ବଲିଭିଆରେ ସାମରିକ ବିଦ୍ରୋହ ପଣ୍ଡ

ଲା ପାଜ୍‌,୨୯ା୬: ବଲିଭିଆ ରାଷ୍ଟ୍ରପତି ଲୁଇସ୍‌ ଆର୍‌ସେଙ୍କ ସରକାରକୁ କ୍ଷମତାଚ୍ୟୁତ କରିବା ପାଇଁ ସୈନ୍ୟବାହିନୀ ବୁଧବାର ଚଳାଇିଥିବା ବିଦ୍ରୋହ ଉଦ୍ୟମ ପଣ୍ଡ ହୋଇଯାଇଛି। ଏଥିରେ ସମ୍ପୃକ୍ତ ୧୭ ଜଣଙ୍କୁ ଗିରଫ କରାଯାଇଥିବା ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ସରକାର ଭାଙ୍ଗିବା ପାଇଁ ସେନାର ମେଳି ଯୋଗୁ ୧.୨ କୋଟି ଜନସଂଖ୍ୟା ବିଶିଷ୍ଟ ଦକ୍ଷିଣ ଆମେରିକୀୟ ଦେଶ ବିଚଳିତ ହୋଇପଡ଼ିଥିଲା। ସୈନ୍ୟମାନେ ସାମରିକ ଯାନରେ ଆସି ରାଜଧାନୀର ମୁଖ୍ୟ ଛକକୁ ଅକ୍ତିଆର କରିବା ସହ ରାଷ୍ଟ୍ରପତିଙ୍କ ବାସଭବନରେ ଏକ ଟ୍ୟାଙ୍କ୍‌କୁ ଧକ୍କା କରାଇଥିଲେ। ବିକ୍ଷୋଭକାରୀଙ୍କ ଉପରକୁ ସେମାନେ ଲୁହବୁହା ବାଷ୍ପ ପ୍ରୟୋଗ କରିଥିଲେ। ଏହାର କିଛି ଘଣ୍ଟା ପରେ ବିଦ୍ରୋହର ନେତୃତ୍ୱ ନେଉଥିବା ସେନା ଜେନେରାଲ ଜୁଆନ୍‌ ଜୋସ୍‌ ଜୁନିଗା, ମୁଖ୍ୟ ଷଡ଼ଯନ୍ତ୍ରକାରୀ ତଥା ପୂର୍ବତନ ନୌସେନା ଭାଇସ୍‌ ଆଡମିରାଲ ଜୁଆନ୍‌ ଆର୍‌ନେଜ ସାଲଭାଡୋରଙ୍କୁ ଗିରଫ କରାଯାଇଥିଲା। ଅନ୍ୟ ୧୫ ଜଣ ଗିରଫଙ୍କ ପରିଚୟ ସରକାରଙ୍କ ପକ୍ଷରୁ ପ୍ରଘଟ ହୋଇନାହିଁ। ସେମାନଙ୍କ ମଧ୍ୟରେ ବିଦ୍ରୋହର ମାଷ୍ଟରମାଇଣ୍ଡ କୁହାଯାଉଥିବା ଜଣେ ସାଧାରଣ ନାଗରିକ ମଧ୍ୟ ରହିଥିବା ବରିଷ୍ଠ କ୍ୟାବିନେଟ ସଦସ୍ୟ ଏଡୁଆର୍ଡୋ ଡେଲ୍‌ କାଷ୍ଟିଲୋ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ମ୍ୟାନ ଅଫ ଦି ସିରିଜ’ ବିବେଚିତ ହେବା ପରେ ହୃଦୟସ୍ପର୍ଶୀ ବୟାନ ଦେଇ ମନ କିଣିଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୭।୭: ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତର ତିକ୍ତ ସ୍ମୃତିକୁ ପଛରେ ପକାଇ, ଟିମ ଇଣ୍ଡିଆ ଜିମ୍ବାୱେରେ ବିଜୟୀ ହୋଇଥିଲା। ଭାରତ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ…

ସଂସଦରେ ପହଞ୍ଚିବା ପରେ ହଠାତ୍‌ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ଘଟିଲା ଏମିତି, ଯାହା କେବେ ସେ ଭାବିନଥିଲେ…

ନୂଆଦିଲ୍ଲୀ, ୨୭॥୭: ଶିକ୍ଷା ବ୍ୟବସ୍ଥାରେ ସଂସ୍କାର ଦାବି କରି ଦେଶବ୍ୟାପୀ ଚାଲିଥିବା କକ୍ରୋଚ ଜନତା ପାର୍ଟିର ଛାତ୍ର ଆନ୍ଦୋଳନ ନିକଟରେ ଶେଷ ହୋଇଛି। ଏହି ଆନ୍ଦୋଳନ NEET-UG…

ଓଡ଼ିଶା ଫେରିଲେ ଇଣ୍ଡିଆନ ଆଇଡଲ ବିଜେତା ଜ୍ୟୋତିର୍ମୟୀ, କହିଲେ ମହାପ୍ରଭୁ ଜଗନ୍ନାଥଙ୍କ ପାଇଁ…

ଭୁବନେଶ୍ୱର,୨୭ା୭: ଓଡ଼ିଶା ଫେରିଛନ୍ତି ଇଣ୍ଡିଆନ ଆଇଡଲ ବିଜେତା ଜ୍ୟୋତିର୍ମୟୀ ନାୟକ। ଇଣ୍ଡିଆନ ଆଇଡଲ ଟ୍ରଫି ସହ ଜ୍ୟୋତିର୍ମୟୀ ସୋମବାର ସକାଳେ ଆସି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି।…

ଏଇ ଭାରତରେ

ଉତ୍ତରପ୍ରଦେଶ କାନପୁର, ପ୍ରୟାଗରାଜ ଓ ଫାରୁଖାବାଦର ବିଭିନ୍ନ ପ୍ରାଥମିକ ବିଦ୍ୟାଳୟରେ ୧୦,୦୦୦ରୁ ଊର୍ଦ୍ଧ୍ୱ ଗଛ ଲଗାଯାଇଥିବାବେଳେ ସେଥିରୁ ୭୫ ପ୍ରତିଶତ ଗଛ ବଞ୍ଚାଇବାରେ ସଫଳ ହୋଇଛନ୍ତି ପିଲମାନେ।…

ଗଣଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ନବୀନ: କହିଲେ-ଧର୍ମେନ୍ଦ୍ର ପ୍ରଧାନଙ୍କ ଭଳି…

ଭୁବନେଶ୍ୱର, ୨୭।୭: ପ୍ରଥମରୁ ଅଷ୍ଟମ ପାଠ୍ୟ ପୁସ୍ତକ ତ୍ରୁଟି ପ୍ରସଙ୍ଗରେ ସରକାରଙ୍କୁ ଘେରିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ନବୀନ ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ…

ଅଭିଜିତ ଦୀପକେ କରିବେ ବିବାହ! ଆସିଲା ପ୍ରସ୍ତାବ, ମାଆ କହିଲେ-‘ମୋତେ ଏମିତି ବୋହୂ ଦରକାର’

ନୂଆଦିଲ୍ଲୀ, ୨୭॥୭: କକ୍ରୋଚ ଜନତା ପାର୍ଟି (CJP)ର ନେତୃତ୍ୱରେ ଜନ୍ତରମନ୍ତରରେ ହୋଇଥିବା ବିରୋଧ ପ୍ରଦର୍ଶନ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ସହିତ ସମାପ୍ତ ହୋଇଯାଇଛି। ସିଜେପି (CJP)ର ଏହି…

ସବୁଜ ବିକାଶର ଭିତ୍ତିଭୂମି

ଧୁନିକ ଯୁଗରେ ଶକ୍ତି ହେଉଛି ବିକାଶର ମୂଳ ଆଧାର। ବିଦ୍ୟୁତ୍‌ ବିନା ଆଜିର ଜୀବନଯାତ୍ରାକୁ କଳ୍ପନା କରିବା ଅସମ୍ଭବ। କିନ୍ତୁ ଜନସଂଖ୍ୟା ବୃଦ୍ଧି, ଶିଳ୍ପାୟନ ଓ ସହରୀକରଣ…

ଗାଦିଚ୍ୟୁତ ହେବେ ଭାଜପା ସରକାର! CJP ପରେ ମୁଣ୍ଡ ଟେକିଲାଣି RHA; ୩୫ ଲକ୍ଷ ଫଲୋୟର୍ସ, E20 ଜନତା ପାର୍ଟି ବି ଦେଲାଣି ଟେନସନ

ନୂଆଦିଲ୍ଲୀ,୨୭।୭: ‘କକ୍ରୋଚ ଜନତା ପାର୍ଟି’ (CJP) ସୋସିଆଲ ମିଡିଆ – ବିଶେଷକରି ଇନଷ୍ଟାଗ୍ରାମ – ମାଧ୍ୟମରେ ଏତେ ବଡ଼ ପ୍ରତିବାଦ କରିଥିଲା ଯେ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଶିକ୍ଷାମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri