ବାତ୍ୟା ରୂପ ନେଲା ‘ମିଗ୍‌ଜୋମ୍‌’: ଓଡ଼ିଶାକୁ ୩ଦିନ ଭାରି ବର୍ଷା

ଭୁବନେଶ୍ୱର,୪।୧୨(ଅନୁରାଧା ମହାରଣା): ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ରବିବାର ସାମୁଦ୍ରିକ ଝଡ଼ ବା ବାତ୍ୟାର ରୂପ ନେଇଛି। ଭାରତୀୟ ପାଣିପାଗ ବିଭାଗ(ଆଇଏମଡି)ର ସୂଚନାନୁସାରେ, ରବିବାର ସନ୍ଧ୍ୟା ୭ଟା ୪୫ ସୁଦ୍ଧା ଏହା ପୁଡୁଚେରୀଠାରୁ ପ୍ରାୟ ୨୪୦ କି.ମି. ପୂର୍ବ, ଚେନ୍ନାଇଠାରୁ ୨୧୦ କି.ମି. ପୂର୍ବ-ଦକ୍ଷିଣ-ପୂର୍ବ, ନେଲ୍ଲୋରଠାରୁ ୩୩୦ କି.ମି. ଦକ୍ଷିଣ-ଦକ୍ଷିଣ ପୂର୍ବ ଏବଂ ମଛଲିପଟନମ୍‌ଠାରୁ ୪୫୦ କି.ମି. ଦକ୍ଷିଣ-ଦକ୍ଷିଣ ପୂର୍ବରେ କେନ୍ଦ୍ରୀଭୂତ ହୋଇଛି। ଏହା ଘଣ୍ଟା ପ୍ରତି ୮ କି.ମି. ବେଗରେ ଆଗକୁ ବଢ଼ୁଛି। କ୍ରମଶଃ ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଆହୁରି ଘନୀଭୂତ ହୋଇ ୪ ତାରିଖ ସୋମବାର ସକାଳ ସୁଦ୍ଧା ଦକ୍ଷିଣ ଆନ୍ଧ୍ରପ୍ରଦେଶ ଏବଂ ସଂଲଗ୍ନ ଉତ୍ତର ତାମିଲନାଡୁ ଉପକୂଳ ନିକଟ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ପହଞ୍ଚିବ । ଏହାପରେ ପ୍ରାୟ ସମାନ୍ତରାଳ ଭାବେ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ନିକଟରେ ଗତିକରି ୫ ତାରିଖ ପୂର୍ବାହ୍ନରେ ନେଲ୍ଲୋର ଓ ମଛଲିପଟନମ୍‌ ମଧ୍ୟରେ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବ। ଏହି ସମୟରେ ଘଣ୍ଟା ପ୍ରତି ସର୍ବାଧିକ ୯୦ରୁ ୧୦୦ କି.ମି. ବେଗରେ ପବନ ବହିବ। ଏହାର ପ୍ରଭାବରେ ଓଡ଼ିଶାରେ ୩ଦିନ ଭାରି ବର୍ଷାର ସମ୍ଭାବନା ରହିଥିବାରୁ ଏନେଇ ସତର୍କ କରିଛି ପାଣିପାଗ ବିଭାଗ। ପ୍ରବଳ ବର୍ଷାର ପୂର୍ବାନୁମାନ କରି ସୋମବାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲା ପାଇଁ ୟେଲୋ ୱାର୍ନିଂ ଜାରି ହୋଇଛି। ସେହିପରି ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ପୁରୀ, ମାଲକାନଗିରି,
କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୭ରୁ ୨୦ ସେମି) ହେବ। ୬ ତାରିଖରେ ଗଞ୍ଜାମ, ଗଜପତି, ପୁରୀ, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତ୍‌ସିଂହପୁର, କନ୍ଧମାଳ, କୋରାପୁଟ, ମାଲକାନଗିରି ଓ ରାୟଗଡ଼ା ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା (୭ରୁ ୧୧ ସେମି) ହେବାର ସମ୍ଭାବନା ରହିଛି। ଉପକୂଳ ଓଡ଼ିଶାର ଅଧିକାଂଶ ଜିଲାରେ, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, ମାଲକାନଗିରି, କୋରାପୁଟ ଜିଲାର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବଜ୍ରପାତ ହେବାର ସମ୍ଭାବନା ରହିଛି।
ଅନ୍ୟପକ୍ଷରେ ୪ ତାରିଖ ସାରୁ ୫ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଅଶାନ୍ତ ରହିବ। ତେଣୁ ୫ ତାରିଖ ପର୍ଯ୍ୟନ୍ତ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଗଭୀର ସମୁଦ୍ର ଭିତରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି। ଏଥିସହ ୬ ତାରିଖ ପର୍ଯ୍ୟନ୍ତ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ସହ ଓଡ଼ିଶା ଉପକୂଳ ଅଞ୍ଚଳକୁ ସତର୍କତା ଜାରି ହୋଇଛି। ସେହିଭଳି ବାତ୍ୟା କ୍ଷେତରେ ଛିଡ଼ା ହୋଇଥିବା ଫସଲ ଓ ପନିପରିବା, କଚ୍ଚା ରୋଡ୍‌ ଏବଂ କଚ୍ଚା ଘରଗୁଡ଼ିକୁ କ୍ଷତି ପହଞ୍ଚାଇପାରେ। ତେଣୁ ପାଚିଲା ଧାନ, ମାଣ୍ଡିଆ, ବାଜରା, କପା ଓ ଅନ୍ୟାନ୍ୟ ଫସଲ, ଉଦ୍ୟାନ କୃଷି ଫସଲ ଓ ପନିପରିବା ଅମଳ ୩ ତାରିଖ ସୁଦ୍ଧା ଶେଷ କରି ସୁରକ୍ଷିତ ସ୍ଥାନରେ ରଖିବା ସହ ଫସଲ ଥିବା ଚାଷଜମିରୁ ଅତିରିକ୍ତ ପାଣି ନିଷ୍କାସନ ବ୍ୟବସ୍ଥା କରିବାକୁ ଆଇଏମ୍‌ଡି ପକ୍ଷରୁ ପରାମର୍ଶ ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦନକାନନ କାର୍ଯ୍ୟାଳୟରେ ଅଧିକାରୀଙ୍କୁ ମାରଣାସ୍ତ୍ରରେ ଆକ୍ରମଣ

ବାରଙ୍ଗ,୨୯।୪(ଲିଙ୍ଗରାଜ ରାଉତ): ନନ୍ଦନକାନନ ଉପ-ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ସୋମବାର ଅପରାହ୍ନରେ ଜଣେ ଯୁବକ ଉତ୍ପାତ କରି କମ୍ପ୍ୟୁଟର, ଝରକାକାଚ, ଟେବୁଲ ଓ ଅନ୍ୟାନ୍ୟ ସାମଗ୍ରୀ ଭାଙ୍ଗିବା ସହ...

ପହଞ୍ଚିଲେ ନିର୍ବାଚନୀ ଖର୍ଚ୍ଚ ପର୍ଯ୍ୟବେକ୍ଷକ

କଟକ,୨୯ା୪(କାର୍ତ୍ତିକ ସାହୁ): ସାଧାରଣ ନିର୍ବାଚନ ୨୦୨୪ ନିମନ୍ତେ କଟକ ଜିଲାରେ ୩ଜଣ ଖର୍ଚ୍ଚ ପର୍ଯ୍ୟବେକ୍ଷକ ସୋମବାର ପହଞ୍ଚିଛନ୍ତି। ଭାରତୀୟ ରାଜସ୍ବ ସେବାର ବରିଷ୍ଠ ଅଧିକାରୀ  ସୁରେଶ...

ପଞ୍ଜୀକରଣର ୧୦୦ ମିନିଟ୍‌ ମଧ୍ୟରେ ହେବ କାର୍ଯ୍ୟାନୁଷ୍ଠାନ

କଟକ,୨୯ା୪(କାର୍ତ୍ତିକ ସାହୁ): ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ସମ୍ବନ୍ଧିତ ଅଭିଯୋଗ ଦାଖଲ ପାଇଁ କଟକ ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ୨୪ ଘଣ୍ଟିଆ ସମନ୍ବିତ କଣ୍ଟ୍ରୋଲ ରୁମ୍‌...

ଭାଜପା ଛାଡିବା ଖବରକୁ ଖଣ୍ଡନ କଲେ ନୀତେଶ, କହିଲେ ମୋ ଆକାଉଣ୍ଟ…

ଭୁବନେଶ୍ୱର,୨୯।୪: ଭାଜପା ଛାଡ଼ିଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ। ତେବେ ଏଭଳି ଏକ ଖବରକୁ ଖଣ୍ଡନ କରିଛନ୍ତି ନୀତେଶ। ସେ କହିଛନ୍ତି, ତାଙ୍କ ଫେସବୁକ୍‌ ଆକାଉଣ୍ଟ...

ଆତ୍ମସମର୍ପଣ କଲେ ୨୩ ମାଓବାଦୀ

ମାଲକାନଗିରି,୨୯ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଦାନ୍ତେୱାଡାରେ ସୋମବାର ୨୩ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଲୋନ୍‌ ଭାରାଟୁ ଅଭିଯାନରେ ପ୍ରଭାବିତ ହୋଇ ଆତ୍ମସମର୍ପଣ କରିଥିବା...

ଆସନ୍ତା ୨ରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିବେ ନବୀନ

ଭୁବନେଶ୍ୱର,୨୯।୪: ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨ ତାରିଖରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ନିଜର ନାମାଙ୍କନ ପତ୍ର ଦାଖଲ କରିବେ। ଏଥିସହ...

ଭାଜପାରୁ ଇସ୍ତଫା ଦେଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ

ଭୁବନେଶ୍ୱର,୨୯।୪: ଭାଜପା ଛାଡ଼ିଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ। ସୋମବାର ନୀତେଶ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସୋସିଆଲ ମିଡିଆରେ ପୋଷ୍ଟ କରି ଏମ୍‌ପି...

ବିଜେଡିରେ ଯୋଗ ଦେଲେ ପୂର୍ବତନ କଂଗ୍ରେସ ଜିଲା କାର୍ଯ୍ୟକାରୀ ସଭାପତି

କେନ୍ଦୁଝର,୨୯।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା କଂଗ୍ରେସ ପୂର୍ବତନ ଜିଲା କାର୍ଯ୍ୟକାରୀ ସଭାପତି ରତିକାନ୍ତ ବାରାଲ ବିଧିବଧ ଭାବେ ବିଜେଡିରେ ଯୋଗ ଦେଇଛନ୍ତି। ସେ ପୂର୍ବରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri