ବାରଙ୍ଗରୁ ନିଖୋଜ ନାବାଳକ: ୫ ଦିନ ପରେ ଭୁବନେଶ୍ୱରରୁ ଉଦ୍ଧାର

ଭୁବନେଶ୍ୱର, ୧୯।୨୦(ବ୍ୟୁରୋ): ଖୋର୍ଦ୍ଧା ଜିଲା ବାରଙ୍ଗ ଥାନା ଗୁଆକୁଳିମୁଣ୍ଡିଆସ୍ଥିତ ଏକ ଆପାର୍ଟମେଣ୍ଟ ନିକଟରୁ ଗତ ୧୫ ତାରିଖରୁ ନିଖୋଜ ହୋଇଯାଇଥିବା ନାବାଳକକୁ ଶନିବାର ଭୁବନେଶ୍ୱରରୁ ଉଦ୍ଧାର କରାଯାଇଛି। ଭୁବନେଶ୍ୱର ଇନ୍‌ଫୋସିଟି ଥାନା ଜରିମୁଣ୍ଡା ସାହିରୁ ନାବାଳକଙ୍କୁ ଉଦ୍ଧାର କରିଛି ବାରଙ୍ଗ ପୋଲିସ।
ପ୍ରକାଶ ଯେ, ଗତ ୧୫ ତାରିଖରେ ଗୁଆକୁଳିମୁଣ୍ଡିଆ ଗାଁରୁ ନାବାଳକ ନିଖୋଜ ହୋଇଯାଇଥିଲେ । ଏ ନେଇ ନାବାଳକଙ୍କ ମା’ ଗତ ୧୭ ତାରିଖରେ ଥାନାରେ ଅଭିଯୋଗ କରିଥିଲେ। ଏହାପରେ ପୋଲିସ କଟକ ଓ ବାରଙ୍ଗ ଅଞ୍ଚଳରେ ଖୋଜାଖୋଜି ଆରମ୍ଭ କରିଥିଲା।
ନାବାଳକଜଣକ ଭୁବନେଶ୍ୱର ଶୀଖରଚଣ୍ଡି ଅଧୀନ ଜଡିମୁଣ୍ଡା ସାହି ନିକଟରେ ବୁଲୁଥିବା ଖବର ପାଇ ପୋଲିସ ସେଠାରେ ପହଞ୍ଚି ନାବାଳକଙ୍କୁ ଉଦ୍ଧାର କରିଛି। ସମ୍ପୃକ୍ତ ନାବାଳକଙ୍କୁ ବାରଙ୍ଗ ଥାନାକୁ ନିଆଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କୁଲାଡ ରଥଯାତ୍ରା; ୧୨ରେ ପ୍ରସ୍ତୁତି ବୈଠକ, ରଥ ମରାମତି ପାଇଁ କାଠ ଚୟନ….

ଭଞ୍ଜନଗର,୧୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ କୁଲାଡ ଜଗନ୍ନାଥ ମନ୍ଦିର ୧୭୬୦ ମସିହାରେ ପ୍ରତିଷ୍ଠା ହୋଇଥିଲା। କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ରାଜବଂଶ ପକ୍ଷରୁ ଉକ୍ତ ମନ୍ଦିର…

ନବୀନ ଡାକିଲେ ବଡ଼ ବୈଠକ, ଆଉ କିଛି ସମୟରେ ବଡ଼ ଘୋଷଣା!

ଭୁବନେଶ୍ୱର,୧୦।୬: ରାଜ୍ୟ ରାଜନୀତିରେ ଏବେ ହଲଚଲ ଜୋର ଧରିଛି। ବିଶେଷ କରି ସାଧାରଣ ନିର୍ୱାଚନ ପରେ ବିଜେଡି ଶିବିରରେ ତତ୍ପରତା ପ୍ରକାଶ ପାଇଛି। ଦିଲ୍ଲୀ ଗସ୍ତରୁ ଫେରିବା…

କେସିଙ୍ଗା ମେଡିକାଲ ଉପରେ ପଡ଼ିଲା ଗଛ, ଭାଙ୍ଗିଗଲା….

କେସିଙ୍ଗା,୧୦।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ବର୍ହିବିଭାଗ ସମ୍ମୁଖରେ ପଡ଼ିଗଲା ବିରାଟକାୟ ଗଛ । ଅଳ୍ପକେ ଦୁର୍ଘଟଣା ବର୍ତ୍ତିଯାଇଛି କହିଲେ ଅତ୍ୟୁକ୍ତି ହେବ ନାହିଁ…

କଂଗ୍ରେସରେ ମିଶିବେ ମମତା? ମୁହଁ ଖୋଲିଲା TMC, ରାଜନୀତିରେ ଚହଳ

କୋଲକାତା,୧୦।୬: ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କ ପାଇଁ ସମସ୍ୟା ବଢ଼ିବାରେ ଲାଗିଛି। ଦଳର ବିଧାୟକମାନଙ୍କ ବିଦାୟ ପରେ, ଏମପିମାନେ ମଧ୍ୟ ଦଳ ଛାଡିବାକୁ ପ୍ରସ୍ତୁତ…

ମମତାଙ୍କ ଠୁ ୬ଗୁଣା ଅଧିକ ଧନୀ ସାୟନି ଘୋଷ, ଏତେ ଟଙ୍କାର ମାଲିକାଣୀ…

କୋଲକାତା,୧୦।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ୱାଚନ ଫଳାଫଳ ଏବଂ ରାଜ୍ୟରେ ଭାଜପା ସରକାର ଗଠନ ପରେ, ୧୫ ବର୍ଷ ଧରି ବଙ୍ଗଳାରେ ଶାସନ କରିଥିବା ତୃଣମୂଳ କଂଗ୍ରେସ (ଟିଏମସି)…

ଫସର ଫାଟିଲା ପୂଜକ କନ୍ଧ ଶତପଥୀଙ୍କ ଘର ଭାଙ୍ଗିବା ପ୍ରୟାସ, ନିରାଶ ହୋଇ ଫେରିଲା ପ୍ରଶାସନ

ଗଞ୍ଜାମ,୧୦।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ତ୍ରିବେଣୀ ମଠ ଛକରେ ଦୀର୍ଘ ୭୦ ବର୍ଷ ହେବ ରହି ଆସୁଛନ୍ତି ପୂଜକ କନ୍ଧ ଶତପଥୀ ଓ ତାଙ୍କ ପରିବାର…

ଉଡ଼ାଣ ଭରିବା ସମୟରେ କ୍ରାଶ ହେଲା ହେଲିକପ୍ଟର, ୨୦ ଯବାନ ମୃତ!

ଇସଲାମବାଦ,୧୦।୬: ପାକିସ୍ତାନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଏକ ପାକିସ୍ତାନ ସେନା ଆଭିଏସନ୍ Mi-17 ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି । ଯାହା ଫଳରେ ଏଥିରେ…

ଧାନ ଚୋରି କରି ନେଇଯାଉଥିବା ବେଳେ ଦୁର୍ଘଟଣା ହେଲା ଟ୍ରକ, ଚାଳକ….

ଅତାବିରା,୧୦।୬(ଯୁଧିଷ୍ଠିର ମହାପାତ୍ର): ରାଜ୍ୟରେ ରବି ଧାନ କିଣାବିକା ଅବଧି ଯେତେ ବିତୁଛି, ସେତିକି ଚାଷୀ ସମସ୍ୟା ବଢ଼ିବାରେ ଲାଗିଛି । କେତେବେଳେ ଟୋକନ ତ ଆଉ କେତେବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri