ବ୍ରହ୍ମପୁରରୁ ଚୋରି ହୋଇଯାଇଥିଲା ବାଇକ, ଦେଢବର୍ଷ ପରେ ମାଲିକଙ୍କୁ ଫେରାଇଲା କେ. ନୂଆଗାଁ ପୋଲିସ

ଦିଗପହଣ୍ଡି,୬।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ପୋଲିସକୁ ରାସ୍ତାକଡ ରୁ ମିଳିଥିବା ହୋଣ୍ଡା ୟୁନିକର୍ଣ୍ଣ ବାଇକ (ନଂ. ଓଡ଼ି୦୭ ଏଜି – ୪୨୫୦) କୁ ବୁଧବାର ନୂଆପଡ଼ା ଫାଣ୍ଡି ଅଧିକାରୀ ସୁବାସ ବାୟକ ପ୍ରକୃତ ମାଲିକଙ୍କୁ ଫେରାଇଥିବା ଜଣାପଡିଛି। ଗତ ୨୦୨୪ ଅକ୍ଟୋବର ୫ ତାରିଖ ସନ୍ଧ୍ୟା ସାଢ଼େ ୫ଟାରେ ବ୍ରହ୍ମପୁର ଖଲ୍ଲିକୋଟ ସ୍ବୟଂ ଶାସିତ ବିଶ୍ୱବିଦ୍ୟାଳୟ ସମ୍ମୁଖରୁ ଚୋରି ହୋଇଥିଲା। ବ୍ରହ୍ମପୁର ନିମଖଣ୍ଡି ଥାନା ମେଡ଼ିକାଲ ବ୍ୟାଙ୍କ କଲୋନୀ ୪ର୍ଥ ଲେନର ମିହିର କୁମାର ଦାସ ସେଠାରେ ବାଇକ ରଖି ବଜାର କରୁଥିବା ବେଳେ କେହି ଦୁର୍ବୃତ୍ତ ବାଇକଟିକୁ ଚୋରି କରିଥିଲେ। ସେ ବାଇକକୁ ଖୋଜାଖୋଜି କରିବାପରେ ମଧ୍ୟ ସନ୍ଧାନ ମିଳି ନ ଥିଲା। ସେ ଏନେଇ ବ୍ରହ୍ମପୁର ଟାଉନ ଥାନାରେ ଜଣାଇଥିଲେ। ପରେ ଅନଲାଇନରେ ଏତଲା ଦେଇଥିଲେ ମଧ୍ୟ ପଞ୍ଜୀକୃତ ହୋଇପାରି ନ ଥିଲା। ମନସ୍ତାପ କରି ବାଇକ ଚୋରି ଘଟଣାକୁ ଭୁଲିଯାଇଥିଲେ। କିଛି ମାସ ପରେ କେ.ନୂଆଗାଁ ଥାନା ତତ୍କାଳୀନ ନୂଆପଡ଼ା ଫାଣ୍ଡି ଅଧିକାରୀ ଜଗବନ୍ଧୁ ବାର୍ଲା ସଦଳବଳେ ରାତ୍ରୀକାଳୀନ ପାଟ୍ରୋଲିଂ କରୁଥିବା ବେଳେ ଦିଗପହଣ୍ଡି ବ୍ଲକ ଗୌଡ଼ ଗାଁ ନିକଟ ମୁଖ୍ୟରାସ୍ତା କଡରେ କେହି ବାଇକଟି ଛାଡି ଚାଲିଯାଇଥିବା ଦେଖିଥିଲେ। ପୋଲିସ ବାଇକକୁ ଜବତ କରି ଫାଣ୍ଡିକୁ ଆଣିଥିଲେ। ଜବତ ବାଇକର କେହି ଦାବିଦାର ନ ଥିବାରୁ ବାଇକଟିକୁ ପୋଲିସ ହେପାଜତରେ ରଖିଥିଲେ। ନବ ନିଯୁକ୍ତ ନୂଆପଡ଼ା ଫାଣ୍ଡି ଅଧିକାରୀ ଉକ୍ତ ବାଇକର ଚେଶିସ ନଂ. ଇଞ୍ଜିନ ନଂ. ଏବଂ ରେଜିଷ୍ଟେସନ ନଂ. ଗୁଡ଼ିକୁ ତଲାସି କରି ବାଇକ ମାଲିକଙ୍କ ନାଁ ଓ ଠିକଣା ସଂଗ୍ରହ କରିଥିଲେ। କେ.ନୂଆଗାଁ ଥାନା ଆଇଆଇସି ବିଶ୍ୱଜିତ ନାୟକଙ୍କୁ ଫାଣ୍ଡି ଅଧିକାରୀ ଏନେଇ ସୂଚନା ଦେବାପରେ ବୁଧବାର ବାଇକ ମାଲିକଙ୍କୁ ଥାନାକୁ ଡକାଯାଇଥିଲା। ବାଇକର ସମସ୍ତ କାଗଜପତ୍ର ଯାଞ୍ଚ କରାଯିବା ପରେ ଆଇଆଇସିଙ୍କ ନିର୍ଦ୍ଦେଶକ୍ରମେ ପ୍ରକୃତ ମାଲିକଙ୍କୁ ବାଇକଟିକୁ ଜିମାରେ ଦିଆଯାଇଥିଲା। ଦେଢବର୍ଷ ପରେ ବାଇକ ଟି ତାଙ୍କୁ ମିଳିବାପରେ ସେ ପୋଲିସ ଅଧିକାରୀ ମାନଙ୍କୁ କୃତଜ୍ଞତା ଜଣାଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଶନିବାର ସକାଳ ୮ଟାରୁ ବିଦ୍ୟୁତ୍ କାଟ୍: ଏସବୁ ଅଞ୍ଚଳରେ ୬ ଘଣ୍ଟା ବନ୍ଦ ରହିବ ବିଦ୍ୟୁତ୍ ସେବା

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଡିଭିଜନ୍-୨ ଗ୍ରୀଡ୍ ଅନ୍ତର୍ଗତ ୧୧କେଭି ଟେଲିଫୋନ୍ ଏକ୍ସଚେଞ୍ଜ୍ ଫିଡର୍ରେ ଜରୁରୀକାଳୀନ ମରାମତି କାର୍ଯ୍ୟ ଯୋଗୁ ଆସନ୍ତାକାଲି (ଶନିବାର) ସକାଳ ୮ଟାରୁ ଅପରାହ୍ନ ୨ଟା…

ବର୍ଷୀୟାନ ସଂଗଠକଙ୍କୁ ଝୁରୁଛି ଗାଁ ମାଟି ….

ପାଟଣା,୨୮/୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଂଚାୟତ ମଲ୍ଲି ପୋଷି ଗ୍ରାମର ଅବସର ପ୍ରାପ୍ତ ଶିକ୍ଷକ ଓ ବିଶିଷ୍ଟ ସଂଗଠକ ରବୀନ୍ଦ୍ର ବେଜଙ୍କ…

ସରକାରୀ ଜମି ଦଖଲକୁ ନେଇ ଗୋଷ୍ଠୀ ସଂଘର୍ଷ: ୨ ମହିଳାଙ୍କ ସମେତ ୯ ଅଭିଯୁକ୍ତ ଗଲେ ଜେଲ, ଫୋର୍ସ ମୁତୟନ

ଦିଗପହଣ୍ଡି, ୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ଅନ୍ତର୍ଗତ ଦିଗପହଣ୍ଡି ଥାନା ନୂଆ ଅନନ୍ତେଇ ଗ୍ରାମରେ ସରକାରୀ ଜମି ଦଖଲ ଏବଂ ଚାଷକୁ ନେଇ…

କମେ ଗାଁ ଜଙ୍ଗଲରୁ ହାତୀଛୁଆର ମୃତଦେହ ଉଦ୍ଧାର: ନର୍ଲା ରେଞ୍ଜରେ ବାରମ୍ବାର ହାତୀ ମୃତ୍ୟୁକୁ ନେଇ…

ନର୍ଲା, ୭।୮(ସନ୍ତୋଷ ପାତ୍ର): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ଅନ୍ତର୍ଗତ ନର୍ଲା ରେଞ୍ଜ କମେ ଗାଁ ଜଙ୍ଗଲରୁ ଶୁକ୍ରବାର ଏକ ହାତୀ ଛୁଆର ମୃତଦେହ ଉଦ୍ଧାର କରାଯାଇଛି।…

“କାମ କର, ନଚେତ୍ ଅନ୍ୟପାଇଁ ବାଟ ଛାଡ଼”: କଡ଼ା ଚେତାବନୀ ଦେଇ…

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଂଗ୍ରେସର ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକାରିଣୀ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ପ୍ରଦେଶ ଏବଂ ଜାତୀୟ ସ୍ତରର ପ୍ରମୁଖ ଦଳୀୟ…

ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପରିଦର୍ଶନ କଲେ ଜିଲାସ୍ତରୀୟ ଟିମ୍‌

ଛତ୍ରପୁର,୭ା୮(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟର ଅଧୀକ୍ଷକ ଡାକ୍ତର ଶ୍ରୀକାନ୍ତ ସାହୁ ନେତୃତ୍ୱରେ ଏକ ଜିଲାସ୍ତରୀୟ…

ଝିଲିମିଣ୍ଡା ପାଇଁ ଗୌରବ ଆଣିଲେ ରାମ ମେହେର

ଅତାବିରା,୭ା୮ (ଯୁଧିଷ୍ଠିର ମହାପାତ୍ର): ଜାତୀୟ ହସ୍ତତନ୍ତ ଦିବସ ଅବସରରେ ବରଗଡ଼ ଜିଲା ପାଇଁ ଆସିଛି ଗର୍ବର ମୁହୂର୍ତ୍ତ। ଅତାବିରା ବ୍ଲକ ଅନ୍ତର୍ଗତ ଝିଲିମିଣ୍ଡା ଗ୍ରାମର ବିଶିଷ୍ଟ ହସ୍ତତନ୍ତ…

ଛାତ୍ରଛାତ୍ରୀଙ୍କୁ ମିଳିଲା ସ୍ୱାସ୍ଥ୍ୟ ପରାମର୍ଶ: ଏଚ୍‌ଆଇଭି-ଏଡ୍‌ସ୍ ଏବଂ ଯକ୍ଷ୍ମା ରୋଗରୁ ବର୍ତ୍ତିବାର ଉପାୟ ସମ୍ପର୍କରେ ସଚେତନ…

ଦିଗପହଣ୍ଡି,୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ ପୋଡ଼ାମାରି ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶୁକ୍ରବାର ଏଚ୍‌ଆଇଭି (HIV), ଏଡ୍‌ସ୍ ଏବଂ ଯକ୍ଷ୍ମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri