ବାତ୍ୟା ରୂପ ନେଲା ‘ମିଗ୍‌ଜୋମ୍‌’: ଓଡ଼ିଶାକୁ ୩ଦିନ ଭାରି ବର୍ଷା

ଭୁବନେଶ୍ୱର,୪।୧୨(ଅନୁରାଧା ମହାରଣା): ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ରବିବାର ସାମୁଦ୍ରିକ ଝଡ଼ ବା ବାତ୍ୟାର ରୂପ ନେଇଛି। ଭାରତୀୟ ପାଣିପାଗ ବିଭାଗ(ଆଇଏମଡି)ର ସୂଚନାନୁସାରେ, ରବିବାର ସନ୍ଧ୍ୟା ୭ଟା ୪୫ ସୁଦ୍ଧା ଏହା ପୁଡୁଚେରୀଠାରୁ ପ୍ରାୟ ୨୪୦ କି.ମି. ପୂର୍ବ, ଚେନ୍ନାଇଠାରୁ ୨୧୦ କି.ମି. ପୂର୍ବ-ଦକ୍ଷିଣ-ପୂର୍ବ, ନେଲ୍ଲୋରଠାରୁ ୩୩୦ କି.ମି. ଦକ୍ଷିଣ-ଦକ୍ଷିଣ ପୂର୍ବ ଏବଂ ମଛଲିପଟନମ୍‌ଠାରୁ ୪୫୦ କି.ମି. ଦକ୍ଷିଣ-ଦକ୍ଷିଣ ପୂର୍ବରେ କେନ୍ଦ୍ରୀଭୂତ ହୋଇଛି। ଏହା ଘଣ୍ଟା ପ୍ରତି ୮ କି.ମି. ବେଗରେ ଆଗକୁ ବଢ଼ୁଛି। କ୍ରମଶଃ ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଆହୁରି ଘନୀଭୂତ ହୋଇ ୪ ତାରିଖ ସୋମବାର ସକାଳ ସୁଦ୍ଧା ଦକ୍ଷିଣ ଆନ୍ଧ୍ରପ୍ରଦେଶ ଏବଂ ସଂଲଗ୍ନ ଉତ୍ତର ତାମିଲନାଡୁ ଉପକୂଳ ନିକଟ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ପହଞ୍ଚିବ । ଏହାପରେ ପ୍ରାୟ ସମାନ୍ତରାଳ ଭାବେ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ନିକଟରେ ଗତିକରି ୫ ତାରିଖ ପୂର୍ବାହ୍ନରେ ନେଲ୍ଲୋର ଓ ମଛଲିପଟନମ୍‌ ମଧ୍ୟରେ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବ। ଏହି ସମୟରେ ଘଣ୍ଟା ପ୍ରତି ସର୍ବାଧିକ ୯୦ରୁ ୧୦୦ କି.ମି. ବେଗରେ ପବନ ବହିବ। ଏହାର ପ୍ରଭାବରେ ଓଡ଼ିଶାରେ ୩ଦିନ ଭାରି ବର୍ଷାର ସମ୍ଭାବନା ରହିଥିବାରୁ ଏନେଇ ସତର୍କ କରିଛି ପାଣିପାଗ ବିଭାଗ। ପ୍ରବଳ ବର୍ଷାର ପୂର୍ବାନୁମାନ କରି ସୋମବାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲା ପାଇଁ ୟେଲୋ ୱାର୍ନିଂ ଜାରି ହୋଇଛି। ସେହିପରି ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ପୁରୀ, ମାଲକାନଗିରି,
କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୭ରୁ ୨୦ ସେମି) ହେବ। ୬ ତାରିଖରେ ଗଞ୍ଜାମ, ଗଜପତି, ପୁରୀ, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତ୍‌ସିଂହପୁର, କନ୍ଧମାଳ, କୋରାପୁଟ, ମାଲକାନଗିରି ଓ ରାୟଗଡ଼ା ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା (୭ରୁ ୧୧ ସେମି) ହେବାର ସମ୍ଭାବନା ରହିଛି। ଉପକୂଳ ଓଡ଼ିଶାର ଅଧିକାଂଶ ଜିଲାରେ, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, ମାଲକାନଗିରି, କୋରାପୁଟ ଜିଲାର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବଜ୍ରପାତ ହେବାର ସମ୍ଭାବନା ରହିଛି।
ଅନ୍ୟପକ୍ଷରେ ୪ ତାରିଖ ସାରୁ ୫ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଅଶାନ୍ତ ରହିବ। ତେଣୁ ୫ ତାରିଖ ପର୍ଯ୍ୟନ୍ତ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଗଭୀର ସମୁଦ୍ର ଭିତରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି। ଏଥିସହ ୬ ତାରିଖ ପର୍ଯ୍ୟନ୍ତ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ସହ ଓଡ଼ିଶା ଉପକୂଳ ଅଞ୍ଚଳକୁ ସତର୍କତା ଜାରି ହୋଇଛି। ସେହିଭଳି ବାତ୍ୟା କ୍ଷେତରେ ଛିଡ଼ା ହୋଇଥିବା ଫସଲ ଓ ପନିପରିବା, କଚ୍ଚା ରୋଡ୍‌ ଏବଂ କଚ୍ଚା ଘରଗୁଡ଼ିକୁ କ୍ଷତି ପହଞ୍ଚାଇପାରେ। ତେଣୁ ପାଚିଲା ଧାନ, ମାଣ୍ଡିଆ, ବାଜରା, କପା ଓ ଅନ୍ୟାନ୍ୟ ଫସଲ, ଉଦ୍ୟାନ କୃଷି ଫସଲ ଓ ପନିପରିବା ଅମଳ ୩ ତାରିଖ ସୁଦ୍ଧା ଶେଷ କରି ସୁରକ୍ଷିତ ସ୍ଥାନରେ ରଖିବା ସହ ଫସଲ ଥିବା ଚାଷଜମିରୁ ଅତିରିକ୍ତ ପାଣି ନିଷ୍କାସନ ବ୍ୟବସ୍ଥା କରିବାକୁ ଆଇଏମ୍‌ଡି ପକ୍ଷରୁ ପରାମର୍ଶ ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କ ପାଇଁ ଭାଜପାର ‘ଚକ୍ରବ୍ୟୁହ’: ଏପଟେ ଶୁଭେନ୍ଦୁ, ସେପଟେ ହୁମାୟୁନଙ୍କ ମୁସଲିମ୍‌ କାର୍ଡ, ଅସୁବିଧା…

କୋଲକାତା,୧୯।୩: ପଶ୍ଚିମବଙ୍ଗ ରାଜନୀତିରେ ଗୁରୁବାର ଏକ ବଡ଼ ଧରଣର ହଲଚଲ ଦେଖିବାକୁ ମିଳିଛି। ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଭବାନୀପୁର ଆସନ ଏବେ ହଟ୍‌ସ୍ପଟ ପାଲଟିଛି। ମୁଖ୍ୟମନ୍ତ୍ରୀ…

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ତାରାତାରିଣୀ ପୀଠରେ ବାସନ୍ତିକ ନବରାତ୍ରୀ ଉତ୍ସବ ଆରମ୍ଭ: ବେଦମନ୍ତ୍ରରେ ପ୍ରକମ୍ପିତ ରତ୍ନଗିରି ପାହାଡ଼

ପୁରୁଷୋତ୍ତମପୁର,୧୯।୩(ସବିତା ମିଶ୍ର): ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ଶକ୍ତିପୀଠ ତଥା ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଗୁରୁବାର ରାତିରୁ ମହାସମାରୋହରେ ଆରମ୍ଭ ହୋଇଛି ବାସନ୍ତିକ…

ଆମେରିକାକୁ ଟାର୍ଗେଟ କରିପାରେ ପାକିସ୍ତାନର…! ଗୁପ୍ତଚର ସଂସ୍ଥା ମୁଖ୍ୟଙ୍କ ବୟାନ ପରେ ବିଶ୍ୱରେ ଚାଞ୍ଚଲ୍ୟ

ୱାଶିଂଟନ/ଇସଲାମାବାଦ,୧୯।୩: ଆମେରିକାର ଶୀର୍ଷ ଗୁପ୍ତଚର ସଂସ୍ଥାର ମୁଖ୍ୟ ତୁଲସୀ ଗବାର୍ଡଙ୍କ ଏକ ବିସ୍ଫୋରକ ବୟାନ ଏବେ ସାରା ବିଶ୍ୱର ଦୃଷ୍ଟି ଆକର୍ଷଣ କରିଛି। ପାକିସ୍ତାନ ଏବେ ଏଭଳି…

ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ରଙ୍କୁ ମିଳିବ ସମ୍ମାନଜନକ ‘ଡିଜିପି ଡିସ୍କ ଆୱାର୍ଡ’,ଛୁଟିଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୧୯।୩(ଦିଲ୍ଲୀପ ସାମଲ): ପୋଲିସ ସେବାରେ ନିଜର ଉଲ୍ଲେଖନୀୟ କୃତିତ୍ୱ ଓ ଦକ୍ଷତା ପାଇଁ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ (SP) ଶୁଭେନ୍ଦୁ କୁମାର ପାତ୍ର ‘ଡିଜିପି ଡିସ୍କ ଆୱାର୍ଡ’…

IPL 2026 ପୂର୍ବରୁ CSKକୁ ବଡ଼ ଝଟ୍‌କା, ପୁରା ସିଜନ୍‌ରୁ ବାଦ୍‌ ପଡ଼ିଲେ ଘାତକ ବୋଲର୍‌…

ନୂଆଦିଲ୍ଲୀ,୧୯।୩: ଗତ ସିଜନର ଖରାପ ପ୍ରଦର୍ଶନକୁ ପଛରେ ପକାଇ ଆଇପିଏଲ୍‌ ୨୦୨୬ରେ ନୂଆ ଆଶା ଓ ଉତ୍ସାହ ସହ ପଡ଼ିଆକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଥିବା ଚେନ୍ନାଇ ସୁପର…

ଭତ୍ତା ନେବାକୁ ଆସିଥିଲେ ଲୋକେ, ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଆଉ ତା’ ପରେ…

ଦିଗପହଣ୍ଡି,୧୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଜକର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଅପରାହ୍ନରେ ମହୁମାଛି ଆକ୍ରମଣରେ ୪ ଜଣ ଆହତ…

ଦୁଇ ବସ୍‌ ମୁହାଁମୁହିଁ, ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ…

ମୋହନା,୧୯ା୩(ମନ୍ମଥ ମିଶ୍ର): ଘରୋଇ ଯାତ୍ରୀବାହୀ ବସ୍‌ ସହ ମୁଖ୍ୟମନ୍ତ୍ରୀ ବସ୍‌ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୪ ଜଣ ଆହତ ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri