ଟିକା ନ ନେଲେ ମିଳିବନି ସରକାରୀ ସୁବିଧା

ଭୁବନେଶ୍ୱର, ୨୪।୨ (ବ୍ୟୁରୋ): ପଞ୍ଜୀକୃତ ହୋଇ ଟିକା ନେଉ ନ ଥିବା ସ୍ବାସ୍ଥ୍ୟକର୍ମୀ ଓ ସମ୍ମୁଖ ଯୋଦ୍ଧାଙ୍କୁ ପୁଣି ତାଗିଦ କରିଛନ୍ତି ରାଜ୍ୟ ସରକାର। ଟିକା ନ ନେଲେ ସରକାରୀ ସୁବିଧାସୁଯୋଗରୁ ବଞ୍ଚତ୍ତ ହେବେ ବୋଲି ଚେତାଇ ଦେଇଛନ୍ତି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ରାଜ୍ୟର ସମସ୍ତ ଜିଲାପାଳ ଓ ଭୁବନେଶ୍ବର, କଟକ, ବ୍ରହ୍ମପୁର ଓ ରାଉରକେଲା ମହାନଗର ନିଗମ କମିଶନରଙ୍କୁ ଚିଠି ଲେଖିଛନ୍ତି। ନାମ ପଞ୍ଜୀକରଣ କରି କୌଣସି ଗୁରୁତ୍ୱପୂର୍ଣ୍ଣ କାରଣ ନ ଦର୍ଶାଇ ଟିକା ନେଇ ନ ଥିବା ସ୍ବାସ୍ଥ୍ୟକର୍ମୀ ଓ ସମ୍ମୁଖ ଯୋଦ୍ଧାଙ୍କ ଟିକାକରଣ ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ମହାପାତ୍ର ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, କାରଣ ନ ଥାଇ ଟିକା ନ ନେଇଥିବା ଏହି ଯୋଦ୍ଧା କରୋନା ସଂକ୍ରମିତ ହେଲେ ତାଙ୍କୁ ମାଗଣା ଚିକିତ୍ସା, ମୃତ୍ୟୁକାଳୀନ ଆର୍ଥିକ ସହାୟତା ଇତ୍ୟାଦି ସରକାରୀ ସୁବିଧା ମିଳିବ ନାହିଁ। ରାଜ୍ୟରେ ଏ ପର୍ଯ୍ୟନ୍ତ ମୋଟ ୮୫ପ୍ରତିଶତ ସ୍ବାସ୍ଥ୍ୟକର୍ମୀ ଓ ସମ୍ମୁଖ ଯୋଦ୍ଧା ଟିକା ନେଇଛନ୍ତି। ଏ କ୍ଷେତ୍ରରେ ଜାତୀୟ ସ୍ତରରେ ଓଡ଼ିଶା ତୃତୀୟ ସ୍ଥାନରେ ରହିଛି। ଏବେ ବି ସମ୍ମୁଖ ଯୋଦ୍ଧାଙ୍କୁ କରୋନା ଟିକା ଦିଆଯିବା ପ୍ରକ୍ରିୟା ଜାରି ରହିଛି। ବାରମ୍ବାର ସୂଚିତ କରାଯିବା ପରେ ମଧ୍ୟ ପଞ୍ଜୀକୃତ କେତେଜଣ ସ୍ବାସ୍ଥ୍ୟକର୍ମୀ ଓ ସମ୍ମୁଖ ଯୋଦ୍ଧା ପ୍ରଥମ ପର୍ଯ୍ୟାୟ କରୋନା ଟିକା ନେଇ ନାହାନ୍ତି। ତେଣୁ ସେମାନଙ୍କୁ ଏହି ନିର୍ଦ୍ଦେଶ ଜଣାଇବା ସହିତ ତୁରନ୍ତ ସମୟସୀମା ମଧ୍ୟରେ ଟିକା ନେବା ପାଇଁ କହିବାକୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଚିଠିରେ ଉଲ୍ଲେଖ କରିଛନ୍ତି। ସୂଚନାଯୋଗ୍ୟ, ଜାନୁୟାରୀ ୧୬ରୁ ରାଜ୍ୟରେ ଟିକାକରଣ ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟରେ ସ୍ବାସ୍ଥ୍ୟ କର୍ମୀ ଓ ଦ୍ୱିତୀୟ ପର୍ଯ୍ୟାୟରେ ସମ୍ମୁଖ ଯୋଦ୍ଧାଙ୍କୁ ଟିକା ଦିଆଯାଉଛି। କିନ୍ତୁ କେତେଜଣ ସ୍ବାସ୍ଥ୍ୟ କର୍ମୀ ଓ ସମ୍ମୁଖ ଯୋଦ୍ଧା ନାମ ପଞ୍ଜୀକରଣ କରିଥିଲେ ସୁଦ୍ଧା ଟିକା ନେବା ପାଇଁ ଅମଙ୍ଗ ହେଉଛନ୍ତି। ବାରମ୍ବାର ତାଗିଦ ସହ ଟିକାକରଣ ସମୟସୀମା ବୃଦ୍ଧି କରାଯାଇଥିଲେ ମଧ୍ୟ ସେମାନେ ଟିକା ନେଉ ନ ଥିବାରୁ ରାଜ୍ୟ ସରକାର ଏଭଳି କଡ଼ା ଆଭିମୁଖ୍ୟ ଗ୍ରହଣ କରିବାକୁ ନିଷ୍ପତ୍ତି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’

ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri