Posted inଜାତୀୟ

ମଣିପୁର: ପୋଲିସ ଅଧିକାରୀଙ୍କୁ ହତ୍ୟା ପରେ ସୁରକ୍ଷାକର୍ମୀଙ୍କ ଉପରେ ଘାତ ଲଗାଇ ଆକ୍ରମଣ କଲେ ବିଦ୍ରୋହୀ

ଇମ୍ଫାଲ,୩୧/୧୦: ମଣିପୁର ଟେଙ୍ଗନୁପାଲ୍ ରେ ମଙ୍ଗଳବାର ସକାଳ ସମୟରେ ଜଣେ ପୋଲିସ କର୍ମୀଙ୍କୁ ଗୁଳିକରି ହତ୍ୟା କରିବା ପରେ ପୋଲିସ କମାଣ୍ଡୋଙ୍କ ଏକ ଟିମ୍ ଉପରେ ମରଣାନ୍ତକ ଆକ୍ରମଣ ହୋଇଛି। ପୋଲିସ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଟେଙ୍ଗନୁପାଲ୍ ଠାରୁ ୧୦ କିମି ଦୂରରେ ବିଦ୍ରୋହିମାନେ ଘାତ ଲଗାଇ ଆକ୍ରମଣ କରିଥିଲେ, ଯେଉଁଥିରେ ଅନେକ ଯବାନ ଆହତ ହୋଇଛନ୍ତି।

ଖବର ପାଇଁ ଆସାମ ରାଇଫଲ ଘଟଣାସ୍ଥଳରେ ପହଞ୍ଚି ଯବାନ ମାନଙ୍କୁ ରକ୍ଷା କରିଥିଲେ। ଅନେକ ଆହତଙ୍କୁ ତୁରନ୍ତ ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା। ପୋଲିସ ଅଧିକାରୀଙ୍କୁ ହତ୍ୟା କରିବା ପରେ ସେନା ପକ୍ଷରୁ ସନ୍ଦିଗ୍ଧ ବିଦ୍ରୋହୀ ସ୍ନାଇପାରକୁ ଧରିବା ପାଇଁ ସେନାର ଅପରେସନ ପାଇଁ ମଣିପୁର ପୋଲିସ ଅଧିକ ସୁରକ୍ଷା କର୍ମୀଙ୍କୁ ମୋରେହ ପଠାଇଥିଲା। ତେବେ ଏହି ଘଟଣା ପରେ କିଛି ଦିନଧରି ଶାନ୍ତ ପଡିଥିବା ମଣିପୁରରେ ପୁଣି ହିଂସା ବଢିବା ଆଶଙ୍କା ବଢିଯାଇଛି। ବର୍ତ୍ତମାନ ସ୍ଥିତିରେ ସୁରକ୍ଷାକର୍ମୀ ଏବଂ ବିଦ୍ରୋହୀଙ୍କ ମଧ୍ୟରେ ଶତ୍ରୁତା ବଢିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାଇବର ଜାଲିଆତି ସିଣ୍ଡିକେଟ୍‌ର ବଡ଼ ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୬ା୬: କେନ୍ଦ୍ରୀୟ ଦିଲ୍ଲୀ ପୋଲିସ ମାସେବ୍ୟାପୀ ଚଢ଼ାଉ କରି ୭ଟି ଆନ୍ତଃରାଜ୍ୟ ସାଇବର ଜାଲିଆତି ସିଣଣ୍ଡିକେଟ୍‌ର ପର୍ଦ୍ଦାଫାଶ କରିବା ସହ ୧୪ ଜଣଙ୍କୁ ଗିରଫ କରିଛି। ଜଣେ…

ପେଟ୍ରୋଲ ପମ୍ପ ଛାଡ଼ନ୍ତୁ, ଘର ଆଗରେ ଲଗାନ୍ତୁ EV ଚାର୍ଜିଂ ଷ୍ଟେଶନ; କେଇଦିନରେ ବଦଳିଯିବ ଆପଣଙ୍କ ଭାଗ୍ୟ!

ନୂଆଦିଲ୍ଲୀ,୬।୫: ଦିନ ଥିଲା ଯେତେବେଳେ ପେଟ୍ରୋଲ ପମ୍ପର ମାଲିକ ହେବା ପ୍ରତ୍ୟେକ ବ୍ୟବସାୟୀଙ୍କ ପାଇଁ ଏକ ବଡ଼ ସ୍ବପ୍ନ ଥିଲା। କିନ୍ତୁ ବଦଳୁଥିବା ସମୟ ସହିତ ଏହି…

ପାକିସ୍ତାନର ନୂଆ ଚାଲ୍‌: PoKରେ ନିର୍ବାଚନ କରିବାକୁ ଘୋଷଣା, ଭାରତ କହିଲା…

ନୂଆଦିଲ୍ଲୀ,୬।୬:ପାକିସ୍ତାନର ଗିଲଗିଟ-ବାଲ୍ଟିସ୍ତାନ ବିଧାନସଭା ପାଇଁ ନିର୍ବାଚନ ଆୟୋଜନ ଯୋଜନା କରୁଛି। ଏହି ଅଞ୍ଚଳଟି ପାକିସ୍ତାନ ଦ୍ୱାରା ଅବୈଧ ଏବଂ ବଳପୂର୍ବକ ଭାବରେ ଦଖଲ କରାଯାଇଥିବା ଭାରତୀୟ ଅଞ୍ଚଳ।…

ବିହାରରେ ସୁରକ୍ଷାକୁ ନେଇ ରାଜନୈତିକ ବିବାଦ: ଲାଲୁ-ରାବ୍ରିଙ୍କ ପାଇଁ Z+ ସୁରକ୍ଷା ପ୍ରତ୍ୟାହାର କରିବା ପରେ ଏମିତି କଲେ ତେଜସ୍ବୀ

ପାଟନା,୬।୬: ବିହାର ରାଜନୀତିରେ ସୁରକ୍ଷା ବ୍ୟବସ୍ଥାକୁ ନେଇ ସରକାର ଏବଂ ବିରୋଧୀ ଦଳ ମଧ୍ୟରେ ବିବାଦ ପୁଣି ଥରେ ଶୀର୍ଷରେ ପହଞ୍ଚିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ…

ତିନି ଦିନ ବିଳମ୍ବରେ ଗୋଆରେ ପହଞ୍ଚିଲା ମୌସୁମୀ, ଏବେ ବର୍ଷାକୁ ନେଇ ରେଡ ଆଲର୍ଟ, ଓଡ଼ିଶା ଛୁଇଁବାକୁ ଆହୁରି ଲାଗିବ…

ନୂଆଦିଲ୍ଲୀ,୬।୬: ପ୍ରାୟ ତିନି ଦିନ ବିଳମ୍ବ ପରେ, ଶନିବାର ମୌସୁମୀ ବାୟୁ ଗତି ବୃଦ୍ଧି ପାଇଛି ଏବଂ ଏହା ଗୋଆରେ ପହଞ୍ଚିଛି। କେରଳରେ ଆଗାମୀ ୨୪ ଘଣ୍ଟା…

ଫାୟାରିଂ ମାମଲାରେ ସରେଣ୍ଡର କଲେ ଖାନ୍‌ ସାର, ଏବେ ଆଗକୁ…

ପାଟନା,୬।୬: ବିହାରର ଜଣାଶୁଣା ଶିକ୍ଷକ ତଥା ‘ଖାନ ଗ୍ଲୋବାଲ ଷ୍ଟଡିଜ’ର ପ୍ରତିଷ୍ଠାତା ଖାନ ସାର୍‌ କୋଚିଂ ସଂସ୍ଥାନରେ ହୋଇଥିବା ହିଂସା ଏବଂ ଗୁଳିଚାଳନା (ଫାୟାରିଂ) ମାମଲାରେ ଆତ୍ମସମର୍ପଣ…

ଭୟଙ୍କର ଦୁର୍ଘଟଣା, ଜଣଙ୍କ ଜୀବନ ବଞ୍ଚାଇବାକୁ ଯାଇ ଗୋଟିଏ ଗାଁର ୫ ଯୁବକ ମୃତ

ଅହମଦାବାଦ,୬।୬: ମୋର୍ବି-ହାଲଭାଡ ରାଜପଥର ଚରଦ୍ବା ଗ୍ରାମ ଉପକଣ୍ଠରେ ଗତକାଲି ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି, ଯେଉଁଥିରେ ରଣଛୋଡଗଡ଼ ଗ୍ରାମର ପାଞ୍ଚ ଜଣ ଯୁବକଙ୍କ ମୃତ୍ୟୁ…

CJP Protest: ଭାରତରେ ଲ୍ୟାଣ୍ଡ କରୁକରୁ ପ୍ରଥମ ପ୍ରତିକ୍ରିୟା ଦେଲେ କକ୍ରୋଚ୍‌ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ , ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୬।୬: ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦିଲ୍ଲୀର ଜନ୍ତର ମନ୍ତରରେ ପ୍ରତିବାଦ ପାଇଁ ଭାରତରେ ପହଞ୍ଚିବା ପରେ ତାଙ୍କର ପ୍ରଥମ ପ୍ରତିକ୍ରିୟା ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri