ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଅଭିନେତା ମିଲିନ୍ଦ ସୋମନ

ନୂଆଦିଲ୍ଲୀ,୨୫ ।୮: ବଲିଉଡ ଅଭିନେତା ତଥା ମଡେଲ ମିଲିନ୍ଦ ସୋମନ ଦେଶର ଟପ ଆଥେଲେଟରେ ସାମିଲ ଅଛନ୍ତି । ନିଜର ଫିଟନେସକୁ ନେଇ ସେ ଖୁବ୍ ଚର୍ଚ୍ଚିତ । ନିକଟରେ ମିଲିନ୍ଦ ୟୁନିଟ ରନ ଶେଷ କରିଛନ୍ତି । ଏହାପରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଥିଲେ । ଏବେ ସେ ମୋଦିଙ୍କ ସହ ଏକ ଫଟୋ ଶେୟାର କରି ଏକ ବଡ କଥା କହିଛନ୍ତି ।
ସୂଚନାଯୋଗ୍ୟ, ୟୁନିଟ ରନ ଶେଷ କରିବା ପରେ ମିଲିନ୍ଦ ସୋମନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଥିଲେ । ଏବେ ସେ ତାଙ୍କ ଅଫିସିଆଲ ଟୁଇଟର ହ୍ୟାଣ୍ଡେଲରେ ମୋଦିଙ୍କ ସହ ସାକ୍ଷାତକାର ସମୟର ଏକ ଫଟୋ ଶେୟାର କରିଛନ୍ତି । ଯାହା ଚର୍ଚ୍ଚାର ବିଷୟ ହୋଇଛି । ଏହି ଫଟୋ ଶେୟାର କରି ସେ କ୍ୟାପଶନରେ ଲେଖିଛନ୍ତି, ୟୁନିଟ ରନ ଶେଷ ପରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଭେଟି ଖୁବ୍ ଖୁସି ଅନୁଭବ କଲି । ସାକ୍ଷାତକାର ସମୟରେ ତାଙ୍କ ସହ କଥା ହୋଇ ଜାଣିପାରିଲି ଯେ ସେ ବି ମୋ ପରି ଭାରତୀୟ ଇତିହାସ, ଖେଳ, ସ୍ୱାସ୍ଥ୍ୟ ଓ ଫିଟନେସ ଉପରେ ଖୁବ ରୁଚି ରଖନ୍ତି । ଦେଶରେ ଯୋଗ ଓ ଆୟୁର୍ବେଦକୁ ଆଗକୁ ଯିବାକୁ ସୁଯୋଗ ମିଳୁଥିବାରୁ ମୁଁ ହୃଦୟର ସହ ତାଙ୍କୁ ଧନ୍ୟବାଦ ଦେଉଛି ।
ମିଲିନ୍ଦ ସୋମନଙ୍କ ଏହି ଫଟୋ ଏବେ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ହୋଇଛି । ୫୬ ବର୍ଷ ବୟସରେ ଖୁବ୍ ଫିଟଥିବା ମିଲିନ୍ଦ ସୋମନଙ୍କୁ ଖୁବ୍ ପ୍ରଶଂସା ବି ମିଳୁଛି । ୱାର୍କ ଆଉଟ, ଯୋଗ ଅଭ୍ୟାସ କରି ଫିଟ ଥିବା ଏହି କଳାକାରଙ୍କ ପୋଷ୍ଟରେ ଭିନ୍ନ ଭିନ୍ନ ପ୍ରକାରର କମେଣ୍ଟ ଦେଖିବାକୁ ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri