚଞ୍ଚଳ ହୋଇଉଠେ ଚିଲିକାର ପରିବେଶ। ରଙ୍ଗବେରଙ୍ଗର ବିଦେଶାଗତ ପକ୍ଷୀଙ୍କ କଳରବରେ ମୁଖରିତ ହୁଏ ଚିଲିକା ଓ ଏହାର ଉପକୂଳବର୍ତ୍ତୀ ଅଞ୍ଚଳ। ଏହି ବିଦେଶାଗତ ପକ୍ଷୀ ଓ ଚିଲିକାର ଅପରୂପ ସୌନ୍ଦର୍ଯ୍ୟ ଉପଭୋଗ କରିବା ପାଇଁ ଏଠାକୁ ଦେଶ ବିଦେଶରୁ ପର୍ଯ୍ୟଟକଙ୍କ ସୁଅ ଛୁଟେ। ତେବେ ପ୍ରାକୃତିକ ବୈଷମ୍ୟତା ଯୋଗୁ ଚଳିତ ଅକ୍ଟୋବର ମାସରେ ଲଘୁଚାପଜନିତ ବର୍ଷା ବିଦେଶାଗତ ପକ୍ଷୀଙ୍କ ଆଗମନରେ ବାଧା ସୃଷ୍ଟି କରିଥିଲା। ସମ୍ପ୍ରତି ଧୀରେ ଧୀରେ ଶୀତର ପ୍ରକୋପ ଅନୁଭୂତ ହେଉଥିବାରୁ ବିଦେଶାଗତ ପକ୍ଷୀଙ୍କ ଆଗମନ ବୃଦ୍ଧି ପାଇବାରେ ଲାଗିଛି। ରଙ୍ଗବେରଙ୍ଗ ପକ୍ଷୀଙ୍କ କଳରବରେ ଚିଲିକାର ତଟଦେଶ ପାରିକୁଦ, ନୂଆପଡ଼ା, ଗୁରୁବାଇ, ସିପିଆ, ତିଛିଣି, ସାତପଡ଼ା, ସୋଲାକୁଦି, ପଣ୍ଡା, ଚିଖିଲି, ଚିତ୍ରକୋଟ, ବନମାଳ, ଖଟିଆକୁଦି ଆଦି ଅଞ୍ଚଳ ମୁଖରିତ ହୋଇଉଠିଛି। ବିଶେଷକରି ଏହି ଅଞ୍ଚଳଗୁଡ଼ିକରେ ଗଡ଼ଓାଲ, ଶୋଭଲର, ପିଣ୍ଟାଲ, ଗଡ଼ଉଇଟ, ସ୍ୟାଣ୍ଡ ପାଇପର, ପେଲିକାନ ଆଦି ପ୍ରଜାତିର ବିଦେଶାଗତ ପକ୍ଷୀଙ୍କୁ ଦେଖିବାକୁ ମିଳୁଛି।
ବିଗତ ବର୍ଷଗୁଡ଼ିକ ଭଳି ଚଳିତବର୍ଷ ମଧ୍ୟ ଚିଲିକା ବନ୍ୟପ୍ରାଣୀ ବନଖଣ୍ଡ, ବାଲୁଗାଁ ତରଫରୁ ଆନୁଷଙ୍ଗିକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଚିଲିକା ନୂଆପଡ଼ା ରେଞ୍ଜ ଅଫିସ୍‌ ତରଫରୁ ଗୁରୁବାଇ ଓ ସିପିଆଠାରେ ଦୁଇଟି ପକ୍ଷୀ ଶିବିର କରାଯାଇଥିବାବେଳେ ବନପାଳ ରଶ୍ମିରଞ୍ଜନ ନାୟକ, ବନପାଳ ବିଶ୍ୱନାଥ ଟୁଡୁ, ବନରକ୍ଷୀ ଲକ୍ଷ୍ମଣ ବେହେରା, ଅରୁନ୍ଧତି ପୋତା ଏବଂ ୫ଜଣ ସୁରକ୍ଷାକର୍ମୀ ନିୟୋଜିତ ହୋଇଛନ୍ତି। ସେହିଭଳି ପାରିକୁଦ ପକ୍ଷୀ ସୁରକ୍ଷା ଶିବିରରେ ଫରେଷ୍ଟର ଜିତେନ୍ଦ୍ରିୟ ଜେନାଙ୍କ ସମେତ ବନରକ୍ଷୀ ତ୍ରିଲୋଚନ ମହାରଣା ଓ ୬ଜଣ ସୁରକ୍ଷାକର୍ମୀ ନିୟୋଜିତ ଥିବା ଜଣାପଡ଼ିଛି। ବାଲୁଗାଁ ରେଞ୍ଜର ରଶ୍ମିତା ଜେନା ଏବଂ ଚିଲିକା-ନୂଆପଡ଼ା ରେଞ୍ଜର କାଶୀନାଥ ହେମ୍ବ୍ରମ୍‌ ବିଦେଶାଗତ ପକ୍ଷୀଙ୍କ ସୁରକ୍ଷା କାର୍ଯ୍ୟକ୍ରମକୁ ତଦାରଖ କରୁଛନ୍ତି। ସାତପଡ଼ା ରେଞ୍ଜ୍‌ ତରଫରୁ ଗମ୍ଭାରୀ ଓ ବଡ଼ଗୋଠରେ ଦୁଇଟି ପକ୍ଷୀ ସୁରକ୍ଷା ଶିବିର କରାଯାଇଛି। ଆବଶ୍ୟକ ସଂଖ୍ୟକ ସୁରକ୍ଷାକର୍ମୀ ସେଠାରେ ମୁତୟନ କରାଯାଇଥିବାବେଳେ ରେଞ୍ଜର ଶରତ ଜାନୀ ଓ ବନପାଳ ସୁଜିତ କୁମାର ବେହେରା, ଦୁର୍ଗାଚରଣ ଟୁଡୁ, ରଜନୀକାନ୍ତ ଲେଙ୍କା, ଅନିଲ ଲେଙ୍କା ପ୍ରମୁଖ ବିଦେଶୀ ପକ୍ଷୀଙ୍କ ସୁରକ୍ଷା ଦିଗରେ କଡ଼ା ନଜର ରଖିଛନ୍ତି। ବାଲୁଗାଁସ୍ଥିତ ଚିଲିକା ବନ୍ୟପ୍ରାଣୀ ବନଖଣ୍ଡୀୟ ଅଧିକାରୀ ଅମ୍ଳାନ୍‌ କୁମାର ନାୟକ ବିଦେଶାଗତ ପକ୍ଷୀଙ୍କ ସୁରକ୍ଷା କାର୍ଯ୍ୟକ୍ରମକୁ ତଦାରଖ କରୁଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?