ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ଶନିବାର ରାତି ପ୍ରାୟ ୧୧ଟା ୩୧ ମିନିଟ ସମୟରେ ହଠାତ ପୃଥିବୀ ପୃଷ୍ଠ ଥରିବା ସହ କିଛି ଶବ୍ଦ ଶୁଭା ଯାଇଥିଲା। ଯଦିଓ ଏହି କମ୍ପନ ମାତ୍ର ୨ ରୁ ୩ ସେକେଣ୍ଡ ପାଇଁ ରହିଥିଲା, ତଥାପି ଏହା ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ପ୍ରବଳ ଭୟ ସୃଷ୍ଟି କରିଛି। ଭୂକମ୍ପ ଯୋଗୁ ଲୋକେ ଘରୁ ବାହାରକୁ ଚାଲି ଆସିଥିବା ଦେଖିବାକୁ ମିଳିଛି।
ଜିଲାର କୋରାପୁଟ ସମେତ ଜୟପୁର, ପଟ୍ଟାଙ୍ଗି, ସୁନାବେଡ଼ା, ନନ୍ଦପୁର ଆଦି ବିଭିନ୍ନ ସ୍ଥାନରେ ଭୂକମ୍ପ ଅନୁଭୂତ ହୋଇଛି। ବିଳମ୍ବିତ ରାତିରେ ଶୋଇଥିବା ଅବସ୍ଥାରେ ହଠାତ ଘର ହଲିବାରୁ ଲୋକେ ଭୟଭୀତ ହୋଇ ପଦାକୁ ବାହାରି ଆସିଥିଲେ। ଅନେକ ନିଜର ବନ୍ଧୁବାନ୍ଧବ ଓ ସାଙ୍ଗସାଥିଙ୍କୁ ଫୋନ କରି ଏହି ଅନୁଭୂତି ବାବଦରେ ପଚାରି ବୁଝୁଥିବା ଦେଖାଯାଇଥିଲା। ତେବେ ପଟ୍ଟାଙ୍ଗି ଅଞ୍ଚଳରେ ଏଭଳି ଘଟଣା ପ୍ରଥମ ଥର ପାଇଁ ଘଟିଥିବାରୁ ସାଧାରଣରେ ଭୟ ସୃଷ୍ଟି ହୋଇଛି।
ଏନେଇ ପଚାରିବାରୁ ପଟ୍ଟାଙ୍ଗିର ଜଣେ ବାସିନ୍ଦା କହିଛନ୍ତି ଯେ, “ହଠାତ ଘରଟା ଥରିଉଠିଲା ଏବଂ ବାହାରେ ଏକ ବଡ଼ ଧରଣର ଶବ୍ଦ ହେଲା। ଆମେ କିଛି ବୁଝିବା ପୂର୍ବରୁ ସବୁ ଶାନ୍ତ ହୋଇଯାଇଥିଲା, କିନ୍ତୁ ଭୟରେ ଆମେ ବାହାରକୁ ପଳାଇ ଆସିଲୁ”।  ତେବେ ଅଞ୍ଚଳରେ କୌଣସି ପ୍ରକାରର ଧନଜୀବନ ହାନି ହୋଇଥିବାର ଖବର ମିଳିନାହିଁ, କିନ୍ତୁ ଏହି ପ୍ରାକୃତିକ ବିପର୍ଯ୍ୟୟ ଏବେ ସ୍ଥାନୀୟ ଲୋକଙ୍କ ପାଇଁ ଚର୍ଚ୍ଚାର ବିଷୟ ପାଲଟିଛି।

Enter your email to get our daily news in your inbox.

All Right Reserved By Dharitri.Com

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ଦଶମ ଶ୍ରେଣୀ ନାବାଳିକାଙ୍କୁ ଅପହରଣ କରି କରିଥିଲେ ବଳାତ୍କାର, ମୋବାଇଲ୍‌ ଟ୍ରାକିଂ କରି ଅଭିଯୁକ୍ତଙ୍କୁ ମାଡ଼ି ବସିଲା…

ଦିଗପହଣ୍ଡି, ୪।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ଏକ ଗ୍ରାମର ଜଣେ ୧୫ ବର୍ଷୀୟା ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ବରଗଡ଼ରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ, ଖଡ଼ି ଛୁଆଁଇଲେ ଜିଲାପାଳ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ)- ଚଳିତ ଶିକ୍ଷାବର୍ଷରେ ନୂତନ ଛାତ୍ରୀଛାତ୍ରମାନଙ୍କ ନାମଲେଖା ଓ ଖଡ଼ିଛୁଆଁ ପାଇଁ ଶନିବାର ଜିଲାସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି।…

ଖଡ଼ି ଛୁଇଁଲେ ଛାତ୍ରୀଛାତ୍ର: ତୁମୁଡିବନ୍ଧରେ ବ୍ଲକସ୍ତରୀୟ ‘ପ୍ରବେଶ ଉତ୍ସବ’ ଓ ‘ବିଦ୍ୟା ବନ୍ତ ବିଦ୍ୟାର୍ଥୀ’ ସଚେତନତା ରଥ…

ତୁମୁଡିବନ୍ଧ, ୪ା୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ‘ପ୍ରବେଶ ଉତ୍ସବ’ ବା ‘ଖଡ଼ି ଛୁଆଁ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri