ଅନ୍ତର୍ଜାତୀୟ ସହାୟତା ଲୋଡ଼ିଲେ ସାମରିକ ସରକାର: ଟ୍ରମ୍ପ କହିଲେ…

ନାପିଦାଉ/ବ୍ୟାଙ୍କକ୍‌,୨୯ା୩ମ୍ୟାନ୍‌ମାରରେ ଭୂକମ୍ପ ପରବର୍ତ୍ତୀ ଉଦ୍ଧାର କାର୍ଯ୍ୟ ଏବଂ ବିପନ୍ନଙ୍କୁ ଅତ୍ୟାବଶ୍ୟକ ରିଲିଫ୍‌ ସହାୟତା ଯୋଗାଇବା ବଡ଼ ଚ୍ୟାଲେଞ୍ଜ ପାଲଟିଛି। ଏହାକୁ ଦୃଷ୍ଟିରେ ରଖି ଆମ୍‌ନେଷ୍ଟି ଇଣ୍ଟରନ୍ୟାଶନାଲ ଏବଂ ହ୍ୟୁମାନ୍‌ ରାଇଟ୍ସ ଓ୍ବାଚ୍‌ ପକ୍ଷରୁ ପ୍ରଭାବିତ ଲୋକଙ୍କୁ ତୁରନ୍ତ ମାନବୀୟ ସହାୟତା ଯୋଗାଇଦେବା ପାଇଁ ମ୍ୟାନ୍‌ମାରର ସାମରିକ ସରକାରଙ୍କୁ ଅନୁରୋଧ କରାଯାଇଛି। ସେନା ସରକାର ୬ ଅଞ୍ଚଳରେ ଏମର୍ଜେନ୍ସି ଘୋଷଣା କରିବା ସହ ଅନ୍ତର୍ଜାତୀୟ ସହାୟତା ଲୋଡ଼ିଛନ୍ତି। ଉଜୁଡ଼ା ଭିତ୍ତିଭୂମି ଓ ଧ୍ୱଂସଚିତ୍ରକୁ ଦେଖି ରେଡ୍‌ କ୍ରସ୍‌ ମଧ୍ୟ ଚିନ୍ତାବ୍ୟକ୍ତ କରିଛି। ରେଡ୍‌ କ୍ରସ୍‌ର ଅନ୍ତର୍ଜାତୀୟ ମହାସଂଘ ପ୍ରୋଗ୍ରାମ୍‌ କୋ-ଅର୍ଡିନେଟର ମାରିଏ ମାନ୍‌ରିକ୍‌ ଜେନେଭାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀକୁ ସମ୍ବୋଧିତ କରିବାବେଳେ ୟାଙ୍ଗୋନ୍‌ର ଏକ ଭିଡିଓ ଲିଙ୍କ୍‌ ଜାରି କରିଛନ୍ତି। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ (ଡବ୍ଲ୍ୟୁଏଚ୍‌ଓ) ଯୁଦ୍ଧକାଳୀନ ଭିତ୍ତିରେ ମେଡିକାଲ ସହାୟତା ପଠାଇବା ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ଦୁବାଇ ଦେଇ ଔଷଧୀୟ ସାମଗ୍ରୀ ପ୍ରେରଣ ଉଦ୍ୟମ ଚାଲିଥିବା ଡବ୍ଲ୍ୟୁଏଚ୍‌ଓ କହିଛି। ସେହିପରି ୟୁରୋପୀୟ ସଂଘ ମୁଖ୍ୟ ଉର୍ସୁଲା ଭନ୍‌ ଡେର୍‌ କହିଛନ୍ତି, ୨୭ ସଦସ୍ୟ ବିଶିଷ୍ଟ ଏହି ବ୍ଲକ୍‌ ଭୂକମ୍ପ ପ୍ରଭାବିତଙ୍କୁ ସବୁ ପ୍ରକାର ସହଯୋଗ କରିବା ପାଇଁ ପ୍ରସ୍ତୁତ ରହିଛି। ଫ୍ରାନ୍ସ ମଧ୍ୟ ସହଯୋଗର ହାତ ବଢ଼ାଇଛି।

ଭୂକମ୍ପରେ ମ୍ୟାନ୍‌ମାରର ପ୍ରଭୁତ କ୍ଷତିସାଧିତ ହୋଇଛି। ମ୍ୟାନ୍‌ମାର ଅର୍ଥନୀତିକୁ ଏହା ୭୦%ରୁ ଅଧିକ ପ୍ରଭାବିତ କରିବ ବୋଲି ଆଶଙ୍କା କରାଯାଉଛି। କୋଠା ଓ ବ୍ରିଜ୍‌ଗୁଡ଼ିକ ଭୁଶୁଡ଼ିପଡ଼ୁଥିବାର ଦୃଶ୍ୟ ଦେଖି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ କହିଛନ୍ତି, ଏହି ଅସମୟରେ ମ୍ୟାନ୍‌ମାରକୁ ଆମେ ସାହାଯ୍ୟ କରିବୁ। ତେବେ ମ୍ୟାନ୍‌ମାର ଓ ଥାଇଲାଣ୍ଡକୁ ଆମେରିକା ନିର୍ଦ୍ଦିଷ୍ଟ ଭାବେ କେତେ ପରିମାଣର ସହାୟତା ଯୋଗାଇ ଦେବ ସେନେଇ ଟ୍ରମ୍ପ୍‌ କିଛି କହିନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri